ପାଣ୍ଡିଆନ୍‌ଙ୍କୁ ଶୁଭେଚ୍ଛାର ସୁଅ

ଭୁବନେଶ୍ୱର,୨୮ା୧୧(ଅନିଲ ଦାସ):୫-ଟି ଓ ଆମ ଓଡ଼ିଶା ନବୀନ ଓଡ଼ିଶାର ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍‌ ରାଜ୍ୟର ବିକାଶ ପାଇଁ ନିଜକୁ ଉତ୍ସର୍ଗ କରିଆସିଛନ୍ତି। ଦୀର୍ଘ ୨୩ ବର୍ଷ ଧରି ରାଜ୍ୟବାସୀଙ୍କ ସେବାରେ ନିଜକୁ ସମର୍ପିତ କରିଛନ୍ତି। ବିଭିନ୍ନ ପ୍ରକାର ସମାଲୋଚନାକୁ ଖାତିର ନ କରି ନୂଆ ଓଡ଼ିଶା ଗଠନ ପାଇଁ ସେ କାର୍ଯ୍ୟ କରି ଚାଲିଛନ୍ତି। ଓଡ଼ିଶାର ଗଁା ଗଣ୍ଡାରେ ରାଜ୍ୟ ସରକାରଙ୍କ ବିକାଶର ବାର୍ତ୍ତା ପହଞ୍ଚାଇବା ସହ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଲୋକଙ୍କ ସୁଖ ଦୁଃଖରେ ସାମିଲ ହୋଇଛନ୍ତି। ପ୍ରଶାସନିକ କ୍ଷେତ୍ରକୁ ସ୍ବଚ୍ଛ ଓ ପାରଦର୍ଶୀ କରିବା ସକାଶେ ୫-ଟି (ଟ୍ରାନ୍ସପରେନ୍ସି, ଟେକ୍ନୋଲୋଜି, ଟିମ୍‌ଓ୍ବାର୍କ, ଟାଇମ୍‌ ଓ ଟ୍ରାନ୍ସଫର୍‌ମେଶନ) ଭଳି ଅଭିନବ ପ୍ରୟାସ କରିଛନ୍ତି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ପ୍ରଗାଢ଼ ବିଶ୍ୱାସ ରଖିଥିବା ପାଣ୍ଡିଆନ୍‌ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟକୁ ଆଗକୁ ନେବା ପାଇଁ ନିୟମିତ ସମୀକ୍ଷା କରିଆସୁଛନ୍ତି। କାର୍ତ୍ତିକ ପାଣ୍ଡିଆନ୍‌ ସରକାରୀ ସ୍କୁଲରେ ଶିକ୍ଷା ଗ୍ରହଣ କରିଛନ୍ତି। ସ୍କୁଲଗୁଡ଼ିକର ଦୁରବସ୍ଥାକୁ ହୃଦୟଙ୍ଗମ କରି ରାଜ୍ୟରେ ପିଲାମାନଙ୍କୁ କିପରି ଗୁଣାତ୍ମକ ଶିକ୍ଷା ପ୍ରଦାନ କରାଯାଇପାରିବ, ସେ ନେଇ ପାଣ୍ଡିଆନ୍‌ ହାଇସ୍କୁଲଗୁଡ଼ିକର ରୂପାନ୍ତରଣ କାର୍ଯ୍ୟ କରି ଅଭିଭାବକ ଓ ଛାତ୍ରୀଛାତ୍ରଙ୍କର ପ୍ରିୟଭାଜନ ହୋଇପାରିଛନ୍ତି। ସ୍କୁଲ ରୂପାନ୍ତରୀକରଣ ଯୋଗୁ ରାଜ୍ୟର ଅନେକ ଲକ୍ଷ ଛାତ୍ରୀଛାତ୍ର ଗୁଣାତ୍ମକ ଓ ଉତ୍ତମ ମାନର ଶିକ୍ଷା ପାଇପାରିଛନ୍ତି। ସେହିପରି ସ୍ବାସ୍ଥ୍ୟ କ୍ଷେତ୍ରରେ ମଧ୍ୟ ଆସିଥିବା ରୂପାନ୍ତରୀକରଣ ଓ ରାଜ୍ୟରେ ନୂତନ ହସ୍ପିଟାଲ ସ୍ଥାପନ କ୍ଷେତ୍ରରେ ପାଣ୍ଡିଆନ୍‌ଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଜିଲାସ୍ତରରେ ଲୋକମାନଙ୍କର ଅଭିଯୋଗ ଶୁଣାଣି କରି, ସେମାନଙ୍କ ଦୁଆରକୁ ଯାଇ ସେମାନଙ୍କର ଅଭିଯୋଗ ସଂଗ୍ରହ କରିବା ଓ ତାହାର ସମାଧାନ କ୍ଷେତ୍ରରେ ପାଣ୍ଡିଆନ୍‌ଙ୍କର ଉଦ୍ୟମ ସରକାରଙ୍କର ଜନସାଧାରଣଙ୍କ ପ୍ରତି ଥିବା ପ୍ରତିବଦ୍ଧତାକୁ ଦର୍ଶାଉଛି। ରାଜ୍ୟକୁ ଅନ୍ତର୍ଜାତୀୟ ସ୍ତରରେ ଏକ କ୍ରୀଡ଼ା ହବ୍‌ରେ ପରିଣତ କରିବା କ୍ଷେତ୍ରରେ ପାଣ୍ଡିଆନଙ୍କର ଅତୁଳନୀୟ ଭୂମିକା ରହିଛି। ବିଜେଡିରେ କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ଯୋଗଦାନ ପରେ ସୋସିଆଲ୍‌ ମିଡିଆରେ ଶୁଭେଚ୍ଛା ଓ ଶୁଭକାମନାର ସୁଅ ଛୁଟିବାରେ ଲାଗିଛି। ବିଜେଡିରେ ଯୋଗଦେବା ପରେ ସାଧାରଣ ଜନତାଙ୍କଠାରୁ ଆରମ୍ଭ କରି ବରିଷ୍ଠ ନେତା, ବିଧାୟକ ଏବଂ ମନ୍ତ୍ରୀମାନେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ବିଜେଡିରେ ବିଧିବଦ୍ଧ ଭାବେ ଯୋଗଦେବା ପରେ କାର୍ତ୍ତିକ ପାଣ୍ଡିଆନ୍‌ଙ୍କୁ ରାଜ୍ୟ ସଭା ଏମ୍‌ପି ମାନସ ରଞ୍ଜନ ମଙ୍ଗରାଜ, ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଓ ବିଜେଡିର ବରିଷ୍ଠ ବିଧାୟକମାନେ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

ସମ୍ବଲପୁର ଯୁଯୁମୁରା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ମହିଳା ଓଏଏସ୍ ଟ୍ରେନିଙ୍କ ସମେତ ୨ ମୃତ, ୧୨ ଆହତ

ସମ୍ବଲପୁର,୧୫|୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ କଂସର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଜାତୀୟ ରାଜପଥ-୫୫ରେ ସମ୍ବଲପୁର ପଟକୁ ଯାଉଥିବା ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri