Posted inଖେଳ

ଖୁସି ଖବର: ୨୦୨୮ ଅଲମ୍ପିକ୍‌ରେ ସାମିଲ ହେବ କ୍ରିକେଟ !…

ନୂଆଦିଲ୍ଲୀ,୨୪।୫: କ୍ରିକେଟ ପ୍ରେମୀଙ୍କ ପାଇଁ ଖୁସି ଖବର। ଆସନ୍ତା ୨୦୨୮ ଅଲମ୍ପିକ୍‌ରେ କ୍ରିକେଟ ଖେଳକୁ ସାମିଲ କରିବା ଲାଗି ଉଦ୍ୟମ ଆରମ୍ଭ ହୋଇଛି। ଲସ୍‌ ଏଞ୍ଜେଲସ୍‌ରେ ହେବାକୁ ଥିବା ଏହି ଅଲମ୍ପିକ୍‌ରେ କ୍ରିକେଟ ଖେଳ ସାମିଲ ହେଲେ ଭାରତୀୟ ଦର୍ଶକଙ୍କ ସଂଖ୍ୟା ବୃଦ୍ଧି ଘଟିବାର ସମ୍ଭାବନା ରହିଥିବା ଆଇସିସି ପକ୍ଷରୁ ଆଶା ପ୍ରକଟ କରାଯାଇଛି। କ୍ରିକେଟ ଖେଳକୁ ଅଧିକ ଗୁରୁତ୍ୱ ଦିଆଯାଉଥିବାରୁ ଅଲମ୍ପିକ୍‌ରେ ଏହା ସାମିଲ ହେଲେ ଅଧିକ ଟିକଟ ବିକ୍ରି ହେବ। ଆଇସିସି ଅନୁସାରେ ୨୦୧୯ରେ ହୋଇଥିବା ଏକ ଦିବସୀୟ ଓ୍ବାଲର୍‌ଡ କପ୍‌ ମ୍ୟାଚ୍‌ଗୁଡ଼ିକୁ ଭାରତରେ ୫୪ କୋଟି ୫୦ ଲକ୍ଷରୁ ଅଧିକ ଦର୍ଶକ ଦେଖିଥିଲେ। ଆଇସିସି ପକ୍ଷରୁ ଏନେଇ ଏକ ପ୍ରସ୍ତାବ ପ୍ରସ୍ତୁତ କରାଯାଇଛି। ଏହା ଆଇଏଏନ୍‌ଏସ୍‌ ପାଖରେ ରହିଥିବା କୁହାଯାଉଛି। ଅଲମ୍ପିକ୍‌ରେ ଦର୍ଶକ ବୃଦ୍ଧି କରାଇବା ଲକ୍ଷ୍ୟ ନେଇ ଏଭଳି ପ୍ରସ୍ତାବ ପ୍ରସ୍ତୁତି ହୋଇଥିବା ଆଇସିସି କହିଛି। ୨୦୧୯ କ୍ରିକେଟ ଓ୍ବାଲର୍‌ଡ କପ୍‌ ଭିଡ଼ିଓକୁ ୪୬୦ କୋଟି ଲୋକ ଦେଖିଥିବାବେଳେ ୟୁଟ୍ୟୁବ୍‌ରେ ଏହାକୁ ୩ କୋଟି ୧୦ ଲକ୍ଷ ୟୁଜର ଦେଖିଥିଲେ। ଆଇସିସି ପକ୍ଷରୁ କ୍ରିକେଟ ଓ୍ବାଲର୍‌ଡ କପ୍‌ ଭିଡ଼ିଓକୁ ୨୦୧୬ ରିଓ ଅଲମ୍ପିକ୍‌ ସହିତ ତୁଳନା କରାଯାଇଛି। ରିଓ ଅଲମ୍ପିକ୍‌ ଭିଡ଼ିଓକୁ ଭାରତରେ ୧୯କୋଟି ୧୦ ଲକ୍ଷ ଦର୍ଶକ ଦେଖିଥିବା ଆଇସିସି କହିଛି। ଅପରପକ୍ଷରେ ୨୦୧୯ରେ ହୋଇଥିବା ଏକ ଦିବସୀୟ ଓ୍ବାଲର୍‌ଡ କପ୍‌ ମ୍ୟାଚ୍‌ଗୁଡ଼ିକୁ ୫୪ କୋଟି ୫୦ ଲକ୍ଷରୁ ଅଧିକ ଭାରତୀୟ ଦର୍ଶକ ଦେଖିଥିବା ଆଇସିସି ପ୍ରସ୍ତାବରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ଜନ୍ମଦିନ ପାଳିବାକୁ ଆସିଥିଲେ, ଭଡ଼ା ଘରୁ ମିଳିଲା CDA ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ: ସୁଇସାଇଡ୍ ନୋଟ୍‌କୁ ନେଇ ବଢ଼ିଲା…

ବାଲେଶ୍ୱର,୧୭। ୭(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହଦେବଖୁଣ୍ଟା ଥାନା ଅଧୀନ ଆଜିମାବାଦ ଅଞ୍ଚଳର ଏକ ଭଡ଼ା ଘରୁ ଜଣେ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯନ୍ତ୍ରୀ…

ପୁଣି ଖାକିରେ ଦାଗ: ମହିଳାଙ୍କୁ ପ୍ରତାରଣା-ବଳାତ୍କାର ଅଭିଯୋଗରେ ପୋଲିସ ଓଏଏସଆଇ ଗୌରାଙ୍ଗ ବେହେରା ଗିରଫ

ଛତ୍ରପୁର, ୧୭।୭(ଦିଲ୍ଲୀପ ସାମଲ): ପୁଣି ଥରେ ଖାକି ପୋଷାକରେ ଲାଗିଛି ଦାଗ। ଜଣେ ମହିଳାଙ୍କ ଇଚ୍ଛା ବିରୋଧରେ ଜବରଦସ୍ତ ଶାରୀରିକ ସମ୍ପର୍କ ରଖିବା ଏବଂ ପ୍ରତାରଣା କରିବା…

ଘରେ ଏକୁଟିଆ ଦେଖି ଜବରଦସ୍ତି ଉଠାଇ ନେଇ ୮ ବର୍ଷର ନାବାଳିକାକୁ ବଳାତ୍କାର: ଅଭିଯୁକ୍ତ କୁଶୁନୁ ମୁଣ୍ଡାଙ୍କୁ…

ପାଟଣା,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୮ ବର୍ଷର ନାବାଳିକାକୁ ବଳାତ୍କାର କରାଯାଇଥିବା ନେଇ ଏକ ସଂଗୀନ ଅଭିଯୋଗ ସାମ୍ନାକୁ ଆସିଛି।…

ଦେଶୀ ମଦ କାରବାର, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୧୭ା୭ (ମନ୍ମଥ ମିଶ୍ର): ଅଡବା ଥାନା ପୋଲିସ ଗମ୍ଭାରିଗାଁ ଗ୍ରାମରେ ଦେଶୀ ମଦ ପ୍ରସ୍ତୁତି ଓ ବିକ୍ରି କରିବା ବିରୋଧରେ ଚଢ଼ାଉ କରି ୨ଙ୍କୁ ଗିରଫ…

କିମ୍ବଦନ୍ତୀ କ୍ରିକେଟର ସାର୍ ଗ୍ୟାରୀ ସୋବର୍ସଙ୍କ ପରଲୋକ, କ୍ରିକେଟ୍ ଜଗତରେ ଶୋକର ଛାୟା

ବ୍ରିଜ୍‌ଟାଉନ୍,୧୭।୭: ବିଶ୍ୱ କ୍ରିକେଟ୍ ଇତିହାସର ମହାନତମ ଅଲରାଉଣ୍ଡର ତଥା ୱେଷ୍ଟଇଣ୍ଡିଜ୍‌ର ପୂର୍ବତନ ଅଧିନାୟକ ସାର୍ ଗାରଫିଲ୍ଡ ସୋବର୍ସ (Garry Sobers)ଙ୍କ ପରଲୋକ ହୋଇଯାଇଛି। ୮୯ ବର୍ଷ ବୟସରେ…

ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ କାର୍ଯ୍ୟକ୍ରମକୁ ନେଇ ପୋଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି, ସ୍ଥିତି ପରଖିଲେ ଜିଲାପାଳ, ଏସ.ପି

ଦିଗପହଣ୍ଡି,୧୭|୭(ଅଶେଷ ନାଥ ମିଶ୍ର) ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଞ୍ଜାମ – ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ମ ପସ୍ରବଣ ତପ୍ତପାଣି ପରିଦର୍ଶନ କାର୍ଯ୍ୟକ୍ରମ କୁ ଦୃଷ୍ଟିରେ ରଖି…

ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ: ଭାଜପା ସାମିଲ ହେଲେ ଗୁଡାରି ବ୍ଲକ ଅଧ୍ୟକ୍ଷ, ସମୀକରଣ ଉପରେ…

ଗୁଡାରି, ୧୭।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକ ଅଧ୍ୟକ୍ଷ ବିଶ୍ୱନାଥ ଶବର ଶୁକ୍ରବାର ବିଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟି (ଭାଜପା)ରେ ସାମିଲ…

ଖରିଫ ଚାଷ ପାଇଁ ୨୪ରେ ଛଡ଼ାଯିବ ପାଣି, ଘୋଡ଼ାହାଡ଼ ଡ୍ୟାମରେ ହେଲା ବୃଷ୍ଟିଯଜ୍ଞ

ଦିଗପହଣ୍ଡି, ୧୭ା୭ (ଅଶେଷ ନାଥ ମିଶ୍ର): ଖରିଫ ଧାନ ଚାଷ ନିମନ୍ତେ ଚଳିତ ବର୍ଷ ମଧ୍ୟ ଦିଗପହଣ୍ଡି ବ୍ଲକ୍‌ ଖମାରି ଗାଁ ନିକଟରେ ଥିବା ଘୋଡ଼ାହାଡ଼ ଡ୍ୟାମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri