ଖୁସି ଖବର:ଆଜି ନିଯୁକ୍ତି ପାଇବେ ୧୬ହଜାର କନିଷ୍ଠ ଶିକ୍ଷକ

ଭୁବନେଶ୍ୱର,୫ା୧୦(ଶର୍ମିଷ୍ଠା ପାଣିଗ୍ରାହୀ):ରାଜ୍ୟର ବିଭିନ୍ନ ପ୍ରାଥମିକ ତଥା ଉଚ୍ଚ ପ୍ରାଥମିକ ବିଦ୍ୟାଳୟଗୁଡିକରେ ୧୬ହଜାର ୯ଜଣ କନିଷ୍ଠ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ଶନିବାର ନିଯୁକ୍ତିପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିପାଇଁ ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମଠାରେ ନିଯୁକ୍ତି ସମାରୋହ ଓ ନବନିଯୁକ୍ତ କନିଷ୍ଠ ଶିକ୍ଷୟିତ୍ରୀଶିକ୍ଷକଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ୱାରା ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ନବନିଯୁକ୍ତ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ଭବିଷ୍ୟତରେ ଗୁଣାତ୍ମକ ଶିକ୍ଷାଦାନ ନିମନ୍ତେ ମାର୍ଗଦର୍ଶନ କରାଇବେ। କାର୍ଯ୍ୟକ୍ରମରେ କେନ୍ଦ୍ରଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଉଲ୍ଲେଖଯୋଗ୍ୟ, ଚୟନ ହୋଇଥିବା ୧୬ହଜାର ୯ ଜଣ କନିଷ୍ଠ ଶିକ୍ଷୟିତ୍ରୀଶିକ୍ଷକଙ୍କ ମଧ୍ୟରୁ ଅନୁଗୋଳ ଜିଲାରେ ୪୨୪ଜଣ, ବାଲେଶ୍ୱର ୬୦୦ଜଣ, ବରଗଡ଼ ୪୭୯ଜଣ, ଭଦ୍ରକ ୨୬୦ଜଣ, ବଲାଙ୍ଗୀର ୧୦୮୦ଜଣ, ବୌଦ୍ଧ ୬୫ଜଣ, କଟକ ୮୯୩ଜଣ, ଦେବଗଡ଼ ୨୧ଜଣ, ଢେଙ୍କାନାଳ ୫୮୩ଜଣ, ଗଜପତି ୧୩ଜଣ, ଗଞ୍ଜାମ ୧୨୬୪ଜଣ, ଜଗତ୍‌ସିଂହପୁର ୮୮ଜଣ, ଯାଜପୁର ୮୭୨ଜଣ, ଝାରସୁଗୁଡ଼ା ୩୮ଜଣ, କଳାହାଣ୍ଡି ୮୧୧ ଜଣ, କନ୍ଧମାଳ ୧୫୧ଜଣ, କେନ୍ଦ୍ରାପଡ଼ା ୧,୦୩୮ଜଣ, କେନ୍ଦୁଝର ୧,୩୨୯ ଜଣ, ଖୋର୍ଦ୍ଧା ୭୫୩ ଜଣ, କୋରାପୁଟ ୯୨୨ଜଣ, ମାଲକାନଗିରି ୫୫୫ଜଣ, ମୟୂରଭଞ୍ଜ ୮୨୭ ଜଣ, ନବରଙ୍ଗପୁର ୮୬୦ ଜଣ, ନୟାଗଡ଼ ୮୩ ଜଣ, ନୂଆପଡ଼ା ୨୨୧ ଜଣ, ପୁରୀ ୭୩୩ଜଣ, ରାୟଗଡ଼ା ୫୧୧ ଜଣ, ସମ୍ବଲପୁର ୨୧୮ ଜଣ, ସୁବର୍ଣ୍ଣପୁର ୧୫୭ ଜଣ ଏବଂ ସୁନ୍ଦରଗଡ଼ରେ ୧୬୦ଜଣ ନିଯୁକ୍ତି ପାଇବାକୁ ଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

‘ଶିକ୍ଷକଙ୍କ ହାତରେ ରହିଛି ଉତ୍ତମ ଶିଶୁ ଗଠନର ଦାୟିତ୍ୱ’

ଭୁବନେଶ୍ୱର,୫ା୯: ବାଲିପୁଟର ଇଂରାଜୀ ମାଧ୍ୟମ ବିଦ୍ୟାଳୟ ସେଣ୍ଟ୍‌ ଜାଭିଅର କିଡ୍ସରେ ନିଆରା ଢଙ୍ଗରେ ପାଳିତ ହୋଇଯାଇଛି ଗୁରୁଦିବସ। ବିଦ୍ୟାଳୟର ପ୍ରାର୍ଥନା ପର୍ବ ପରେ ପୂର୍ବତନ ରାଷ୍ଟ୍ରପତି ତଥା…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri