ଗଞ୍ଜେଇ ଚାଲାଣ ବେଳେ ଗୋଲୁର ସରପଞ୍ଚ ଗିରଫ

କୋରାପୁଟ,୪ା୪(ସ୍ବ.ପ୍ର.): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅନ୍ତର୍ଗତ ପାଡୁଆ ଥାନା ଅଞ୍ଚଳରୁ ଆନ୍ଧ୍ର ପ୍ରଦେଶ ଦେଇ ଝାଡଖଣ୍ଡ ଗଞ୍ଜେଇ ଚାଲାଣ ବେଳେ ସୋମବାର ଆନ୍ଧ୍ରର ଆରକୁ ପୋଲିସ ଚଢାଉ କରି ୬୮୦ କେଜି ଗଞ୍ଜେଇ ଜବତ କରିଛି। ଏଥିରେ ସଂପୃକ୍ତ ଜଣେ ସରପଞ୍ଚଙ୍କ ସହ ୩ ଜଣଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ କୋରାପୁଟ ଜିଲା ନନ୍ଦପୁର ବ୍ଲକର ଗୋଲୁର ପଞ୍ଚାୟତର ନବନିର୍ବାଚିତ ସରପଞ୍ଚ ସୁବାଷ ପାଙ୍ଗି ରହିଥିବା ଜଣାଯାଇଛି।
ଖବରରୁ ଜଣାପଡିଛି ଆରକୁ ପୋଲିସ ଚନ୍ଦ୍ରପୁର ଛକ ନିକଟରେ ଗାଡିମୋଟର ଯାଞ୍ଚ କରୁଥିବାବେଳେ ଏକ ଟ୍ରକକୁ ଅଟକାଇ ଯାଞ୍ଚ କରିଥିଲା। ଟ୍ରକ ଚାଳକ ଆନ୍ଧ୍ର ପୋଲିସକୁ ଦେଖି ଘଟଣା ସ୍ଥଳରୁ ଫେରାର ହୋଇଯାଇଥିଲେ। ଏନେଇ ପୋଲିସର ସନ୍ଦେହ ହେବାରୁ ଟ୍ରକ ଉପର ଭାଗରେ ଥିବା କ୍ୟାବିନ ଯାଞ୍ଚ କରିବାରୁ ଭିତରେ ଗଞ୍ଜେଇ ଥିବା ଜଣାପଡିଥିଲା। ଟ୍ରକରୁ ମୋଟ ୬୮୦ କେଜି ଗଞ୍ଜେଇ ମିଳିଥିଲା। ସୂଚନାଯୋଗ୍ୟ, ଉତ୍ତରପ୍ରଦେଶ ଅଞ୍ଚଳର ପଙ୍କଜ ଆଦିବାସୀଙ୍କୁ ପ୍ରଲୋଭିତ କରି ଏଭଳି ଗଞ୍ଜେଇ ଚାଲାଣ କରୁଥିଲେ। ମାତ୍ର ସଠିକ ପ୍ରମାଣ ମିଳୁ ନ ଥିବାରୁ ତାଙ୍କୁ ଧରାଯାଇପାରୁ ନ ଥିଲା। ତେବେ ସେ ଦୀର୍ଘଦିନ ଧରି ପୋଲିସ ସ୍କାନରରେ ଥିଲେ ବୋଲି ନନ୍ଦପୁର ଏସଡିପିଓ ସଞ୍ଜୟ ମହାପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀକୁ ହତ୍ୟା: ପାଇଖାନା ଟାଙ୍କିରେ ପୋତିଦେଲେ….

ଢେଙ୍କାନାଳ,୨୯।୮(ରତନ ନାୟାର): ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀଙ୍କୁ ବୀଭତ୍ସ ଭାବେ ହତ୍ୟା କରିଥିବା ଅଭିଯୋଗରେ ଜଣେ ମଦ୍ୟପ ସ୍ୱାମୀଙ୍କୁ ପୋଲିସ ଗିରଫ କରିଛି। ଢେଙ୍କାନାଳ ସଦର…

ଚାଷୀ ପଞ୍ଜୀକରଣ ଅବଧି ବୃଦ୍ଧି ଦାବି, ଅତିରିକ୍ତ ଜିଲାପାଳଙ୍କୁ ଚାଷୀ ସଂଗଠନ ଭେଟି…

ଛତ୍ରପୁର,୨୯ା୮(ଦିଲ୍ଲୀପ ସାମଲ): ଖରିଫ ଋତୁରେ ଧାନ ମଣ୍ଡିରେ ଧାନ ବିକ୍ରି ପାଇଁ ଚାଷୀଙ୍କ ଅନଲାଇନ ପଞ୍ଜୀକରଣ ଅବଧି ଆସନ୍ତା ୩୧ରେ ଶେଷ ହେବାକୁ ଯାଉଛି। ତେବେ ଏପର୍ଯ୍ୟନ୍ତ…

ସୂର୍ଯ୍ୟଙ୍କ ଗୋଚରରେ ଚମକିବ ୫ ରାଶିଙ୍କ ଭାଗ୍ୟ; ମୋଟା ଅଙ୍କର ହେବ ରୋଜଗାର, ବଢିବ ସମ୍ପତ୍ତି…

ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ମାନ-ସମ୍ମାନ, ନେତୃତ୍ୱ ଏବଂ ପିତାଙ୍କ କାରକ ବୋଲି ଧରାଯାଏ। ତେଣୁ ସୂର୍ଯ୍ୟଙ୍କର ପ୍ରତ୍ୟେକ କାର୍ଯ୍ୟକଳାପ ଗୁରୁତ୍ୱପୂର୍ଣ୍ଣ ହୋଇଥାଏ। ସେ ପ୍ରତିମାସରେ ପ୍ରାୟ…

ମୋରମ୍‌ ଖାଦାନରେ ଅଘଟଣ: ପଥର ତଳେ ଚାପି ହୋଇ ନାବାଳକ ମୃତ , ଅନ୍ୟ ଜଣେ ଗୁରୁତର

ଦିଗପହଣ୍ଡି,୨୯।୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପଟିଗୁଡ଼ା ପଞ୍ଚାୟତ ଉସ୍ତପଲ୍ଲୀ ଗ୍ରାମ ନିକଟ ମୋରମ୍‌ ଖାଦାନରେ ଶନିବାର ସକାଳେ ମୋରମ୍‌ ଖୋଳୁଥିବା ବେଳେ ପଥର…

ନିଶାଦ୍ରବ୍ୟ କବଳରେ ପଡ଼ି ଆଜିର ଯୁବସମାଜ ପଥଭ୍ରଷ୍ଟ, ଏଥିରୁ ମୁକୁଳିବା ପାଇଁ…

ଦିଗପହଣ୍ଡି,୨୯ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପକ୍ଷରୁ ପାଟପୁର ବିଶ୍ୱାସରାୟ ସାଇନ୍ସ କଲେଜ ପରିସରରେ ସାଇବର କ୍ରାଇମରୁ କିଭଳି ସୁରକ୍ଷିତ ରହିବା ଏବଂ ନିଶାମୁକ୍ତ…

ଫେବୃଆରୀରେ ଲାଗିବ ସୂର୍ଯ୍ୟପରାଗ, ସୂର୍ଯ୍ୟ ଚାରିପଟେ ଦେଖାଯିବ ନିଆଁର ବଳୟ! କେବେ ଦେଖି ନ ଥିବେ…

୬ ଫେବୃଆରୀ ୨୦୨୭ ରେ ବର୍ଷର ପ୍ରଥମ ସୂର୍ଯ୍ୟପରାଗ ହେବ। ଏହି ସମୟରେ ଆକାଶରେ ‘ରିଙ୍ଗ ଅଫ ଫାୟାର୍‌’ (Ring of Fire) ଅର୍ଥାତ ନିଆଁର ବଳୟ…

ଡିଜିଟାଲ ଆରେଷ୍ଟ, ସାଇବର କ୍ରାଇମ୍‌ ନେଇ ସଚେତନ

ପୁରୁଷୋତ୍ତମପୁର,୨୯ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ସବ୍‌ଡିଭିଜିନ ପକ୍ଷରୁ ବରିଷ୍ଠ ନାଗରିକଙ୍କୁ ଡିଜିଟାଲ ଆରେଷ୍ଟ ଓ ସାଇବର ଅପରାଧ ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ ଏସ୍‌ଡିପିଓ ସୁଜିତ…

ମାର୍ଶାଘାଇରେ ଚାଞ୍ଚଲ୍ୟ: ଘର ଆଗରେ ହାତଗୋଡ଼ ବନ୍ଧା ଅବସ୍ଥାରେ ଯୁବକଙ୍କ ମୃତଦେହ, ପୋଲିସ ଜବତ କରି…

ମାର୍ଶାଘାଇ,୨୯ା୮(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ବେରୁହାଁ ପଞ୍ଚାୟତର ହଳଦିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ଥାନୀୟ ଅଶୋକ ଦାସଙ୍କ ପୁଅ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri