ଖୁସି ଖବର, ଦୈନିକ ସଂକ୍ରମଣ ୩୦ ହଜାର ତଳେ…

ନୂଆଦିଲ୍ଲୀ,୧୦।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସଂକ୍ରମଣ ବଢୁଥିବାରୁ ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହେବାରେ ଲାଗିଛି। ଦେଶର କେତେକ ଅଞ୍ଚଳରେ ଅନ୍‌ଲକ୍‌ ଯୋଗୁ ଲୋକଙ୍କ ଭିଡ଼ ବଢ଼ିବାରେ ଲାଗିଛି। କରୋନା ମାର୍ଗଦର୍ଶିକା ପାଳନ ନ କରାଯାଉଥିବାରୁ ସଂକ୍ରମଣ ବୃଦ୍ଧି ପାଉଛି। ୫ ମାସ(୧୪୭ ଦିନ) ପରେ ଦୈନିକ ସଂକ୍ରମଣ ସର୍ବନିମ୍ନ ହୋଇ ୩୦ ହଜାର ତଳେ ରହିଛି। ସେହିପରି ଦୈନିକ ମୃତ୍ୟୁ ସଂଖ୍ୟା ଲଗାତାର ୩ ଦିନ ଧରି ୫ ଶହ ତଳେ ରହିଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨୮ ହଜାର ୨୦୮ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ କରୋନାରେ ୩୭୩ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୪୧ ହଜାର ୫୧୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୭.୪୫ ପ୍ରତିଶତ ରହିଛି। ଅପରପକ୍ଷରେ ୩ ଲକ୍ଷ ୮୮ ହଜାର ୫୦୮ ଜଣ ଚିକିତ୍ସିତ ହେଉଛନ୍ତି। ଦୈନିକ ପଜିଟିଭ୍‌ ହାର ୧.୩୦ ପ୍ରତିଶତ ରହିଛି। ସକ୍ରିୟ ମାମଲା ୧.୨୧ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୨୮ ହଜାର ୬୮୨ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୪ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୫୧ କୋଟି ୪୫ ଲକ୍ଷରୁ ଅଧିକ ଜଣଙ୍କୁ ଟିକାଦାନ ସରିଛି। ଅପରପକ୍ଷରେ ଇତିମଧ୍ୟରେ ୪୮ କୋଟି ୩୨ ଲକ୍ଷ ୭୮ ହଜାର ୫୪୫ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୫ଲକ୍ଷ ୧୧ ହଜାର ୩୧୩ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୧୧ ଲକ୍ଷ ୮୦ ହଜାର ୯୬୮ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ମୋଟ ୩ କୋଟି ୧୯ ଲକ୍ଷ ୯୮ ହଜାର ୧୫୮ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୁ ସାମସନଙ୍କୁ ନେଇ ବଡ଼ କଥା କହିଲେ ସୂର୍ଯ୍ୟକୁମାର, ଟିମ୍‌ରୁ ବାଦ ପଡ଼ିବା ପରେ…

ନୂଆଦିଲ୍ଲୀ,୩୦ା୮: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସଞ୍ଜୁ ସାମସନଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି । ଦଳରୁ ବାଦ ପଡ଼ିବା ପରେ…

ନେପାଳରେ କେମିତି ତାଣ୍ଡବ କଲା ଜଳ ପ୍ରଳୟ? ଭାଇରାଲ ହେଉଛି ଗ୍ଲେସିୟର ଭାଙ୍ଗିବାର ଭୟଙ୍କର ଦୃଶ୍ୟ, ଦେଖନ୍ତୁ…

ନୂଆଦିଲ୍‌ଲୀ,୩୦।୮: ନେପାଳରେ ଗ୍ଲେସିୟର ଭାଙ୍ଗିବା ଏବଂ ଗ୍ଲେସିଆଲ ହ୍ରଦ (Glacial Lake) ଫାଟିବା ଯୋଗୁଁ ଏକ ଭୟଙ୍କର ବନ୍ୟା ଆସିଛି, ଯାହା ତିବ୍ଦତ-ଚୀନ ସୀମାରେ ଥିବା ନେପାଳର…

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

ଭାରତରେ ମୁସଲମାନଙ୍କୁ ଚାହୁଁ ନ ଥିବା ଲୋକେ ହିନ୍ଦୁତ୍ୱ ବୁଝନ୍ତିନି, ଭାଗବତଙ୍କ ବଡ଼ ବୟାନ

ନ୍ୟୁୟର୍କ,୩୦ା୮: ହିନ୍ଦୁ ରାଷ୍ଟ୍ର ବିଚାରଧାରାରେ ମୁସଲମାନଙ୍କୁ ବାଦ୍‌ ଦିଆଯାଇ ନାହିଁ। ଭାରତରେ ମୁସଲମାନଙ୍କର ସ୍ଥାନ ନାହିଁ ବୋଲି ଯଦି କେହି ବିଶ୍ୱାସ କରୁଥାନ୍ତି, ତେବେ ସେ ହିନ୍ଦୁତ୍ୱକୁ…

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri