ମହଙ୍ଗା ହେଲା ସୁନା, ରୁପା

ନୂଆଦିଲ୍ଲୀ,୧୭।୧୦: ଦୀପାବଳି ସୁଦ୍ଧା ସୁନା ଦର ୧୦ ଗ୍ରାମ ପିଛା ୬୧ ହଜାର ଟପିପାରେ । ଏ ନେଇ ବିଶେଷଜ୍ଞମାନେ ଆକଳନ କରିଛନ୍ତି। ସେହିପରି ରୁପାର କେଜି ପିଛା ଦାମ ୭୫ ହଜାର ଟଙ୍କା ହୋଇଯାଇପାରେ। ଦୀପାବଳି ପର୍ବ ପୂର୍ବରୁ ଧନ ତେରାସ ପଡ଼ିଥାଏ । ଆଉ ଧନ ତେରାସରେ ଲୋକେ ସୁନା କିଣିଥାନ୍ତି । ଏହାକୁ ଆଖିରେ ରଖି ସୁନା ଦର ୬୧ ହଜାର ଟପିବ ବୋଲି ଅର୍ଥନୀତି ବିଶେଷଜ୍ଞ ଆକଳନ କରୁଛନ୍ତି । ସେପଟେ ଇସ୍ରାଏଲ-ହମାସ ଯୁଦ୍ଧ ସାରା ବିଶ୍ବ ଉପରେ ପଡ଼ିଛି। ବିଶେଷ କରି ଏବେ ସୁନା ଓ ତୈଳ ଦର ଉପରେ ଏହାର ପ୍ରଭାବ ଦେଖିବାକୁ ମିଳିଲାଣି ।

ବିଶେଷଜ୍ଞନୁସାରେ ସୁନା ଦର ଉପରେ ଇସ୍ରାଏଲ ଓ ହମାସ ଯୁଦ୍ଧର ପ୍ରଭାବ ପଡିପାରେ । ବର୍ତ୍ତମାନ ଲଗାତର ସୁନା ଦର ବଢି ଚାଲିଛ। ନବରାତ୍ରି ପୂର୍ବରୁ ଗୋଟିଏ ସପ୍ତାହରେ ସୁନା ଦର ୧ ହଜାର ୮୫୭ ଟଙ୍କା ବଢିଛି । କେବଳ ସୁନା ନୁହେଁ ରୁପା ଦର ମଧ୍ୟ ୨ ହଜାର ୬୩୬ ଟଙ୍କା ବୃଦ୍ଧି ହୋଇଛି । ଅନ୍ତର୍ଜାତୀୟ ବଜାରରେ ସୁନା ଦର ୭ ବର୍ଷର ସର୍ବୋଚ୍ଚ ସ୍ତର ଛୁଇଁଛି । ଗୋଟିଏ ସପ୍ତାହରେ ସୁନା ୩୫ ପ୍ରତିଶତ ବୃଦ୍ଧି ପାଇଁ ଆଉନ୍ସ ପିଛା ଦର ୫୫ ହଜାର ୩୮୫ ଟଙ୍କାରେ ପହଞ୍ଚିଛି ।

କେବଳ ସୁନା ନୁହେଁ ତେଲ ଦର ମଧ୍ୟ ଲଗାତର ଭାବେ ଉପରମୁହାଁ ହୋଇଛି । ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତେଲ ଦର ବ୍ୟାରେଲ ପିଛା ୯୧ ଡଲାର ରହିଛି । ଇସ୍ରାଏଲ-ହମାସ ଯୁଦ୍ଧ ଅଧିକ ଦିନ ଜାରି ରହିଲେ ଏହା ଭାରତ ଉପରେ ଦୀର୍ଘକାଳୀନ ପ୍ରଭାବ ପକାଇବ । ଭାରତୀୟ ଅର୍ଥନୀତି ମଧ୍ୟ ପ୍ରଭାବିତ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ଶ୍ରଦ୍ଧା, ଅଶ୍ରୁ ଆଉ ସ୍ମୃତି: ଫଲଗୁ ନଦୀରେ ଅଜିତ ପାଓ୍ବାରଙ୍କୁ ଅନ୍ତିମ ବିଦାୟ

ମୁମ୍ବାଇ,୬।୨: ଗୟାର ପବିତ୍ର ଭୂମିରେ ଶୁକ୍ରବାର ମହାରାଷ୍ଟ୍ରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ବର୍ଗତ ଅଜିତ ପାୱାରଙ୍କ ସ୍ମୃତିରେ ଏକ ଗମ୍ଭୀର ଶୋକ ସଭା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମର…

Valentine’s Week: ଗୋଲାପରୁ କାହିଁକି ଆରମ୍ଭ ହୁଏ ପ୍ରେମ, ଜାଣନ୍ତୁ…

ଫେବୃଆରୀ ୭ରୁ ୧୪ ପର୍ଯ୍ୟନ୍ତ ଯୁବବର୍ଗ ପାଳନ କରିବେ ଭାଲେଣ୍ଟାଇନ୍ସ ଉଇକ୍‌ ବା ପ୍ରେମ ସପ୍ତାହ। ଏହି ସପ୍ତାହର ପ୍ରଥମ ଦିନ ରୋଜ୍‌ ଡେ’ ବା ଗୋଲାପ…

ଟାଇଟଲ୍‌ ଲକ୍ଷ୍ୟରେ ଭାରତ: ଇଂଲଣ୍ଡ ଆଗରେ ୪୧୨ ରନ୍‌ର ବିଶାଳ ଟାର୍ଗେଟ୍‌

ହରାରେ,୬।୨: ହରାରେ ସ୍ପୋଟର୍‌ସ କ୍ଲବଠାରେ ଶୁକ୍ରବାର ୧୯ ବର୍ଷରୁ କମ୍‌ ପୁରୁଷ ବିଶ୍ବକପ୍‌ ଫାଇନାଲ ମ୍ୟାଚ୍‌ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ଭାରତ…

ଜନଗଣନା ପାଇଁ ପ୍ରସ୍ତୁତି: ଏପ୍ରିଲ ୧୬ରୁ କେନ୍ଦୁଝରରେ ଆରମ୍ଭ ହେବ ଗୃହ ତାଲିକା

କେନ୍ଦୁଝର,୬ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଆସନ୍ତା ଜନଗଣନା-୨୦୨୭କୁ ସୂଚାରୁ ରୂପେ ପରିଚାଳନା କରିବା ପାଇଁ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ଜିଲାସ୍ତରୀୟ ସମୀକ୍ଷା ବୈଠକ ଓ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri