Posted inଖେଳ

ଏସିଆନ ବଡିବିଲ୍ଡିଂରେ ଭାଗନେବେ ଶୁଭକାନ୍ତ

ଭୁବନେଶ୍ୱର, ୧୪।୫ (ତପନ ସ୍ବାଇଁ): ଇଣ୍ଡୋନେସିଆର ବାଟମଠାରେ ୫୬ତମ ଏସିଆନ ବଡିବିଲ୍ଡିଂ ଆଣ୍ଡ ଫିଜିକ୍‌ ସ୍ପୋଟର୍‌ସ ଚାମ୍ପିୟନଶିପ୍‌ ଅଗଷ୍ଟ ୬ରୁ ୧୨ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି ପ୍ରତିଯୋଗିତା ପାଇଁ ଭାରତୀୟ ପ୍ରତିଯୋଗୀଙ୍କ ଚୟନ ଟ୍ରାଏଲ୍ସ କେରଳର କୋଚିଠାରେ ଗତ ୧୧ ଓ ୧୨ ତାରିଖରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉତ୍ତୀର୍ଣ୍ଣ ହୋଇ ଜଣେ ପ୍ରତିଯୋଗୀଭାବେ ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରିବାକୁ ମନୋନୀତ ହୋଇଛନ୍ତି କିଟ୍‌-କିସ୍‌ର ବଡିବିଲ୍ଡିଂ କୋଚ୍‌ ଶୁଭକାନ୍ତ ମଲିଆ। ସେହିପରି ବ୍ୟାଡ୍‌ମିଣ୍ଟନ ଓ୍ବାଲର୍‌ଡ ଫେଡେରେଶନ (ବିଡବ୍ଲ୍ୟୁଏଫ୍‌)ର ବିଶ୍ୱ ଜୁନିୟର ଚାମ୍ପିୟନଶିପ୍‌ ପାଇଁ କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସେସ (କିମ୍ସ)ର ଫିଜିଓଲୋଜି ଓ ସ୍ପୋଟର୍‌ସ ମେଡିସିନ ବିଭାଗୀୟ ମୁଖ୍ୟ ସୁଦୀପ ଶତପଥୀଙ୍କୁ ଟୁର୍ନାମେଣ୍ଟ ଡାକ୍ତରଭାବେ ନିଯୁକ୍ତି ମିଳିଛି। ବିଡବ୍ଲ୍ୟୁଏଫ୍‌ ଓ୍ବାଲର୍‌ଡ ଜୁନିୟର ଚାମ୍ପିୟନଶିପ୍‌ ଚାଇନାର ନାନ୍‌ଚାଙ୍ଗଠାରେ ସେପ୍ଟେମ୍ବର ୨୮ରୁ ଅକ୍ଟୋବର ୧୩ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ପୂର୍ବରୁ ସୁଦୀପ ବିଡବ୍ଲ୍ୟୁଏଫ୍‌ ପକ୍ଷରୁ ନେଦରଲାଣ୍ଡ୍ସର ରୋଟରଡାମଠାରେ ୨୦୨୩ରେ ଅନୁଷ୍ଠିତ ୟୁରୋପିଆନ ପାରା ଗେମ୍ସରେ ଟୁର୍ନାମେଣ୍ଟ ଡାକ୍ତରଭାବେ ଦାୟିତ୍ୱ ନିର୍ବାହ କରିଥିଲେ। ସେହିପରି ସେ ୨୦୨୧ ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ପୁରୁଷ ହକି ଦଳର ଡାକ୍ତର ଥିଲେ। ଏହା ବ୍ୟତୀତ ସେ ରିଓ ଅଲିମ୍ପିକ୍ସ ଓ ପ୍ରିମିୟର ବ୍ୟାଡ୍‌ମିଣ୍ଟନ ଲିଗ୍‌ ପାଇଁ ସ୍ପୋଟର୍‌ସ ମେଡିସିନ ଡାକ୍ତର ମଧ୍ୟ ଥିଲେ। ସୁଦୀପ ୨୦୧୫ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ)ରେ ସଚିନ ତେନ୍ଦୁଲକରଙ୍କ ମାଲିକାନାରେ ଥିବା କେରଳ ବ୍ଲାଷ୍ଟର୍ସ ଏଫ୍‌ସି ଦଳର ଟିମ୍‌ ଡାକ୍ତର ଥିଲେ। ଉଭୟ ଶୁଭକାନ୍ତ ଓ ସୁଦୀପଙ୍କୁ କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ତଥା ଏମ୍‌ପି ଅଚ୍ୟୁତ ସାମନ୍ତ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଇରାନ ଆଗରେ ୨ଟି ବଡ଼ ସର୍ତ୍ତ ରଖିଲା ଆମେରିକା, ଜାଣନ୍ତୁ କ’ଣ…

ଓ୍ବାଶିଂଟନ୍‌,୧୫।୪: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସପ୍ତାହରେ ଆମେରିକା…

ଆସୁଛି ଏଲ୍‌ ନିନୋ

ଆମେରିକାର ଜାତୀୟ ସାମୁଦ୍ରିକ ଏବଂ ବାୟୁମଣ୍ଡଳୀୟ ପ୍ରଶାସନ (ନ୍ୟାଶନାଲ ଓସେନିକ ଆଣ୍ଡ୍‌ ଆଟ୍‌ମୋସ୍ପିୟରିକ ଆଡ୍‌ମିନିଷ୍ଟ୍ରେଶନ ବା ”ନୋ ଆ (NO AA)“ ଦ୍ୱାରା ପରିଚାଳିତ ଜଳବାୟୁ ଆଗତ…

ବିଦ୍ୟାଳୟ ଶିକ୍ଷାରେ ଡ୍ରପ୍‌ଆଉଟ୍‌ ସମସ୍ୟା

ନିକଟରେ ଅନେକ ଦୈନିକ ଓଡ଼ିଆ ସମ୍ବାଦପତ୍ରରେ ଆଦିବାସୀ ଅଧ୍ୟୁଷିତ ଜିଲାଗୁଡ଼ିକରେ ଅଧାରୁ ପାଠ ଛାଡ଼ୁଥିବା ଶିଶୁଙ୍କ ସଂଖ୍ୟା ଉଦ୍‌ବେଗଜନକ ବୋଲି ପ୍ରକାଶ ପାଇଛି। ପ୍ରଶାସନିକ ସ୍ତରରେ ମଧ୍ୟ…

ଏକା ହୋଇଗଲା ଆମେରିକା, ଟ୍ରମ୍ପଙ୍କ ହାତ ଛାଡିଦେଲେ ଏହି ସବୁ ନିକଟତମ ବନ୍ଧୁ ଦେଶ

ଓ୍ବାଶିଂଟନ୍‌,୧୫।୪: ଇରାନ ସହିତ ଯୁଦ୍ଧରେ ଗଭୀର ଭାବରେ ଜଡିତ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆଉ ଏକ ବଡ଼ ଝଟକା ଲାଗିଛି। ଏହି ଆଘାତ ତାଙ୍କ ନିଜ…

ଚାଇନାକୁ ଲାଗିବ ବଡ଼ ଝଟ୍‌କା: ଜୀବନରେଖା ଶେଷ କରିଦେବେ ଟ୍ରମ୍ପ! ଆମେରିକାର ସାଥ୍‌ ଦେବ ଭାରତ

ଓ୍ବାଶିଂଟନ୍‌,୧୫।୪: ମଧ୍ୟପ୍ରାଚ୍ୟରେ ହର୍ମୁଜ ପ୍ରଣାଳୀକୁ ନେଇ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଏକ ନୂତନ ପ୍ରସଙ୍ଗ ଉଭା ହୋଇଛି ଯାହା ବିଶ୍ୱ ଦୃଷ୍ଟି ଆକର୍ଷଣ କରିଛି। ଆମେରିକା ଇରାନ…

ଅନୁ ଗର୍ଗଙ୍କ ବଡ଼ ଘୋଷଣା: ଓଡ଼ିଶା ହେବ ‘ଏସିଆ’ର….

ଭୁବନେଶ୍ୱର,୧୫ା୪(ରବିନାରାୟଣ ଜେନା):ଓଡ଼ିଶାରେ ସମୃଦ୍ଧ ଐତିହ୍ୟ, ବିବିଧ ସଂସ୍କୃତି ଓ ପ୍ରାକୃତିକ ମନୋରମ୍ୟ ରହିଛି। ଏହାକୁ ନେଇ ବିଶ୍ୱସ୍ତରୀୟ ପର୍ଯ୍ୟଟକମାନଙ୍କୁ କିଭଳି ଆକର୍ଷିତ କରାଯାଇ ପାରିବ ସେନେଇ ପର୍ଯ୍ୟଟନ…

୪ବର୍ଷ ବିତିଲା, ମିଳିଲାନି ନିଖୋଜ ଶ୍ରମିକଙ୍କ ପତ୍ତା

ନୂଆପଡ଼ା,୧୫ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ଦର୍ଲିପଡା ଗଁ।ର ଜଣେ ଦାଦନ ଶ୍ରମିକ ନିଖୋଜ ହେବାର ପ୍ରାୟ ୪ବର୍ଷ ବିତିଯାଇଥିଲେ ମଧ୍ୟ ତାଙ୍କର ପତ୍ତା ମିଳିନାହିଁ।…

ବିଜେଡି-କଂଗ୍ରେସ ମେଣ୍ଟକୁ ନେଇ ବଢୁଛି ଚର୍ଚ୍ଚା: ମନମୋହନ ଦେଲେ ଏମିତି ପରାମର୍ଶ

ଭୁବନେଶ୍ୱର,୧୫।୪(ସୁନିତ୍‌ ମିଶ୍ର):୨୦୨୭ରେ ରାଜ୍ୟରେ ପଞ୍ଚାୟତ ନିର୍ବାଚନ ହେବ। ଏଥିଲାଗି ପ୍ରସ୍ତୁତି ଏକ ପ୍ରକାର ଆରମ୍ଭ ହୋଇସାରିଛି। ଆସନ ସଂରକ୍ଷଣ ଆସନ୍ତା ୩୦ ତାରିଖ ସୁଦ୍ଧା ଶେଷ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri