ସ୍ତ୍ରୀଙ୍କ ମୃତ୍ୟୁ ପରେ ବିଗିଡ଼ି ଯାଇଥିଲା ସ୍ବାସ୍ଥ୍ୟାବସ୍ଥା, ଚିକିତ୍ସା ସମୟରେ ଚାଲିଗଲା ଏହି ନେତାଙ୍କ ଜୀବନ

ଭଦ୍ରକ,୨୬ା୯(ସନାତନ ରାଉତ): ଭଦ୍ରକ ଜିଲାର ବରିଷ୍ଠ ନେତା ଲକ୍ଷ୍ମୀ ମହାପାତ୍ର(୭୬)ଙ୍କ ବୁଧବାର ରାତିରେ ପରଲୋକ ଘଟିଛି। ଅସୁସ୍ଥ ଥିବାରୁ ୫ ଦିନ ତଳେ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ବୁଧବାର ସ୍ବାସ୍ଥ୍ୟାବସ୍ଥା ଅବନତି ହେବାରୁ ଭେଣ୍ଟିଲେଟରରେ ରଖାଯାଇଥିଲା। ରାତି ପ୍ରାୟ ୧୦ଟା ବେଳକୁ ତାଙ୍କର ମୃତ୍ୟୁ ଘଟିଥିଲା। ତାଙ୍କ ବିୟୋଗରେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ, ଭଦ୍ରକ ଏମ୍‌ପି ଅଭିମନ୍ୟୁ ସେଠୀ, ଭଦ୍ରକ ବିଧାୟକ ସୀତାଂଶୁ ଶେଖର ମହାପାତ୍ର, ଭଣ୍ଡାରିପୋଖରୀ ବିଧାୟକ ସଞ୍ଜୀବ ମଲ୍ଲିକ, ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ, ପୂର୍ବତନ ପିସିସି ସଭାପତି ଜୟଦେବ ଜେନା,ଅଜୟ ନାୟକ, ଡା ପ୍ରଦୀପ ନାୟକ, ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳ, ପୂର୍ବତନ ଜିଲା କଂଗ୍ରେସ ସଭାପତି ସୁବ୍ରତ ଦାସ, ଯୁବ ନେତା ଜ୍ୟୋତି ପ୍ରକାଶ ମହାନ୍ତିଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଶୋକ ପ୍ରକାଶ କରିବା ସହ ଶେଷ ଦର୍ଶନ କରିଛନ୍ତି l ସ୍ବର୍ଗତ ମହାପାତ୍ର ଅଣ କଂଗ୍ରେସରୁ ଛାତ୍ର ରାଜନୀତି ଆରମ୍ଭ କରିଥିଲେ। ଭଦ୍ରକ କଲେଜ ଛାତ୍ର ସଂସଦ ସଭାପତି, ବାଣୀବିହାର ଛାତ୍ର ସଂସଦ ସାଧାରଣ ସମ୍ପାଦକ ଥିଲେ। ଏବିଭିପିକୁ ମଜଭୁତ କରିବାରେ ତାଙ୍କର ବହୁ ଅବଦାନ ଥିଲା। ତତ୍କାଳୀନ ରାଷ୍ଟ୍ରପତି ଜ୍ଞାନୀ ଜୈଲ ସିଂହଙ୍କୁ ଭଦ୍ରକରେ କଳାପତାକା ଦେଖାଇ ଚର୍ଚ୍ଚାରେ ରହିଥିଲେ। ଜଣେ ସ୍ପଷ୍ଟବାଦୀ, ନିର୍ଭୀକଓ ସାହସୀ ନେତା ଭାବେ ସେ ପରିଚିତ ଥିଲେ। ଗତ ୫ ତାରିଖରେ ତାଙ୍କ ସ୍ତ୍ରୀ ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସବିତା ମହାନ୍ତିଙ୍କ ପରଲୋକ ହୋଇଥିଲା। ପରେ ସ୍ବର୍ଗତ ମହାପାତ୍ରଙ୍କ ସ୍ବାସ୍ଥ୍ୟ ଅଧିକ ବିଗିଡ଼ି ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ୟୁକାଲିପଟାସ୍‌ ଚାଷ ନିଷିଦ୍ଧ ପାଇଁ କୋରାପୁଟ ଡିଏଫ୍‌ଓଙ୍କୁ ତଦନ୍ତ ନିର୍ଦ୍ଦେଶ

କୋରାପୁଟ,୨୪ା୬(ଅମିତାଭ ବେହେରା): କୋରାପୁଟର ତଫସିଲଭୁକ୍ତ ଅଞ୍ଚଳରେ ବଢ଼ୁଥିବା ୟୁକାଲିପଟାସ୍‌ ଚାଷକୁ ନେଇ ଉଠିଥିବା ଅଭିଯୋଗ ପ୍ରତି ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଛନ୍ତି। ଏହି ଚାଷ ଉପରେ…

ସରକାରଙ୍କ ବଡ଼ ଘୋଷଣା, ପ୍ରତିବର୍ଷ ୫ ଲକ୍ଷ ଶିଶୁଙ୍କୁ ଦେବେ ସୁନା ମୁଦି

ଚେନ୍ନାଇ,୨୪ା୬ : ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନେତୃତ୍ୱରେ ତାମିଲନାଡୁ ସରକାର ପ୍ରତିଦିନ ନୂଆ ନୂଆ ନିଷ୍ପତ୍ତି ନେଉଛନ୍ତି । ସରକାର ଏବେ ପ୍ରତ୍ୟେକ ନବଜାତ ଶିଶୁକୁ…

ବାସୁଦେବପୁରରେ ହତ୍ୟାକାଣ୍ଡ: ଝିଆରୀଙ୍କୁ ପିଟିପିଟି ମାରିଦେଲେ ଦାଦା, ପୂରା ଘଟଣା ଜାଣିଲେ…

ବାସୁଦେବପୁର,୨୪ା୬(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ପୌରାଞ୍ଚଳର ଭୈରବପୁର ଗ୍ରାମରେ ଏକ ଲୋମହର୍ଷଣକାରୀ ହତ୍ୟାକାଣ୍ଡ ଘଟିଛି। ଲୁଗା ଶୁଖାଇବା ପାଇଁ ପୋତିଥିବା ବାଉଁଶକୁ ନେଇ ଘଟିଛି ଘଟଣା।…

ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କାଦେଲା ବୋଲେରୋ, ପୁଣି ପଛପଟୁ ଧକ୍କାଦେଲା ଆଉ ଏକ ଟ୍ରକ୍‌, ତା’ପରେ…

ବଞ୍ଚୋ,୨୪ା୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ରିଙ୍ଗ ରୋଡ୍‌ରେ ବୁଧବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ବୋଲେରୋ ଗୋଟିଏ ବାଇକ୍‌କୁ ଧକ୍କାଦେବା ପରେ ବାଇକ୍‌…

ଶ୍ରମିକମାନେ କାମ କରୁଥିବା ବେଳେ ଭୁଶୁଡ଼ିଲା ଗୋଦାମ, ମୃତ୍ୟୁ ସଂଖ୍ୟା….

କୋଲକାତା,୨୪ା୬: ପଶ୍ଚିମ କୋଲକାତାର ତାରାତାଲା ଅଞ୍ଚଳରେ ଏକ ନିର୍ମାଣାଧୀନ ଗୋଦାମ ବୁଧବାର ଅପରାହ୍ନରେ ହଠାତ୍ ଭୁଶୁଡ଼ିଲା । ଭଗ୍ନାବଶେଷ ତଳେ ପ୍ରାୟ ୫୦-୬୦ ଜଣ ଫସି ରହିଛନ୍ତି…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଛୁରାମାଡ଼ ପରେ…

ପଦ୍ମପୁର,୨୪ା୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ବୁଡେନ ଥାନା ଅନ୍ତର୍ଗତ ଗଡ଼ଭାଟି ଗ୍ରାମର ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଓ ଛୁରାମାଡ଼ କରାଯାଇଥିବା ଅଭିଯୋଗରେ ବୁଡେନ ଥାନାରେ ଏକ…

ଘାଟିରେ ଓଲଟିଲା ଟ୍ରକ୍‌: ତଳେ ଚାପି ହୋଇ ଚାଲିଗଲା ଜଣଙ୍କ ଜୀବନ, ଦୁଇ ଗୁରୁତର

ମୋହନା,୨୪ା୬(ମନ୍ମଥ ମିଶ୍ର): ଘାଟିରେ ଓଲଟିଲା ଟ୍ରକ୍‌, ଦୁର୍ଘଟଣାରେ ଟ୍ରକ୍‌ ତଳେ ଚାପି ହୋଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ସମସ୍ତେ ପଶ୍ଚିମବଙ୍ଗର…

ନିର୍ବାହୀ ଯନ୍ତ୍ରୀ ପଦ୍ମଲୋଚନଙ୍କୁ ବାନ୍ଧିଲା ଭିଜିଲାନ୍ସ: ନିଜ ଆୟଠାରୁ ୧୧୯% ଅଧିକ ସମ୍ପତ୍ତି ଠୁଳ ଅଭିଯୋଗ

ଭୁବନେଶ୍ୱର/ସମ୍ବଲପୁର,୨୪।୬: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କମାଣ୍ଡ ଏରିଆ ଡେଭଲପମେଣ୍ଟ ଅଥରିଟି (ସିଏଡିଏ) ବା ସେଚାଞ୍ଚଳ ଉନ୍ନୟନ ପ୍ରାଧିକରଣ ନିର୍ବାହୀ ଯନ୍ତ୍ରୀ (କୃଷି) ଇଂ.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri