ବଲାଙ୍ଗୀର ପାଇଁ ଖୁସିଖବର: ଏୟାରଫିଲ୍ଡ ଉନ୍ନତିକରଣ ପାଇଁ ୬୪ କୋଟି ଟଙ୍କାର  ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଗୁଡଭେଲା,୨।୧୧(ମନୋଜ କୁମାର ଜୈନ): ବଲାଙ୍ଗୀର ଜିଲା ତୁଷୁରା ଏୟାରଫିଲ୍ଡକୁ ୨-ବି କ୍ଲାସ ଉନ୍ନତିକରଣ ପାଇଁ ଶନିବାର  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏକ ସ୍ବତନ୍ତ୍ର  ବିମାନରେ ମୁଖ୍ୟମନ୍ତ୍ରୀ ତୁଷୁରା ଏୟାରଫିଲ୍ଡରେ ଓହ୍ଲାଇଥିଲେ। ତାଙ୍କୁ ଜିଲା ପ୍ରଶାସନ ପକ୍ଷରୁ ସ୍ବାଗତ କରାଯିବା ସହ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା।  ପରେ ମୁଖ୍ୟମନ୍ତ୍ରୀଙ୍କ କରକମଳରେ ଏୟାରଫିଲ୍ଡକୁ ୨-ବି କ୍ଲାସ  ଉନ୍ନତିକରଣ ପାଇଁ ୬୪ କୋଟି ଟଙ୍କାର  ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ, ରାଜ୍ୟ କ୍ୟାବିନେଟ ମନ୍ତ୍ରୀ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ, ସଂସଦୀୟ ବ୍ୟାପାର ବିଭାଗ, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଭାଗ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ବଲାଙ୍ଗୀର ଲୋକ ସଭା ଏମ୍‌ ପି ସଙ୍ଗୀତା କୁମାରୀ ସିଂଦେଓ ଓ ଟିଟିଲାଗଡ ନିର୍ବାଚନମଣ୍ଡଳୀ ବିଧାୟକ ନବୀନ ଜୈନ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ ।
  ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଅରବିନ୍ଦ ଡାକୁଆ, ଡିଆଇଜି ହିମାଂଶୁ ଲାଲ, ଅତିରିକ୍ତ ଜିଲାପାଳ ପବିତ୍ର ବେହେରା, ଅତିରିକ୍ତ ଏସ୍‌ପି ହେମନ୍ତ କୁମାର ପାଢୀ, ବଲାଙ୍ଗୀର ଉପଜିଲପାଳ ଆଲୋକ ପଟେଲ, ଜିଲା ପ୍ରକଳ୍ପ ଅଧିକାରୀ ପ୍ରଫୁଲ୍ଲ କୁଜୁର, ତହସିଲଦାର ଆର୍ତ୍ତତ୍ରାଣ ଖାତି, ଏନ୍‌ଏସି କାର୍ଯ୍ୟର୍ନିବାହୀ ଅଧିକାରୀ ଚିନ୍ମୟ ଆଚାର୍ଯ୍ୟ, ଗୁଡଭେଲା ବ୍ଲକ ବିଡିଓ ସୌମ୍ୟକାନ୍ତ ବନଗୋଲା, ଗୁଡଭେଲା ବ୍ଲକ ଉପାଧ୍ୟକ୍ଷ ଟୁକୁରାମ ପାଣିଗ୍ରାହୀ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ସମିତିସଭ୍ୟ ଅଶୋକ ଚନ୍ଦ୍ର ଦୋରାଙ୍କ ସହ ଅନ୍ୟ ଦଳୀୟ ସଦସ୍ୟ ଓ ସରକାରୀ ଅଧିକାରୀ ଉପସ୍ଥିତ ଥିଲେ।  ଆଇନ ଶୃଙ୍ଖଳା ରକ୍ଷା ପାଇଁ ୩ ପ୍ଲାଟୁନ ପୋଲିସ ସହ ତୁଷୁରା ଥାନାଧିକାରୀ ମନୋଜ କୁମାର ପ୍ରଧାନ ଉପସ୍ଥିତ ଥିଲେ। ପ୍ରାୟ ୧୧ଟା ୪୦ ମିନିଟରେ ହେଲିକପ୍ଟର ଯୋଗେ ମୁଖ୍ୟମନ୍ତ୍ରୀ ବେଲପଡା ଗସ୍ତ କରିଛନ୍ତି। ସେଠାରେ ସେ ଅପର ଲାନ୍ଥ ଜଳସେଚନ ପ୍ରକଳ୍ପର ଶିଳାନ୍ୟାସ କରିବେ । ଏହାପରେ ଦିନ ତମାମ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ଯୋଗଦେବେ।

Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?