ଗୋଳକୁଣ୍ଡ-ଇନ୍ଦୁପୁର ରାସ୍ତା କାର୍ଯ୍ୟ ନିମ୍ନମାନର

ବରୀ,୨୯ା୯(ମହେନ୍ଦ୍ର ସ୍ବାଇଁ): ବରୀ ବ୍ଲକ୍‌ ଅଧୀନ ଗୋଳକୁଣ୍ଡ-ଇନ୍ଦୁପୁର ପୂର୍ତ୍ତ ବିଭାଗ ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ନିମ୍ନମାନର ହେଉଥିବା ଅଭିଯୋଗ ହୋଇଛି। ଉକ୍ତ ରାସ୍ତା ସମ୍ପ୍ରସାରଣ ନିମନ୍ତେ ବିଭାଗ ତରଫରୁ ୩୩ କୋଟି ୫୦ ଲକ୍ଷ ୮୧୩ ଟଙ୍କା ମଞ୍ଜୁର କରାଯାଇଛି। ହେଲେ ଠିକାଦାର ବ୍ୟୟ ଅଟକଳ ଅନୁସାରେ କାମ ନ କରି ମନଇଚ୍ଛା କାମ କରୁଛନ୍ତି। ସ୍ଥାନୀୟ ଲୋକେ ନିମ୍ନମାନର କାର୍ଯ୍ୟକୁ ବିରୋଧ କଲେ ଠିକାଦାରଙ୍କ ଲୋକ ସେମାନଙ୍କୁ ନାନା ଧମକଚମକ ଦେଉଛନ୍ତି। ଏହି ରାସ୍ତାଦେଇ ଗୋଳକୁଣ୍ଡ, ବାଲିଆ, ଧାରପୁର, ସ୍ବାଇଁଖଣ୍ଡ, ସାହୁପଡ଼ା, ଇଶାଣପୁର, ଚନ୍ଦନପୁର, ମନ୍ଦାରୀ ଓ ଗମୁ ପଞ୍ଚାୟତର ଲୋକେ ଯାତାୟତ କରିଥାନ୍ତି। ତେଣୁ ନିମ୍ନମାନର କାମକୁ ନେଇ ଗମୁ ସରପଞ୍ଚ ଜଗଦିଶ ଜେନା, ମନ୍ଦାରୀ ସରପଞ୍ଚ ଧୀରେନ୍ଦ୍ର ଜେନା, ଚନ୍ଦନପୁର ସରପଞ୍ଚ ଚପଳା ମଲ୍ଲ, ବାଲିଆ ସରପଞ୍ଚ ରେବତୀ ଜେନା ଓ ସାହୁପଡ଼ା ସରପଞ୍ଚ ସଞ୍ଜୟ ସେଠୀଙ୍କ ସମେତ ଗ୍ରାମବାସୀ ମୁଖ୍ୟମନ୍ତ୍ରୀ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ, ୫-ଟି ସଚିବ, ବରୀ ବିଧାୟିକା, ଯାଜପୁର ଜିଲାପାଳ, ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀ ଓ ସହକାରୀ ଯନ୍ତ୍ରୀଙ୍କ ନିକଟରେ ଅଭିଯୋଗ କରଛନ୍ତି। ଆଗାମୀ ଦିନରେ ଯଦି ବିଭାଗୀୟ କର୍ତ୍ତୃପକ୍ଷ କୌଣସି ପଦକ୍ଷେପ ନ ନିଅନ୍ତି ତେବେ ଅଭିଯୋଗ କରିଥିବା ସରପଞ୍ଚଙ୍କ ସମେତ ଗ୍ରାମବାସୀ ରାସ୍ତାକୁ ଉହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି। ଏ ସମ୍ପର୍କରେ ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀ ନରୋତ୍ତମ ଦାସଙ୍କୁ ପଚାରିବାରେ ସେ କହିଛନ୍ତି, ଜିଲାପାଳଙ୍କ ନିକଟରେ ହୋଇଥିବା ଅଭିଯୋଗ ଆମର ହସ୍ତଗତ ହୋଇଛି। ଘଟଣାସ୍ଥଳ ପରିଦର୍ଶନ କରି ଅଭିଯୋଗର ଯାଞ୍ଚ କରାଯିବ। ଯଦି ଘଟଣାରେ ସତ୍ୟତା ଥାଏ ତାହେଲେ ସମ୍ପୃକ୍ତ ଠିକାଦାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଉକ୍ତ ରାସ୍ତା ନିର୍ମାଣ ନିମନ୍ତେ ବରୀ ବିଧାୟିକା ସୁନନ୍ଦା ଦାସଙ୍କ ନିକଟରେ ଦାବି ହୋଇ ଆସୁଥିଲା। ସ୍ଥାନୀୟ ଲୋକ, ବୁଦ୍ଧିଜୀବୀ ଓ ବିଭିନ୍ନ ସାମାଜିକ ସଂଗଠନର ଦାବିକୁ ଗୁରୁତ୍ୱ ଦେଇ ବିଧାୟିକା ରାସ୍ତାର ସମ୍ପ୍ରସାରଣ ନିମନ୍ତେ ସରକାରଙ୍କୁ ଅବଗତ କରାଇଥିଲେ। ଏହାପରେ ସରକାରଙ୍କ ତରଫରୁ ଉକ୍ତ ରାସ୍ତା ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri