ଖୁସି ଖବର: ଓଡ଼ିଶାରେ ସୃଷ୍ଟି ହେବ ୯୫,୯୧୫ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର,୯ା୪(ଅନୁରାଧା ମହାରଣା):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇଦିନିଆ ଦିଲ୍ଲୀ ଗସ୍ତରେ ଯାଇ ଦେଶର ବହୁ ଶିଳ୍ପ ନେତୃତ୍ୱଙ୍କ ସହ ଆଲୋଚନା କରିଛନ୍ତି। ମଙ୍ଗଳବାର ରାଜ୍ୟରେ ପୁଞ୍ଜିନିବେଶ ନେଇ ୧୩ କମ୍ପାନୀ ସହ ମୁଖ୍ୟମନ୍ତ୍ରୀ ଚୁକ୍ତି ସ୍ବାକ୍ଷର କରିଛନ୍ତି। ବିଭିନ୍ନ କମ୍ପାନୀ ସହ ହୋଇଥିବା ଏହି ଚୁକ୍ତି ୧,୦୩,୦୯୦ କୋଟି ଟଙ୍କାର ପୁଞ୍ଜି ଆକର୍ଷିତ କରିଥିବାବେଳେ ୯୫,୯୧୫ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ଆଶା କରାଯାଉଛି।
ଗସ୍ତର ଦ୍ୱିତୀୟ ଦିନରେ ଓଡ଼ିଶା ଇନ୍‌ଭେଷ୍ଟର୍ସ ମିଟ୍‌ ଅବସରରେ ଆୟୋଜିତ ଚୁକ୍ତି ସ୍ବାକ୍ଷର ସମାରୋହରେ ମୁଖ୍ୟମନ୍ତ୍ରୀ ଶିଳ୍ପନେତୃତ୍ୱଙ୍କୁ ସମ୍ବୋଧିତ କରି କହିଛନ୍ତି, ଶିଳ୍ପକ୍ଷେତ୍ରରେ ଅଗ୍ରଗତି ପାଇଁ ଓଡ଼ିଶା ପ୍ରସ୍ତୁତ ଅଛି। ରାଜ୍ୟର ଉଜ୍ଜ୍ୱଳ ଭବିଷ୍ୟତ ସକାଶେ ନିବେଶ କରିବା ପାଇଁ ଏହା ହିଁ ପ୍ରକୃଷ୍ଟ ସମୟ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ। ଏହି ଅବସରରେ ଇଣ୍ଡିଆନ୍‌ ଅଏଲ୍‌ କର୍ପୋରେଶନ ଲିମିଟେଡ୍‌(ଆଇଓସିଏଲ), ପେଟ୍ରୋନେଟ୍‌ ଏଲ୍‌ଏନ୍‌ଜି, ଇଣ୍ଡିଆନ୍‌ ଷ୍ଟ୍ରାଟେଜିକ୍‌ ପେଟ୍ରୋକେମିକାଲ ରିଜର୍ଭସ୍‌ ଲିମିଟେଡ୍‌ ଏବଂ ଅନ୍ୟାନ୍ୟ କମ୍ପାନୀ ସହ ନିବେଶ ସଂକ୍ରାନ୍ତ ଆଲୋଚନା
ପରେ ପୁଞ୍ଜିନିବେଶ ନେଇ ଚୁକ୍ତି ସ୍ବାକ୍ଷରିତ ହୋଇଛି। ଆଇଓସିଏଲ୍‌ ସହ ଚୁକ୍ତି ଅନୁଯାୟୀ ୫୮,୦୪୨ କୋଟି ଟଙ୍କାର ପୁଞ୍ଜି ନିବେଶ ଦ୍ୱାରା ପାରାଦୀପରେ ଡୁଆଲ୍‌ ଫିଡ୍‌ ନାପଥା କ୍ରାକର ଏବଂ ଡାଉନ୍‌ଷ୍ଟ୍ରମିମ୍‌ ୟୁନିଟ୍‌ ସ୍ଥାପନ ପୂର୍ବକ ଶିଳ୍ପ ଅଭିବୃଦ୍ଧିରେ ସହାୟକ ହେବ। ଏହି ପ୍ରକଳ୍ପ ୨୪ ହଜାର ଲୋକଙ୍କୁ ନିଯୁକ୍ତି ପ୍ରଦାନ କରିବ। ପୂର୍ବୋଦୟ ଯୋଜନା ଅଧୀନରେ ପୂର୍ବଭାରତ ବିଶେଷକରି ଓଡ଼ିଶାରେ ଥିବା ଶିଳ୍ପ ସମ୍ଭାବନାକୁ ନୂଆ ରୂପ ଦେବାରେ ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତ ସହାୟକ ହେବ ବୋଲି ଆଶା କରାଯାଉଛି। ଏଥିସହ ରାଜ୍ୟରେ କେମିକାଲ, ପେଟ୍ରୋକେମିକାଲ ଓ ଖାଦ୍ୟ ଶିଳ୍ପ ସୁଦୃଢ଼ୀକରଣ ଆଶା ଉଜ୍ଜୀବିତ ହୋଇଛି। ସେହିପରି କିରି ଇଣ୍ଡଷ୍ଟ୍ରିଜ୍‌ ପାରାଦୀପରେ ସ୍ବତନ୍ତ୍ର କେମିକାଲ ୟୁନିଟ୍‌ ସ୍ଥାପନ କରିବାକୁ ଥିବାବେଳେ ଏସ୍‌ଏଲ୍‌ଏମ୍‌ଜି ବେଭେରେଜ୍‌ସ ପ୍ରାଇଭେଟ ଲିମିଟେଡ୍‌ ରାଜ୍ୟରେ ବେଭେରେଜ ମ୍ୟାନୁଫାକ୍ଚରିଂ ୟୁନିଟ୍‌ ସ୍ଥାପନ ପାଇଁ ଆଗ୍ରହ ପ୍ରକାଶ କରିଛି। ଏହାବ୍ୟତୀତ ଜଳଜାହାଜ ନିର୍ମାଣ ଓ ମରାମତି ସୁବିଧା ଓଡ଼ିଶାରେ ଉପଲବ୍ଧ କରାଇବା ପାଇଁ ଚୌଗୁଲେ ଗ୍ରୁପ୍‌ ପ୍ରସ୍ତୁତ ଅଛି। ଅନ୍ୟ କମ୍ପାନୀଗୁଡ଼ିକ ମଧ୍ୟରେ ହିମାଦ୍ରି ସ୍ପେଶିଆଲିଟି ବାଲେଶ୍ୱରରେ ଟାୟାର ମ୍ୟାନୁଫାକ୍‌ଚରିଂ ୟୁନିଟ୍‌ ସ୍ଥାପନ କରିବ। ଆଇନକ୍ସ ଜିଏଫ୍‌ଏଲ୍‌ କେମିକାଲ ୟୁନିଟ୍‌ ଏବଂ ବମ୍ବେ ଡାଇଙ୍ଗ ମ୍ୟାନୁଫାକ୍ଚରିଂ କୋ. ଲିମିଟେଡ୍‌ ଟେକ୍ସଟାଇଲ କ୍ଷେତ୍ରରେ ପୁଞ୍ଜି ନିବେଶ କରିବ। ଏହାବ୍ୟତୀତ ଆସୋସିଏଶନ ଅଫ୍‌ ଇଣ୍ଡିଆନ ମାନ୍ୟୁଫାକ୍ଚର୍ସ ଅଫ୍‌ ମେଡିକାଲ ଡିଭାଇସେସ୍‌ (ଏଆଇଏମ୍‌ଇଡି), ଟଏ ଆସୋସିଏଶନ ଅଫ୍‌ ଇଣ୍ଡିଆ, ୟୁନାଇଟେଡ୍‌ ଷ୍ଟେଟ୍‌ସ ଇଣ୍ଡିଆ ବିଜନେଶ୍‌ କାଉନସିଲ୍‌ ଏବଂ ଅନ୍ୟାନ୍ୟ କମ୍ପାନୀ ସହ ଆଲୋଚନା ଫଳପ୍ରଦ ହୋଇଛି। ଏହା ରାଜ୍ୟରେ ଶିଳ୍ପ ଭିତ୍ତିଭୂମି ବିକାଶ କରିବା ସହ ଅର୍ଥନୀତି ଅଭିବୃଦ୍ଧିକୁ ନୂଆରୂପ ଦେବ। ସେହିପରି ବିପୁଳ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ସହ ଦକ୍ଷତା ବୃଦ୍ଧିରେ ମଧ୍ୟ ସହାୟକ ହେବ। କେମିକାଲ, ପେଟ୍ରୋକେମିକାଲ, ବସ୍ତ୍ର ଓ ଅନ୍ୟାନ୍ୟ କ୍ଷେତ୍ରରେ ନୂଆ ମାଇଲଖୁଣ୍ଟ ସ୍ଥାପନ କରି ଜାତୀୟ ଓ ଅର୍ନ୍ତଜାତୀୟ ସ୍ତରରେ ରପ୍ତାନି ବୃଦ୍ଧି କରିବ।
ଚୁକ୍ତି ସ୍ବାକ୍ଷର ସମାରୋହରେ ଓଡ଼ିଶାର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ସ୍ବାଗତ ଅଭିଭାଷଣ ଦେଇଥିବାବେଳେ ଆଇଓସିଏଲ୍‌ ଚେୟାରମ୍ୟାନ ଏ. ଏସ୍‌. ସାହାଣୀ ମତ ରଖିଥିଲେ। ଶିଳ୍ପ ଏବଂ ଏମ୍‌ଏସ୍‌ଏମ୍‌ଇ ଅତିରିକ୍ତ ଶାସନ ସଚିବ ହେମନ୍ତ ଶର୍ମା ଭିଡିଓ ମାଧ୍ୟମରେ ତଥ୍ୟ ଉପସ୍ଥାପନ କରିଥିଲେ। ଶିଳ୍ପମନ୍ତ୍ରୀ ସମ୍ପଦ ଚରଣ ସ୍ବାଇଁ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ ଏବଂ ହରଦୀପ ସିଂହ ପୁରୀ ପ୍ରମୁଖ ରାଜ୍ୟରେ ଶିଳ୍ପ ସମ୍ଭାବନା ସମ୍ପର୍କରେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri