ସୁନା ବଜାରରେ ଐତିହାସିକ ହଲଚଲ: ଗୋଟିଏ ଦିନରେ ଭାରତ ଅର୍ଥନୀତିଠାରୁ ଅଧିକ ଟଙ୍କାର କାରବାର

ନୂଆଦିଲ୍ଲୀ,୩୦।୧: ବିଶ୍ୱ ବଜାରରେ ସୁନା ମୂଲ୍ୟ ଚଳିତ ସପ୍ତାହରେ ଅଭୂତପୂର୍ବ ସ୍ଥିତିର ସାମ୍ନା କରିଛି। କ୍ୟାପିଟାଲ ମାର୍କେଟ ପ୍ଲାଟଫର୍ମ ‘ଦି କୋବେସି ଲେଟର’ ବିଶ୍ଳେଷଣ ଅନୁଯାୟୀ, ସୁନାର ବଜାର ପୁଞ୍ଜିକରଣରେ ଗୋଟିଏ ଦିନରେ ୫.୫ ଟ୍ରିଲିୟନ ଡଲାରର ଐତିହାସିକ ହ୍ରାସ-ବୃଦ୍ଧି ପରିଲକ୍ଷିତ ହୋଇଛି। ଏହା ବିଶ୍ୱ କମୋଡିଟି ବଜାର ଇତିହାସରେ ସବୁଠାରୁ ବଡ଼ ସିଙ୍ଗଲ-ଡେ ସୁଇଙ୍ଗ୍ ବୋଲି କୁହାଯାଉଛି।

ଗୁରୁବାର ଏକ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ (ଭାରତୀୟ ସମୟ ରାତି ୮ଟାରୁ ୮.୩୦ ମଧ୍ୟରେ) ସୁନା ବଜାର ପ୍ରାୟ ୩.୨ ଟ୍ରିଲିୟନ ଡଲାର ମୂଲ୍ୟ ହରାଇଥିଲା। ଅର୍ଥାତ୍ ପ୍ରତି ମିନିଟ୍‌ରେ ବଜାରରୁ ୫୮ ବିଲିୟନ ଡଲାର ଗାୟବ ହୋଇଯାଇଥିଲା। ଏହାର କିଛି ଘଣ୍ଟା ମଧ୍ୟରେ ବଜାର ପୁଣି ଥରେ ଉପରକୁ ଉଠିଥିଲା ଏବଂ ପ୍ରାୟ ୨.୩ ଟ୍ରିଲିୟନ ଡଲାର ମୂଲ୍ୟ ଫେରି ପାଇଥିଲା।

ସୁନା ବଜାରରେ ହୋଇଥିବା ଏହି ଦୈନିକ ପରିବର୍ତ୍ତନ ସମଗ୍ର ବିଟକଏନ୍ ବଜାରର ମୋଟ ମୂଲ୍ୟ (୮୫୦ ବିଲିୟନ ଡଲାର) ଠାରୁ ପ୍ରାୟ ତିନି ଗୁଣ ଅଧିକ। ବିଶ୍ୱ ବଜାରର ଏହି ଅସ୍ଥିରତା ଭାରତୀୟ ବଜାରରେ ମଧ୍ୟ ଦେଖିବାକୁ ମିଳିଛି।

ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରତି ୧୦ ଗ୍ରାମ ସୁନା ୧.୮ ଲକ୍ଷ ଟଙ୍କାର ସର୍ବକାଳୀନ ରେକର୍ଡ ସ୍ତର ଛୁଇଁଛି। ରୁପା ମୂଲ୍ୟରେ ୬.୩% ବୃଦ୍ଧି ଘଟି ପ୍ରଥମ ଥର ପାଇଁ କିଲୋ ପିଛା ୪ ଲକ୍ଷ ଟଙ୍କା ଅତିକ୍ରମ କରିଛି।

ବିଶେଷଜ୍ଞଙ୍କ ମତରେ, ବିଶ୍ୱ ସ୍ତରରେ ବଢ଼ୁଥିବା ମୁଦ୍ରାସ୍ଫୀତି, ଭୂ-ରାଜନୈତିକ ତିକ୍ତତା ଏବଂ ବାଣିଜ୍ୟ ଯୁଦ୍ଧ ଯୋଗୁଁ ନିବେଶକମାନେ ସୁନାକୁ ଏକ ସୁରକ୍ଷିତ ନିବେଶ ଭାବେ ବାଛୁଛନ୍ତି। ଗୋଲ୍ଡମ୍ୟାନ୍ ସାକ୍ସ ଭଳି ବଡ଼ ବ୍ୟାଙ୍କଗୁଡ଼ିକର ଆକଳନ ଅନୁଯାୟୀ, ୨୦୨୬ ଶେଷ ସୁଦ୍ଧା ସୁନା ମୂଲ୍ୟ ଆହୁରି ବଢ଼ିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗସ୍ତ କରିବେ ସି ଜିନପିଙ୍ଗ, ଚାଇନା ସମ୍ପର୍କରେ ଟ୍ରମ୍ପ କାହିଁକି ନିଜ ନିଷ୍ପତ୍ତି ବଦଳାଇଲେ? ଜାଣନ୍ତୁ…

ଓ୍ବାଶିଂଟନ,୨୧।୯: ଏପରି ଏକ ସମୟ ଥିଲା ଯେତେବେଳେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ନାମ ନ ନେଇ ଆମେରିକୀୟ ଅର୍ଥନୀତି ଉପରେ ଆଲୋଚନା କରୁ ନଥିଲେ।…

କ୍ଷଣସ୍ଥାୟୀ କରୁଛନ୍ତି କ୍ଷତି

ଭାରତ ନୂଆଦିଲ୍ଲୀଠାରେ ବ୍ରିକ୍ସ ଶିଖର ସମ୍ମିଳନୀ ଆୟୋଜନ କରି ବାହାବା ନେଲା। ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଓ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତକୁ ବିରାଟ…

ଭାରତ ମହାସାଗରରେ ବଡ଼ ବିସ୍ଫୋରଣ ଘଟାଇବ ଇରାନ; ଟ୍ରମ୍ପଙ୍କୁ ଦେଲା ଖୋଲା ଚେତାବନୀ!

ତେହରାନ,୨୧।୯: ଅନେକ ମାସ ବିତିଯାଇଥିଲେ ମଧ୍ୟ ଆମେରିକା ଏବଂ ଇରାନ ମଧ୍ୟରେ ଥିବା ବିବାଦ ସମ୍ପୂର୍ଣ୍ଣ ଭାବେ ଶେଷ ହୋଇନାହିଁ। ଏହି ପରିପ୍ରେକ୍ଷୀରେ, ଇରାନ ଏକ ଚେତାବନୀ…

ଆଜି ଅବପାତ ରୂପ ନେବ ଲଘୁଚାପ, ପାଣିପାଗ ବିଭାଗ କହିଲା ବୁଧବାର ସକାଳ ସୁଦ୍ଧା…

ଭୁବନେଶ୍ୱର,୨୧ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ରବିବାର ସକାଳେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରକୁ…

ଟେନସନ ବଢାଇଲେଣି ଅଭିଜିତ ଦୀପକେ, ଜାଣନ୍ତୁ ଏଥର କାହାର ଇସ୍ତଫା ଦାବି କରୁଛନ୍ତି

ନୂଆଦିଲ୍ଲୀ,୨୧।୯: ‘କକରୋଚ ଜନତା ପାର୍ଟି’(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ, ଛାତ୍ରୀଛାତ୍ରଙ୍କ ବିକ୍ଷୋଭ ପରେ ମହାରାଷ୍ଟ୍ର ପବ୍ଲିକ ସର୍ଭିସ କମିଶନ (MPSC) ଅଧିକାରୀଙ୍କ ଇସ୍ତଫା ଦାବି କରିଛନ୍ତି। ଯଦି…

ଇତିହାସ ପାଲଟିବ ବକିଂହାମ୍‌ ପ୍ରାସାଦର ଭାଲୁଛାଲ ଟୋପି

ବକିଂହାମ୍‌, ୨୧।୯: ଲଣ୍ଡନ ବକିଂହାମ୍‌ ପ୍ରାସାଦ ବାହାରେ ଉଜ୍ଜ୍ୱଳ ନାଲି ପୋଷାକ ଏବଂ ଉଚ୍ଚ, କଳା ଲୋମଶ ଟୋପି ପିନ୍ଧିଥିବା ସୈନିକଙ୍କ ଏକ ସ୍ବତନ୍ତ୍ର ପରିଚୟ ରହିଛି।…

ବିଦ୍ୟାଳୟରେ ବୁର୍ଖା ଉପରେ ଲାଗୁ ହେବ କଟକଣା! ସୀମିତ ହେବ ବିଦେଶୀ ଛାତ୍ରଙ୍କ ସଂଖ୍ୟା

ରୋମ୍‌,୨୦।୯: ଇଟାଲୀର ସ୍କୁଲଗୁଡ଼ିକରେ ବୁର୍ଖା ଭଳି ମୁହଁ ସମ୍ପୂର୍ଣ୍ଣ ଢାଙ୍କୁଥିବା ପୋଷାକ ଉପରେ ପ୍ରତିବନ୍ଧ ଲଗାଇବା ସହ ପ୍ରତି କ୍ଲାସରେ ବିଦେଶୀ ଛାତ୍ରଙ୍କ ସଂଖ୍ୟା ସୀମିତ କରିବାକୁ…

SIR ନୋଟିସ୍‌: ଜୟଶଙ୍କରଙ୍କଠାରୁ ଆଡଭାନିଙ୍କ ପର୍ଯ୍ୟନ୍ତ, ତାଲିକାରେ ଅନେକ VVIP ଭୋଟର

ନୂଆଦିଲ୍ଲୀ,୨୦।୯: ଦିଲ୍ଲୀରେ ଚାଲିଥିବା ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପ୍ରକ୍ରିୟାକୁ ନେଇ ଅନେକ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ ନିର୍ବାଚନ କମିଶନଙ୍କ ପକ୍ଷରୁ ନୋଟିସ୍‌ ଜାରି କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?