ବଲାଙ୍ଗୀର ସହର ପରିକ୍ରମା କଲେ ଆୟୁର୍ବେଦ ଛାତ୍ରୀଛାତ୍ର, ସୁବର୍ଣ୍ଣ ଜୟନ୍ତୀ ଗେଟକୁ କଳିକେଶ…

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଗୁରୁବାର ଉଦଘାଟିତ ହୋଇଛି । ଏହି ଅବସରରେ ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ କଲେଜ ପରିସରରେ ଥିବା ହରବାଲ୍ ଗାର୍ଡେନରେ ବୃକ୍ଷ ରୋପଣ କରିବା ସହ ଏକ ଜିମ୍ ଉଦଘାଟନ କରିଥିଲେ । ଏହା ପରେ ଆୟୁର୍ବେଦିକ କଲେଜ ସମ୍ମୁଖରୁ ଏକ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରିଥିଲା।

ଭାଗିରଥୀ ଛକ ଠାରେ ନବନିର୍ମିତ ଆୟୁର୍ବେଦିକ କଲେଜ ସୁବର୍ଣ୍ଣ ଜୟନ୍ତୀ ଗେଟକୁ ବିଧାୟକ କଲିକେଶ ନାରାୟଣ ସିଂଦେଓ ଉଦଘାଟନ କରିଥିଲେ। ଏହି କାର୍ଯ୍ୟକ୍ରମରେ ଜିଲା ପରିଷଦ ଅଧ୍ୟକ୍ଷା ଦେବକୀ ସାହୁ, ପୌରାଧ୍ୟକ୍ଷା ଲିକା ସାହୁ, କଲେଜ ଆଲୁମ୍ନି ଆସୋସିଏସନ୍ ସଭାପତି ଡ଼ା ବାସୁଦେବ ପତି, କଲେଜ ଅଧ୍ୟକ୍ଷ ପ୍ରଫେସର ମନୋଜ କୁମାର ସାହୁ, ଡ଼ା ବିପିନ ବିହାରୀ ମିଶ୍ର, ଡ଼ ଶିବବ୍ରତ ବେହେରା, ଡ଼ ନିଗମାନଦ ବଳ, ଡ଼ ଜ୍ୟୋତି ରଂଜନ ମେହେର, ଡ଼ ସୁଶାନ୍ତ ମେହେର, ଡ଼ ସିମାଦ୍ରି ନାୟକ, ଡ଼ ସୁଶାନ୍ତ ସାହୁ, ଡ଼ ଗଣେଶ ମେହେର, ଡ଼ ସ୍ନେହଲତା ପ୍ରଧାନ, ଡ଼ ଉତ୍କଳିନି ନାୟକ, ଡ଼ ଲିପ୍ସା ଦାସ ଓ ଆୟୁଷ ଡାକ୍ତରୀ ଛାତ୍ରୀଛାତ୍ର ଓ ଅନ୍ୟମାନେ ଉପସ୍ଥିତ ଥିଲେ । ସାଂସ୍କୃତିକ ଶୋଭାଯାତ୍ରାରେ ବିଭିନ୍ନ ସାଂସ୍କୃତିକ ଦଳ ଅଂଶଗ୍ରହଣ କରିଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ପ୍ରଧାନମନ୍ତ୍ରୀଙ୍କ ସହ କିଛି ବି ହୋଇଥାଆନ୍ତା’, କାହିଁକି ଏମିତି କହିଲେ ଓମ ବିର୍ଲା, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୫।୨: ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ସମ୍ପର୍କରେ ଲୋକ ସଭାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭାଷଣ ମୁଲତବୀ କରାଯିବା ଉପରେ ବାଚସ୍ପତି ଓମ ବିର୍ଲା ଅସନ୍ତୋଷ ପ୍ରକାଶ…

ହୋଲି-ଦୀପାବଳିରେ ମାଗଣା ଗ୍ୟାସ ସିଲିଣ୍ଡର; ଜାଣନ୍ତୁ ଆପଣଙ୍କୁ କିପରି ମିଳିବ ଲାଭ…

ନୂଆଦିଲ୍ଲୀ,୫।୨: ଯଦି ଆପଣ ଦିଲ୍ଲୀରେ ରହୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଖୁସି ଖବର। ଦିଲ୍ଲୀର ରେଖା ଗୁପ୍ତା ସରକାର ନିଜର ନିର୍ୱାଚନୀ ପ୍ରତିଶ୍ରୁତି ପୂରଣ କରି…

SIR ନେଲାଣି ୧୦୭ ଲୋକଙ୍କ ଜୀବନ

କୋଲକାତା,୫।୨: ଗୁରୁବାର, ଫେବୃଆରୀ ୫, ୨୦୨୬ରେ ପଶ୍ଚିମବଙ୍ଗ ବିଧାନସଭାରେ ଏକ ଜରୁରୀ ପ୍ରସ୍ତାବ ଆଗତ କରାଯାଇଥିଲା। ଏଥିରେ ଦାବି କରାଯାଇଛି ଯେ ସ୍ବତନ୍ତ୍ର ସଘନ ସଂଶୋଧନ (SIR)…

ତତ୍ପରତା ଦେଖାଇଲା ଜିଲା ପ୍ରଶାସନ, ଜେସିବି ମେଶିନ ସାହାଯ୍ୟରେ ହଟାଗଲା ହମ୍ପସ

ବଞ୍ଚୋ,୫ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଜୀବନରେଖା କୁହାଯାଉଥିବା ୨୦ ନମ୍ବର ଜାତୀୟ ରାଜପଥର କୋଳିମାଟି ଛକ ଦୁର୍ଘଟଣାର ହଟ୍‌ସ୍ପଟ୍‌ ପାଲଟିଛି। ଉକ୍ତ ସ୍ଥାନରେ ବାରମ୍ବାର ଦୁର୍ଘଟଣା…

ଚାଇନା-ରୁଷିଆ-ଆମେରିକାକୁ ପଛରେ ପକାଇ ଏହି ଲିଷ୍ଟ୍‌ରେ ଆଗକୁ ଗଲା ଭାରତ, ଜାଣନ୍ତୁ ପାକିସ୍ତାନ ସ୍ଥିତି କ’ଣ

ନୂଆଦିଲ୍ଲୀ,୫।୨: ବିଶ୍ୱ ବୌଦ୍ଧିକ ଫାଉଣ୍ଡେସନ (WIF) ଦ୍ୱାରା ପ୍ରକାଶିତ ଦାୟିତ୍ୱବାନ ରାଷ୍ଟ୍ର ସୂଚକାଙ୍କ ଦେଶଗୁଡ଼ିକ ଉପରେ ଏକ ନୂତନ ଦୃଷ୍ଟିକୋଣ ପ୍ରଦାନ କରେ। ଏହି ତାଲିକା ଏକ…

୧ ବଲ୍‌ ୯ ରନ୍‌: ବିନା ଓ୍ବାଇଡ୍‌-ନୋ ବଲ୍‌ରେ କେମିତି ହେଲା ସମ୍ଭବ, ଜାଣନ୍ତୁ କ୍ରିକେଟ୍‌ ପଡ଼ିଆରେ ରୋଚକ ଘଟଣା

ହରାରେ,୫।୨: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ୧୯ ବର୍ଷରୁ କମ ବିଶ୍ୱକପ ସେମିଫାଇନାଲ ମ୍ୟାଚ କ୍ରିକେଟ ପଡ଼ିଆରେ ଏକ ଅସାଧାରଣ ଘଟଣା ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବ୍ୟାଟିଂ…

ଟି-୨୦ ବିଶ୍ୱକପ ପୂର୍ବରୁ ଭାରତକୁ ଜୋରଦାର୍‌ ଝଟ୍‌କା: ଯନ୍ତ୍ରଣାରେ ଛଟ୍‌ପଟ୍‌ ହୋଇ…

ନୂଆଦିଲ୍ଲୀ,୫।୨: ICC ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆର ଖେଳାଳିଙ୍କ ଆଘାତର ଧାରା ଜାରି ରହିଛି। ଦ୍ରୁତ ବୋଲର ହର୍ଷିତ ରାଣା ଏବେ ଏହି ତାଲିକାରେ…

ସାଙ୍ଗ ନେଲା ସାଙ୍ଗର ଜୀବନ, ହତ୍ୟା କରି ଜରିରେ କରିଦେଲେ ପ୍ୟାକ୍‌, ୫ ଦିନ ପରେ ମିଳିଲା…

ବ୍ରଜରାଜନଗର, ୫।୨(ବିଜୟ ବରାଡ଼): ଝାରସୁଗୁଡା ବ୍ରଜରଜନଗର ଥାନା ରାମପୁର ଫାଣ୍ଡି ଆନ୍ତର୍ଗତ କୁକୁରିକାନୀ ପଡ଼ାର ଟାଙ୍ଗର ଘାଟ ଜଙ୍ଗଲରେ ଏକ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri