ପାଣ୍ଡିଆନ୍‌ଙ୍କୁ ଶୁଭେଚ୍ଛାର ସୁଅ

ଭୁବନେଶ୍ୱର,୨୮ା୧୧(ଅନିଲ ଦାସ):୫-ଟି ଓ ଆମ ଓଡ଼ିଶା ନବୀନ ଓଡ଼ିଶାର ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍‌ ରାଜ୍ୟର ବିକାଶ ପାଇଁ ନିଜକୁ ଉତ୍ସର୍ଗ କରିଆସିଛନ୍ତି। ଦୀର୍ଘ ୨୩ ବର୍ଷ ଧରି ରାଜ୍ୟବାସୀଙ୍କ ସେବାରେ ନିଜକୁ ସମର୍ପିତ କରିଛନ୍ତି। ବିଭିନ୍ନ ପ୍ରକାର ସମାଲୋଚନାକୁ ଖାତିର ନ କରି ନୂଆ ଓଡ଼ିଶା ଗଠନ ପାଇଁ ସେ କାର୍ଯ୍ୟ କରି ଚାଲିଛନ୍ତି। ଓଡ଼ିଶାର ଗଁା ଗଣ୍ଡାରେ ରାଜ୍ୟ ସରକାରଙ୍କ ବିକାଶର ବାର୍ତ୍ତା ପହଞ୍ଚାଇବା ସହ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଲୋକଙ୍କ ସୁଖ ଦୁଃଖରେ ସାମିଲ ହୋଇଛନ୍ତି। ପ୍ରଶାସନିକ କ୍ଷେତ୍ରକୁ ସ୍ବଚ୍ଛ ଓ ପାରଦର୍ଶୀ କରିବା ସକାଶେ ୫-ଟି (ଟ୍ରାନ୍ସପରେନ୍ସି, ଟେକ୍ନୋଲୋଜି, ଟିମ୍‌ଓ୍ବାର୍କ, ଟାଇମ୍‌ ଓ ଟ୍ରାନ୍ସଫର୍‌ମେଶନ) ଭଳି ଅଭିନବ ପ୍ରୟାସ କରିଛନ୍ତି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ପ୍ରଗାଢ଼ ବିଶ୍ୱାସ ରଖିଥିବା ପାଣ୍ଡିଆନ୍‌ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟକୁ ଆଗକୁ ନେବା ପାଇଁ ନିୟମିତ ସମୀକ୍ଷା କରିଆସୁଛନ୍ତି। କାର୍ତ୍ତିକ ପାଣ୍ଡିଆନ୍‌ ସରକାରୀ ସ୍କୁଲରେ ଶିକ୍ଷା ଗ୍ରହଣ କରିଛନ୍ତି। ସ୍କୁଲଗୁଡ଼ିକର ଦୁରବସ୍ଥାକୁ ହୃଦୟଙ୍ଗମ କରି ରାଜ୍ୟରେ ପିଲାମାନଙ୍କୁ କିପରି ଗୁଣାତ୍ମକ ଶିକ୍ଷା ପ୍ରଦାନ କରାଯାଇପାରିବ, ସେ ନେଇ ପାଣ୍ଡିଆନ୍‌ ହାଇସ୍କୁଲଗୁଡ଼ିକର ରୂପାନ୍ତରଣ କାର୍ଯ୍ୟ କରି ଅଭିଭାବକ ଓ ଛାତ୍ରୀଛାତ୍ରଙ୍କର ପ୍ରିୟଭାଜନ ହୋଇପାରିଛନ୍ତି। ସ୍କୁଲ ରୂପାନ୍ତରୀକରଣ ଯୋଗୁ ରାଜ୍ୟର ଅନେକ ଲକ୍ଷ ଛାତ୍ରୀଛାତ୍ର ଗୁଣାତ୍ମକ ଓ ଉତ୍ତମ ମାନର ଶିକ୍ଷା ପାଇପାରିଛନ୍ତି। ସେହିପରି ସ୍ବାସ୍ଥ୍ୟ କ୍ଷେତ୍ରରେ ମଧ୍ୟ ଆସିଥିବା ରୂପାନ୍ତରୀକରଣ ଓ ରାଜ୍ୟରେ ନୂତନ ହସ୍ପିଟାଲ ସ୍ଥାପନ କ୍ଷେତ୍ରରେ ପାଣ୍ଡିଆନ୍‌ଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଜିଲାସ୍ତରରେ ଲୋକମାନଙ୍କର ଅଭିଯୋଗ ଶୁଣାଣି କରି, ସେମାନଙ୍କ ଦୁଆରକୁ ଯାଇ ସେମାନଙ୍କର ଅଭିଯୋଗ ସଂଗ୍ରହ କରିବା ଓ ତାହାର ସମାଧାନ କ୍ଷେତ୍ରରେ ପାଣ୍ଡିଆନ୍‌ଙ୍କର ଉଦ୍ୟମ ସରକାରଙ୍କର ଜନସାଧାରଣଙ୍କ ପ୍ରତି ଥିବା ପ୍ରତିବଦ୍ଧତାକୁ ଦର୍ଶାଉଛି। ରାଜ୍ୟକୁ ଅନ୍ତର୍ଜାତୀୟ ସ୍ତରରେ ଏକ କ୍ରୀଡ଼ା ହବ୍‌ରେ ପରିଣତ କରିବା କ୍ଷେତ୍ରରେ ପାଣ୍ଡିଆନଙ୍କର ଅତୁଳନୀୟ ଭୂମିକା ରହିଛି। ବିଜେଡିରେ କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ଯୋଗଦାନ ପରେ ସୋସିଆଲ୍‌ ମିଡିଆରେ ଶୁଭେଚ୍ଛା ଓ ଶୁଭକାମନାର ସୁଅ ଛୁଟିବାରେ ଲାଗିଛି। ବିଜେଡିରେ ଯୋଗଦେବା ପରେ ସାଧାରଣ ଜନତାଙ୍କଠାରୁ ଆରମ୍ଭ କରି ବରିଷ୍ଠ ନେତା, ବିଧାୟକ ଏବଂ ମନ୍ତ୍ରୀମାନେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ବିଜେଡିରେ ବିଧିବଦ୍ଧ ଭାବେ ଯୋଗଦେବା ପରେ କାର୍ତ୍ତିକ ପାଣ୍ଡିଆନ୍‌ଙ୍କୁ ରାଜ୍ୟ ସଭା ଏମ୍‌ପି ମାନସ ରଞ୍ଜନ ମଙ୍ଗରାଜ, ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଓ ବିଜେଡିର ବରିଷ୍ଠ ବିଧାୟକମାନେ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri