ଭଲ କାମ କଲେ ପୁରସ୍କାର, ଖରାପରେ ଦଣ୍ଡ

ଜଗତ୍‌ସିଂହପୁର ଅଫିସ, ୨୬।୨: ରାଜ୍ୟ ସରକାର ଶିକ୍ଷାର ବିକାଶ ପାଇଁ ବ୍ୟାପକ ପରିବର୍ତ୍ତନ ଆଣୁଛନ୍ତି। ବେସରକାରୀ ଭଳି ଏଣିକି ସରକାରୀ ବିଦ୍ୟାଳୟରେ ନୋଟ୍‌ ସିଟ୍‌ ଦିଆଯିବା ବ୍ୟବସ୍ଥା ହେବ। ପିଲାମାନଙ୍କୁ ଦିଆଯାଉଥିବା ଡ୍ରେସ ଓ ସାଇକେଲ ବାବଦରେ ଅଧିକ ଅର୍ଥ ବରାଦ କରାଯାଉଛି। ଶନିବାର ଯଁକୋଟିସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ହୀରକ ଜୟନ୍ତୀ ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗଦେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ମହାନ୍ତି ଏହା କହିଛନ୍ତି । ବିଦ୍ୟାଳୟ ନିକଟ ଏକ ବିଲରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସେ କହିଥିଲେ, ବିଦ୍ୟାଳୟ ରୂପାନ୍ତରୀକରଣ ଦ୍ୱାରା ସରକାରୀ ଶିକ୍ଷାନୁଷ୍ଠାନ ପ୍ରତି ଅଭିଭାବକମାନଙ୍କ ଆକର୍ଷଣ ବଢୁଛି। କେବଳ ଭିତ୍ତିଭୂମି ନୁହେଁ ଗୁଣାତ୍ମକ ଶିକ୍ଷାଦାନ ଉପରେ ରାଜ୍ୟ ସରକାର ଗୁରୁତ୍ୱାରୋପ କରୁଛନ୍ତି। ଯେଉଁ ଶିକ୍ଷୟିତ୍ରୀ, ଶିକ୍ଷକ, ବିଇଓ ଆଦି ଭଲ କାମ କରିବେ ସେମାନଙ୍କୁ ପୁରସ୍କୃତ କରାଯିବ। ଆଉ ଯେଉଁମାନେ ଖରାପ କରିବେ ସେମାନଙ୍କୁ ଦଣ୍ଡ ଦିଆଯିବ ବୋଲି କହିଥିଲେ। ବିଦ୍ୟାଳୟ ହୀରକ ଉତ୍ସବ କମିଟି ସଭାପତି ପ୍ରଫୁଲ୍ଲ କୁମାର ସ୍ବାଇଁଙ୍କ ପୌରୋହିତ୍ୟରେ ଆୟୋଜିତ ସଭାରେ ସରକାରୀ ଦଳ ମୁଖ୍ୟ ସଚେତକ ତଥା ଜଗତ୍‌ସିଂହପୁର ବିଧାୟକ ପ୍ରଶାନ୍ତ କୁମାର ମୁଦୁଲି ଯୋଗଦେଇ ଚଳିତ ବଜେଟ ଲୋକାଭିମୁଖୀ ବଜେଟ ବୋଲି କହିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଏମ୍‌ପି ଡ. ରାଜଶ୍ରୀ ମଲ୍ଲିକ, ଜିଲା ପରିଷଦ ଅଧ୍ୟକ୍ଷ ମନୋଜ କୁମାର ଭୋଇ, ଯଁକୋଟି ସରପଞ୍ଚ ମମତା ତାରେଣିଆଁ, ପଟସରା ସରପଞ୍ଚ ପ୍ରମୁଖ କୁମାର ରାଉତ ଓ ଯଁକୋଟି ସମିତି ସଭ୍ୟ ସନ୍ତୋଷ କୁମାର ପରିଜା ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ହୀରକ ଜୟନ୍ତୀ ଉତ୍ସବ ସମ୍ପାଦକ ପ୍ରଶାନ୍ତ କୁମାର ରାଉତ ମଞ୍ଚ ପରିଚାଳନା କରିଥିଲେ। ଏହି ଅବସରରେ ସକାଳୁ ଅପରାହ୍ନ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ କରାଯାଇଥିଲା।
ଅତିଥିଙ୍କ ବିଳମ୍ବ ଯୋଗୁ ଅସନ୍ତୋଷ
ପୂର୍ବାହ୍ନ ୧୧ଟାରୁ ଉଦ୍‌ଘାଟନୀ ଉତ୍ସବ ଆରମ୍ଭ ହୋଇ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଚାଲିବ ବୋଲି ନିମନ୍ତ୍ରଣ କାର୍ଡରେ ଉଲ୍ଲେଖ ଥିଲା। ଏନେଇ ଛାତ୍ରୀଛାତ୍ରଙ୍କଠାରୁ ଆରମ୍ଭ କରି ଅବସରପ୍ରାପ୍ତ ବୟସ୍କ ଶିକ୍ଷକମାନେ ସଭା ସ୍ଥଳରେ ପହଞ୍ଚତ୍ଥିଲେ। କିନ୍ତୁ ମୁଖ୍ୟଅତିଥିଙ୍କ ସମେତ ଏମ୍‌ପି, ବିଧାୟକ ପ୍ରମୁଖ ୨ ଘଣ୍ଟା ବିଳମ୍ବରେ ପହଞ୍ଚତ୍ଥିଲେ। ଏନେଇ ଅସନ୍ତୋଷ ପ୍ରକାଶ ପାଇଥିଲା। ସକାଳୁ ଅପେକ୍ଷାରେ ଥିବା ଛାତ୍ରୀଛାତ୍ର ଓ ସମ୍ବର୍ଦ୍ଧିତ ହେବାକୁ ଥିବା ଅବସରପ୍ରାପ୍ତ ବୟସ୍କ ଶିକ୍ଷକମାନେ ନିରାଶ ଅନୁଭବ କରିଥିଲେ। କେବଳ ଏତିକି ନୁହେଁ ବିଦ୍ୟାଳୟ ନିକଟ ବିଲରେ ମଞ୍ଚ ହୋଇଥିବାରୁ ପ୍ରବଳ ଖରାରେ ଏତେ ସମୟ ଅପେକ୍ଷା କରିବା ଅନେକଙ୍କୁ କଷ୍ଟ ଦେଇଥିଲା। ଗରମ ସହି ନ ପାରି ଅଧିକାଂଶ ପିଲା ବିଦ୍ୟାଳୟକୁ ଚାଲି ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri