ବାଲୁକା କଳାରେ ବିରାଟଙ୍କୁ ଶୁଭେଚ୍ଛା

ପୁରୀ:୫।୧୧: ଆଜି ଲିଜେଣ୍ଡ କ୍ରିକେଟର୍‌ ବିରାଟ କୋହଲିଙ୍କ ଜନ୍ମଦିନ। ଏହି ଅବସରରେ ପୁରୀ ବେଳାଭୂମିରେ ବିଶାଳ ବାଲୁକା କଳା କରି ଶୁଭେଚ୍ଛା ଜଣାଇଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ।

ବିରାଟ କୋହଲି ୫ ନଭେମ୍ବର ୧୯୮୮ ଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲେ। ସେ ଦିଲ୍ଲୀର ଉତ୍ତରନଗରରେ ବଡ ହୋଇଥିଲେ। କୁହାଯାଏ, କୋହଲି ମାତ୍ର ୯ ବର୍ଷ ବୟସରେ କ୍ରିକେଟ ଖେଳିବା ଆରମ୍ଭ କରିଥିଲେ। ସେ ପିଲାଦିନରେ କୋଚ୍‌ ରାଜକୁମାର ଶର୍ମାଙ୍କଠାରୁ କ୍ରିକେଟ ପଶିକ୍ଷଣ ନେଇଥିଲେ। ପରେ କୋହଲି ଧୀରେ ଧୀରେ କ୍ରିକେଟରେ ଚମତ୍କାର ପ୍ରଦର୍ଶନ ଆରମ୍ଭ କରିଥିଲେ। ଗ୍ରୁପ କ୍ରିକେଟରେ ଜବରଦସ୍ତ ପ୍ରଦର୍ଶନ କରିବା ପରେ ସେ ପ୍ରଥମ ଶ୍ରେଣୀ କ୍ରିକେଟ ଖେଳି ଥିଲେ।

୨୦୦୬ରେ କୋହଲି ଦିଲ୍ଲୀ ପାଇଁ ତାଙ୍କ କ୍ୟାରିୟରର ପ୍ରଥମ ଶ୍ରେଣୀ ମ୍ୟାଚ୍‌ ଖେଳିଥିଲେ। ଏହି ସମୟ ମଧ୍ୟରେ କୋହଲିଙ୍କ ପିତା ପ୍ରେମ କୋହଲିଙ୍କ ଦେହାନ୍ତ ହୋଇଥିଲା। ପିତାଙ୍କ ମୃତ୍ୟୁ ସତ୍ତ୍ୱେ କୋହଲି କର୍ନାଟକ ବିପକ୍ଷ ମ୍ୟାଚରେ ବ୍ୟାଟିଂ କରିବାକୁ ଆସି ୯୦ ରନ୍‌ର ଇନିଂସ୍‌ ଖେଳିଥିଲେ।

କୋହଲିଙ୍କ ପାଇଁ ୨୦୦୮ ଅଣ୍ଡର-୧୯ ବିଶ୍ୱକପ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଥିଲା। କୁହାଯାଏ, କୋହଲି ଅଣ୍ଡର-୧୯ ବିଶ୍ୱକପରୁ ଅନେକ ଖ୍ୟାତି ଅର୍ଜନ କରିଥିଲେ। ଏହା କୋହଲିଙ୍କୁ ଟିମ୍‌ ଇଣ୍ଡିଆରେ ଯୋଗଦେବା ପାଇଁ ବାଟ ଖୋଲିଥିଲା। କୋହଲି ତାଙ୍କ ଅଧିନାୟକତ୍ୱରେ ଭାରତକୁ ଅଣ୍ଡର-୧୯ ବିଶ୍ୱକପ୍‌ ଟାଇଟ୍‌ଲ ଜିତାଇଥିଲେ। ଅଣ୍ଡର-୧୯ ବିଶ୍ୱକପରେ ପ୍ରଭାବିତ କରିଥିବା କୋହଲିଙ୍କୁ ଆଇପିଏଲ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର କିଣିଥିଲ। ତା’ପରେ ସେହି ବର୍ଷ ଅର୍ଥାତ୍‌ ୨୦୦୮ରେ ସେ ଟିମ ଇଣ୍ଡିଆରେ ପ୍ରବେଶ କରିଥିଲେ। କୋହଲି ୨୦୦୮ ଅଗଷ୍ଟ ୧୮ରେ ଶ୍ରୀଲଙ୍କା ବିପକ୍ଷରେ ଏକ ଦିନିକିଆ ମ୍ୟାଚ ଖେଳି ଅନ୍ତର୍ଜାତୀୟସ୍ତରରେ ଡେବ୍ୟୁ କରିଥିଲେ। ଏହା ପରେ ବିରାଟ କେବେ ପଛକୁ ଚାହିଁ ନ ଥିଲେ ଏବଂ ସେ ଗୋଟିଏ ପରେ ଗୋଟିଏ ରେକର୍ଡ କରିବାରେ ଲାଗିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହିନ୍ଦୁ ସାଧୁଙ୍କ ପାଦ ସ୍ପର୍ଶ କଲେ ଇରାନର ରାଷ୍ଟ୍ରପତି ପେଜେଶକିଆନ! ଭିଡିଓ ଭାଇରାଲ

ନୂଆଦିଲ୍ଲୀ/ତେହରାନ,୧୩।୯: ଦିଲ୍ଲୀର ଭାରତ ମଣ୍ଡପମରେ ଚାଲିଥିବା ବ୍ରିକ୍ସ (BRICS) ସମ୍ମିଳନୀର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଇରାନର ରାଷ୍ଟ୍ରପତି…

ଖଣ୍ଡେ ପାନ ପାଇଁ ବୃଦ୍ଧାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ଯୁବକ

ମୋରଡ଼ା,୧୩ା୯(ସ୍ମାରକ ମାଜୀ): ଖଣ୍ଡେ ପାନ ପାଇଁ ଘଟିଛି ହତ୍ୟାକାଣ୍ଡ। ଠେଙ୍ଗାରେ ପିଟିପିଟି ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ଜଣେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ସୋସିଆଲ ମିଡିଆରେ ଚର୍ଚ୍ଚା; କିଶୋର କୁମାରଙ୍କ ଗୀତ ଗାଇଲେ ପ୍ରଧାନମନ୍ତ୍ରୀ, ସବୁ କହିଲେ….

ନୂଆଦିଲ୍ଲୀ,୧୩।୯: ଭାରତରେ ଆୟୋଜିତ ବ୍ରିକ୍ସ ଶିଖର ସମ୍ମିଳନୀର ଗାଲା ଡିନରରେ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମଙ୍କ ଏକ ଭିନ୍ନ ରୂପ ଦେଖିବାକୁ ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ବିଭିନ୍ନ ଦାବି ନେଇ ଗୁଡ଼ାରି ବନ୍ଦ ଡାକରା, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ଗୁଡ଼ାରି,୧୩ା୯(ପ୍ରମୋଦ କୁମାର ପତି): ବିଭିନ୍ନ ଦାବି ପୂରଣ ନେଇ ଆସନ୍ତା ୨୨ ତାରିଖରେ ଗୁଡାରି ବନ୍ଦ ଡାକରା ଦିଆଯାଇଛି। ଏନେଇ ରବିବାର ବିଡିଓଙ୍କ ଅନୁପସ୍ଥିତିରେ ଜିପିଡିଓ ଶିବପ୍ରସାଦ…

ପୁଣି ଲଣ୍ଡନରେ କ୍ୱାଲିଟି ଟାଇମ ସ୍ପେଣ୍ଡ କରୁଥିବାର ନଜର ଆସିଲେ ତ୍ରିଶା-ବିଜୟ; ଭିଡିଓ ଭାଇରାଲ, ପ୍ରଶଂସକ କହିଲେ…

ଚେନ୍ନାଇ,୧୩।୯: ସୁପରଷ୍ଟାର ଥାଲାପତି ବିଜୟ ଏବଂ ଅଭିନେତ୍ରୀ ତ୍ରିଶା କ୍ରିଷ୍ଣନଙ୍କ ଯୋଡ଼ିକୁ ପ୍ରଶଂସକମାନେ ଦୀର୍ଘ ଦିନ ଧରି ପସନ୍ଦ କରିଆସୁଛନ୍ତି। ଏହି ପସନ୍ଦ ସହିତ, ଉଭୟଙ୍କ ମଧ୍ୟରେ…

ଛୋଲେ-ଭଟୁରେ ତିଆରି କଲେ ପ୍ରିୟଙ୍କା ଗାନ୍ଧୀ, ସୋସିଆଲ ମିଡିଆରେ ଫଟୋ ସେୟାର କରି ରାହୁଲ କହିଲେ…

ନୂଆଦିଲ୍ଲୀ,୧୩।୯: କଂଗ୍ରେସ ନେତା ତଥା ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ରବିବାର ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଛୋଲେ-ଭଟୁରେର ଏକ ଫଟୋ ସେୟାର କରିଛନ୍ତି…

ଆକାଶ ଆନନ୍ଦଙ୍କ ଉପରେ ପୁଣି ବର୍ଷିଲେ ମାୟାବତୀ, ମୁଁ ଅସୁସ୍ଥ…..

ଲକ୍ଷ୍ନୌ,୧୩।୯: ବହୁଜନ ସମାଜ ପାର୍ଟି (ବିଏସ୍‌ପି) ସୁପ୍ରିମୋ ମାୟାବତୀ ରବିବାର ଗଣମାଧ୍ୟମ ସହ ଆଲୋଚନା କରି ଆକାଶ ଆନନ୍ଦଙ୍କୁ ନେଇ ପୁଣି ବଡ଼ ଅଭିଯୋଗ ଆଣିଛନ୍ତି ।…

ଆସନ୍ତା ସପ୍ତାହରେ ପୁଣି ଭିଜିବ ଓଡ଼ିଶା: ୧୪ରୁ ୧୯ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୧୩/୯: ଆସନ୍ତା ସପ୍ତାହରେ ପୁଣି ଥରେ ଭିଜିବ ଓଡ଼ିଶା। ୧୪ରୁ ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ସୂଚନା ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?