ଯୁବଶକ୍ତିଙ୍କୁ ସଶକ୍ତ କରିବା ପାଇଁ ଭଲ ପଦକ୍ଷେପ: ଧର୍ମେନ୍ଦ୍ର

ଭୁବନେଶ୍ୱର,୧୬।୭(ଅନିଲ ଦାସ): କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ନୂଆଦିଲ୍ଲୀଠାରେ ବିଶ୍ୱ ଯୁବଦକ୍ଷତା ଦିବସ ଅବସରରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ(ଏଆଇ) ଉପରେ ଏକ ମାଗଣା ଅନ୍‌ଲାଇନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ‘ଏଆଇ ଫର୍‌ ଇଣ୍ଡିଆ ୨.୦’ର ଶୁଭାରମ୍ଭ କରିଛନ୍ତି । ସେ କହିଛନ୍ତି, ଭାରତ ସରକାରଙ୍କ ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରଣାଳୟ, ସ୍ଥାନୀୟ ଭାଷାରେ ଅନ୍‌ଲାଇନ ଟେକ୍ନୋଲୋଜି ଶିକ୍ଷା ଦେଉଥିବା ବୈଷୟିକ ପ୍ଲାଟଫର୍ମ ଗୁଭି, ରାଷ୍ଟ୍ରୀୟ ଧନ୍ଦାମୂଳକ ଶିକ୍ଷା ଓ ପ୍ରଶିକ୍ଷଣ ପରିଷଦ(ଏନ୍‌ସିଇଭିଟି) ଏବଂ ଆଇଆଇଟି ମାଡ୍ରାସର ମିଳିତ ଉଦ୍ୟମରେ ପ୍ରସ୍ତୁତ ଏହି ପଦକ୍ଷେପ ସ୍ବାଗତଯୋଗ୍ୟ ।
ଏହି ସ୍ବୀକୃତିପ୍ରାପ୍ତ ଅନ୍‌ଲାଇନ କାର୍ଯ୍ୟକ୍ରମ ଯୁବପିଢ଼ିଙ୍କୁ ଦକ୍ଷତା କ୍ଷେତ୍ରରେ ସଶକ୍ତ କରିବ ।
ଗୁଭି ଏହି କାର୍ଯ୍ୟକ୍ରମକୁ ୯ଟି ଭାରତୀୟ ଭାଷାରେ ପ୍ରସ୍ତୁତ କରିଛି । ପ୍ରଯୁକ୍ତିବିଦ୍ୟା ଶିକ୍ଷାରେ ଭାଷା ପ୍ରତିବନ୍ଧକକୁ ଦୂର କରିବା ଏବଂ ବିଶେଷ ଭାବରେ ଗ୍ରାମାଞ୍ଚଳରେ ଥିବା ଆମ ଯୁବଶକ୍ତିଙ୍କୁ ଭବିଷ୍ୟତରେ ସଶକ୍ତ କରିବା ଦିଗରେ ଏହା ଏକ ଭଲ ପଦକ୍ଷେପ ।
ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଗୁଭିକୁ ସମସ୍ତ ଭାରତୀୟ ଭାଷାରେ ପାଠ୍ୟକ୍ରମ ପ୍ରସ୍ତୁତ କରିବା ପାଇଁ ପରାମର୍ଶ ଦେଇଛନ୍ତି। କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ ଜାପାନ, ଜର୍ମାନୀ ଭଳି ପ୍ରଗତିଶୀଳ ରାଷ୍ଟ୍ର ଇଂଲିଶ ଭାଷାରେ ସେତେ ସଶକ୍ତ ନୁହନ୍ତି । କିନ୍ତୁ ସେମାନେ ଏଆଇ କ୍ଷେତ୍ରରେ ବହୁତ ସୁଦୃଢ଼। ତେଣୁ ଇଂଲିଶ ନୁହେଁ ବରଂ ନିଜ ଭାଷାରେ ହିଁ ସବୁ ଶିକ୍ଷା ଓ ଟେକ୍ନୋଲୋଜି କ୍ଷେତ୍ରରେ ପ୍ରାଥମିକତା ଦେବା ଦରକାର । ଏଆଇ ବର୍ତ୍ତମାନ ସବୁ ସ୍ଥାନରେ। ଆଜି ଭାରତର ୟୁପିଆଇ ପେମେଣ୍ଟ ଟେକ୍ନୋଲୋଜି କ୍ଷେତ୍ରରେ ଏକ ଅଭୂତପୂର୍ବ ସଫଳତା ହାସଲ କରିଛି । ଦେଶରେ ଜିଏସ୍‌ଟି ଅଭିବୃଦ୍ଧି ଘଟୁଛି ।
ଏଥିଯୋଗୁ ଦେଶ ଏହି କ୍ଷେତ୍ରରେ ଦ୍ରୁତ ଗତିରେ ଆଗକୁ ବଢୁଛି ବୋଲି ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?