Posted inଜାତୀୟ

ବର୍ଷେ ପରେ ଭାରତ ଫେରିଲେ ଶୁଭାଂଶୁ

ନୂଆଦିଲ୍ଲୀ, ୧୮ା୮: ବାୟୁସେନା ଗ୍ରୁପ୍‌ କ୍ୟାପ୍ଟେନ୍‌ ତଥା ମହାକାଶଚାରୀ ଶୁଭାଂଶୁ ଶୁକ୍ଳା ରବିବାର ଭାରତ ପ୍ରତ୍ୟାବର୍ତ୍ତନ କରିଛନ୍ତି। ନୂଆଦିଲ୍ଲୀସ୍ଥିତ ଇନ୍ଦିରାଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ତାଙ୍କୁ ଜୋର୍‌ଦାର ସ୍ବାଗତ କରାଯାଇଛି। ବିମାନବନ୍ଦରରେ ଭାରତୀୟ ତ୍ରିରଙ୍ଗା ଏବଂ ଢୋଲ ବଜାଇ ଅନେକ ଲୋକ ଶୁଭାଂଶୁଙ୍କର ସ୍ବାଗତ କରିଥିଲେ। ଏହି ଅବସରରେ ଏୟାରପୋର୍ଟରେ ଭାରତୀୟ ମହାକାଶ ଗବେଷଣା ସଙ୍ଗଠନ (ଇସ୍ରୋ) ଅଧ୍ୟକ୍ଷ ଭି. ନାରାୟଣନ, କେନ୍ଦ୍ର ମହାକାଶ ବିଭାଗର ରାଷ୍ଟ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା, ଶୁଭାଂଶୁଙ୍କ ସ୍ତ୍ରୀ କାମନା ଓ ପୁଅ କିଆଶ୍‌ ଉପସ୍ଥିତ ଥିଲେ। ଶୁଭାଂଶୁଙ୍କ ସହଯୋଗୀ ତଥା ଆକ୍ସିଓମ୍‌-୪ ମିଶନରେ ବ୍ୟାକ୍‌ଅପ୍‌ ମହାକାଶଚାରୀ ଥିବା ପ୍ରଶାନ୍ତ ବାଲ୍‌କ୍ରିଷ୍ଣନ ନାୟାର ମଧ୍ୟ ଭାରତ ପ୍ରତ୍ୟାବର୍ତ୍ତନ କରିଛନ୍ତି। ମହାକାଶ ଉଡ଼ାଣର ଟ୍ରେନିଂ ପାଇଁ ଶୁଭାଂଶୁ ପ୍ରାୟ ବର୍ଷେ ହେବ ଆମେରିକାରେ ଥିଲେ। ସୋମବାର ଶୁଭାଂଶୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିପାରନ୍ତି। ଏହାପରେ ସେ ନିଜ ସହର ଲକ୍ଷ୍ନୌକୁ ଯିବେ। ତେବେ ଆସନ୍ତା ୨୨ ଏବଂ ୨୩ରେ ନୂଆଦିଲ୍ଲୀଠାରେ ହେବାକୁ ଥିବା ଜାତୀୟ ମହାକାଶ ଦିବସ ଉତ୍ସବରେ ଯୋଗଦେବା ନିମନ୍ତେ ସେ ପୁନର୍ବାର ଦିଲ୍ଲୀ ଆସିବେ। ସୋମବାର ଲୋକ ସଭାରେ ୨୦୪୭ ସୁଦ୍ଧା ବିକଶିତ ଭାରତ ପାଇଁ ଆବଶ୍ୟକ ମହାକାଶ କାର୍ଯ୍ୟକ୍ରମରେ ଆକ୍ସିଓମ୍‌-୪ ମିଶନ ଓ ଶୁଭାଂଶୁଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକାକୁ ନେଇ ଆଲୋଚନା ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

Nobel Peace Prize: ଟ୍ରମ୍ପଙ୍କୁ ମିଳିବ ନୋବେଲ ଶାନ୍ତି ପୁରସ୍କାର? ୨୮୭ ଜଣଙ୍କ ନାମ ସର୍ଟଲିଷ୍ଟ କରୁଛି କମିଟି

ଓସଲୋ,୧।୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ପ୍ରକୃତରେ, ୨୦୨୬ ନୋବେଲ ଶାନ୍ତି ପୁରସ୍କାର ପାଇଁ ଟ୍ରମ୍ପ ମନୋନୀତ ହୋଇପାରନ୍ତି।…

୪ ସାଙ୍ଗ ମିଶି ଦୁଇ ବାଇକ୍‌ରେ ଯାଉଥିଲେ, ବାଟରେ ଛକିଥିଲା ଯମ, ଚାଲିଗଲା୨ ଜୀବନ

ଭଞ୍ଜନଗର,୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର-ସୋରଡ଼ା ମୁଖ୍ୟ ରାସ୍ତାର କାଳିଆଗୁଡ଼ା ନିକଟରେ ଗୁରୁବାର ରାତିରେ ଏକ ବାଇକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ବାଇକ୍‌ରେ ଯାଉଥିବା ଦୁଇଜଣ ଯୁବକଙ୍କ…

‘ମୋର ଗୋଟିଏ କଲ୍‌ରେ ୮ ମହିଳାଙ୍କ ମୃତ୍ୟୁଦଣ୍ଡ ବନ୍ଦ ହୋଇଥିଲା’ – ଇରାନକୁ ନେଇ କାହିଁକି ବଡ଼ ବଡ଼ ଦାକି କରୁଛନ୍ତି ଟ୍ରମ୍ପ? ଜାଣନ୍ତୁ…

ତେହରାନ,୧।୫: ଗୁରୁବାର, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ପରିସ୍ଥିତି ସମ୍ପର୍କରେ ଅନେକ ବଡ଼ ଦାବି କରିଥିଲେ। ସେ କହିଥିଲେ ଯେ ଆମେରିକାର ସାମରିକ କାର୍ଯ୍ୟାନୁଷ୍ଠାନ ଇରାନ…

ବୈଷ୍ଣୋଦେବୀଙ୍କ ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ: କାଳବୈଶାଖୀର ସୁଯୋଗ ନେଇ…

ନୟାଗଡ଼,୧ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା ଜାମୁକଣସ୍ଥିତ ବୈଷ୍ଣୋଦେବୀଙ୍କ ମନ୍ଦିରରେ କଳାକନା ବୁଲାଇଛନ୍ତି ଦୁର୍ବୃତ୍ତ। ଗୁରୁବାର ରାତିରେ କାଳବୈଶାଖୀ ଯୋଗୁ ବିଦ୍ୟୁତ୍‌ ନ ଥିବାବେଳେ…

ମେ’ ତୃତୀୟ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ

ଭୁବନେଶ୍ୱର,୧ା୫: ମେ’ ତୃତୀୟ ସପ୍ତାହରେ ପ୍ରକାଶ ପାଇବ +୨ ରେଜଲ୍ଟ। ଏନେଇ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ଏଥିସହିତ ମନ୍ତ୍ରୀ କହିଛନ୍ତି, ଆସନ୍ତାକାଲି ମାଟ୍ରିକ୍‌…

ପବନ ଖେରାଙ୍କୁ ବଡ଼ ଆଶ୍ୱସ୍ତି: ଏବେ ତାଙ୍କୁ ଗିରଫ କରିବ ନାହିଁ ଆସାମ ପୋଲିସ

ନୂଆଦିଲ୍ଲୀ,୧।୫: କଂଗ୍ରେସ ନେତା ପବନ ଖେରାଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ମିଳିଛି। ଆସାମ ପୋଲିସ ଏବେ ପବନ ଖେରାଙ୍କୁ ଗିରଫ କରିପାରିବ ନାହିଁ। ପ୍ରକୃତରେ, ସୁପ୍ରିମକୋର୍ଟ ପବନ ଖେରାଙ୍କୁ…

ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ପୂର୍ବରୁ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଲା ଭାଜପା, ଜାଣନ୍ତୁ କ’ଣ ଏହାର କାରଣ

କୋଲକାତା,୧।୫: ପଶ୍ଚିମବଙ୍ଗ ସମେତ ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନର ଫଳାଫଳ ସୋମବାର, ମେ ୪ ତାରିଖରେ ଘୋଷଣା ହେବାକୁ ଯାଉଛି। ପଶ୍ଚିମବଙ୍ଗ ଭାଜପା ପାଇଁ ଗୁରୁତ୍ୱପୂର୍ଣ୍ଣ ରାଜ୍ୟ।…

ବ୍ୟକ୍ତିଗତ ମାଲିକାନାରେ ଗୋବରୀ ନଦୀର ଅଂଶ, ସହର ମଧ୍ୟରେ ବଢୁଛି ଜବରଦଖଲ

କେନ୍ଦ୍ରାପଡ଼ା,୩୦ା୪ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ମ୍ୟୁନିସିପାଲିଟିକୁ ଇତିମଧ୍ୟରେ ୧୫୭ ବର୍ଷ ପୂରିଛି। ରାଜ୍ୟର ଏହି ସର୍ବପୁରାତନ ମ୍ୟୁନିସିପାଲିଟି ସଂପ୍ରତି ବିବିଧ ସମସ୍ୟାରେ ବୁଡ଼ିରହିଛି। ଜବରଦଖଲ ଏକ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri