ଜୀ-ସାର୍ଥକର ‘ପାର୍ବଣରେ ସୁନାର ବର୍ଷା’

ଭୁବନେଶ୍ୱର,୧୩।୨(ଅନୁରାଧା ମହାରଣା):ଗତ ପାର୍ବଣ ମହୋତ୍ସବରେ ଲୋକପ୍ରିୟ ଓଡ଼ିଆ ମନୋରଞ୍ଜନ ଚ୍ୟାନେଲ ଜୀ-ସାର୍ଥକରେ ‘ପାର୍ବଣରେ ସୁନାର ବର୍ଷା’ ପ୍ରତିଯୋଗିତା ହୋଇଥିଲା। ଲାଲ୍‌ଚାନ୍ଦ ଜୁଏଲର୍ସ ପ୍ରାୟୋଜିତ ଏହି ମେଗା ପ୍ରତିଯୋଗିତା ଅକ୍ଟୋବର ୫ରୁ ନଭେମ୍ବର ୨୦ ତାରିଖ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ସା ୬.୩୦ରୁ ରାତି ୯.୩୦ ମଧ୍ୟରେ ପ୍ରସାରିତ ଧାରାବାହିକ ଦେଖୁଥିବା ସମୟରେ ଟିଭି ସ୍କ୍ରିନରେ ପଚରାଯାଇଥିବା ପ୍ରଶ୍ନର ପ୍ରତିଦିନ ଠିକ୍‌ ଉତ୍ତର ଦେଇଥିବା ୪୦ଜଣ ଭାଗ୍ୟଶାଳୀ ବିଜେତାଙ୍କୁ ଲାଲଚାନ୍ଦ ଜୁଏଲର୍ସ ପକ୍ଷରୁ ପ୍ରତ୍ୟେକଙ୍କୁ ୧ ଗ୍ରାମ୍‌ ଓଜନର ସ୍ବର୍ଣ୍ଣମୁଦ୍ରା ମିଳିଛି। ଏଥିସହ ଜଣେ ମେଗା ବିଜେତାଙ୍କୁ ୨୦ ଗ୍ରାମ ଓଜନର ସ୍ବର୍ଣ୍ଣମୁଦ୍ରା ଉପହାର ଦିଆଯାଇଛି। ସୋମବାର ସ୍ଥାନୀୟ ଏକ ହୋଟେଲରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଏହି ଉପହାର ପ୍ରଦାନ କରାଯାଇଛି l
ଜଗତ୍‌ସିଂପୁରର ଲଲାଟ କିଶୋର ସ୍ବାଇଁ ମେଗା ବିଜେତା ହୋଇ ୨୦ ଗ୍ରାମର ସ୍ବର୍ଣ୍ଣମୁଦ୍ରା ଉପହାର ପାଇଛନ୍ତି। ଉତ୍ସବରେ ଜୀ ସାର୍ଥକ ଚ୍ୟାନେଲ ହେଡ୍‌ ପ୍ରତୀକ ସିଲ୍‌ଙ୍କ ସମେତ ଲାଲଚାନ୍ଦ ଜୁଏଲର୍ସର ଡାଇରେକ୍ଟର ଅଜିତ ହଂସ, ସାଇନାଥ ପଣ୍ଡା ଏବଂ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ l ମନୋରଞ୍ଜନ ସହ ପରିବାର ଦାୟିତ୍ୱ ମଧ୍ୟରେ ସବୁବେଳେ ଛନ୍ଦିହୋଇ ରହୁଥିବା ମହିଳାମାନଙ୍କ ଆମତ୍ବିଶ୍ୱାସ ବଢ଼ାଇବାରେ ଏପରି ପ୍ରତିଯୋଗିତା ଏକ ମାଧ୍ୟମ ହେବ ବୋଲି ପ୍ରତୀକ ସିଲ୍‌ ମତ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri