ପାନବରଜ, କିଆ ଫୁଲ ଚାଷୀଙ୍କ ପାଇଁ ଖୁସି ଖବର

ଭୁବନେଶ୍ବର ୧୭।୯ : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫ଟି ସଚିବ ଭି.କେ. ପାଣ୍ଡିଆନଙ୍କ ପୁରୀ ଓ ଗଞ୍ଜାମ ଗସ୍ତ ସମୟରେ ସ୍ଥାନୀୟ ପାନବରଜ ଚାଷୀ ଓ କିଆ ଫୁଲ ଚାଷୀମାନଙ୍କ ପକ୍ଷରୁ ବିଭିନ୍ନ ଅସୁବିଧା ସମ୍ପର୍କରେ ଅନେକ ଆପତ୍ତି ଅଭିଯୋଗ ଆସିଥିଲା।  ସେ ସବୁର ସମାଧାନ ପାଇଁ ରବିବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା ।
ଉକ୍ତ ବୈଠକର ଅନୁଯାୟୀ, ସବୁ ପାନ ଚାଷୀମାନଙ୍କୁ ରାଜ୍ୟ ଯୋଜନାର ସ୍ବତନ୍ତ୍ର ଫଳଭିତ୍ତିକ ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇ ଆର୍ଥିକ ସହାୟତା ଯୋଗାଇ ଦିଆଯିବ। ଅତି କମ୍‌ରେ ୨୦୦ ବର୍ଗମିଟର ପରିଧିର ପାନ ବରଜ ଥିବା ଚାଷୀ ମାନେ ସହାୟତା ପାଇଁ ଯୋଗ୍ୟ ବିବେଚିତ ହେବେ । କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏଥିପାଇଁ ସ୍ବତନ୍ତ୍ର ନିୟମାବଳୀ ପ୍ରସ୍ତୁତ କରିବ । ପାନ ବରଜ ଥିବା ଚାଷୀ ମାନଙ୍କୁ ଏହାର ପରିଚାଳନା ପାଇଁ ୟୁନିଟ ପିଚ୍ଛା ୨୫୦୦ ଟଙ୍କା ଆର୍ଥିକ ସହାୟତା ଦିଆଯିବ। ଜଣେ ଚାଷୀକୁ ସର୍ବାଧିକ ଦୁଇଟି ୟୁନିଟ ପାଇଁ ସହାୟତା ମିଳିବ। ପାନ ଚାଷ ପାଇଁ କିଶାନ କ୍ରେଡିଟ କାର୍ଡ ଜରିଆରେ ବିନା ସୁଧରେ ଏକ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ସମ୍ପର୍କରେ ବ୍ୟାପକ ସଚେତନତା ସୃଷ୍ଟି କରାଯିବ।
ପାନ ପତ୍ର ବ୍ୟବସାୟରେ ଜିଏସ୍‌ଟି ଲାଗୁ ସମ୍ପର୍କରେ ଜିଏସଟି କମିଶନରଙ୍କୁ ଠାରୁ ସ୍ପଷ୍ଟୀକରଣ ମଗାଯିବା ସହିତ ଏହା ସମ୍ପର୍କରେ ବ୍ୟାପକ ସଚେତନତା ସୃଷ୍ଟି କରାଯିବ ।
ବୈଠକରେ ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ସହିତ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ଅରବିନ୍ଦ ପାଢୀ, ସମବାୟ ବିଭାଗର ସଚିବ ଅରବିନ୍ଦ ଅଗ୍ରୱାଲ ପ୍ରମୁଖ ଉପସ୍ଥିତ ଥିଲେ ।

Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri