କ୍ରିକେଟ୍‌ପ୍ରେମୀଙ୍କ ପାଇଁ ଖୁସିଖବର: ଏହି ଦିନଠୁ ବିକ୍ରି ହେବ ବାରବାଟୀ ମ୍ୟାଚ୍‌ ପାଇଁ ଟିକେଟ୍‌

କଟକ,୨୪।୧: ଫେବ୍ରୁଆରୀ ୯ରେ ବାରବାଟୀରେ ଖେଳାଯିବ ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ୍‌। ଫେବ୍ରୁଆରୀ ୨ ତାରିଖରୁ ଅନଲାଇନ ଟିକେଟ ବିକ୍ରି ଆରମ୍ଭ ହେବ। ଫେବ୍ରୁଆରୀ ୬, ୭,୮ରେ ଅଫଲାଇନ ଟିକେଟ ବିକ୍ରି ହେବ ବୋଲି ଜଣାପଡିଛି।
ଭାରତ ଓ ଇଂଲଣ୍ଡ ମଧ୍ୟରେ ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚ ଫେବୃଆରୀ ୯ରେ କଟକ ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଏହାର ସଫଳ ଆୟୋଜନ ନେଇ କଳିଙ୍ଗ ଷ୍ଟାଡିୟମରେ ଗୁରୁବାର କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସହ ଆଲୋଚନା କରିଛନ୍ତି ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ସମ୍ପାଦକ ସଞ୍ଜୟ ବେହେରା। ମ୍ୟାଚଟି ଯେପରି ଶାନ୍ତି ଓ ଶୃଙ୍ଖଳାର ସହ ସମ୍ପନ୍ନ ହୋଇପାରିବ ସେ ସମ୍ପର୍କରେ ଉଭୟଙ୍କ ମଧ୍ୟରେ ବିସ୍ତୃତ ଆଲୋଚନା ହୋଇଛି।
କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭାରତ-ଇଂଲଣ୍ଡ ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚର ଏକ ଗ୍ୟାଲେରି ଟିକେଟ କିଣିଛନ୍ତି। ଟିକେଟର ମୂଲ୍ୟ ସେ ଡିଜିଟାଲ ମୋଡ୍‌ରେ ପ୍ରଦାନ କରିଛନ୍ତି। ଏହି ଅବସରରେ ଓସିଏ ସମ୍ପାଦକ ସଞ୍ଜୟ ବେହେରା ଓ ଆପେକ୍ସ କାଉନ୍‌ସିଲ ସଦସ୍ୟ ପ୍ରତାପ ଚନ୍ଦ୍ର ପ୍ରଧାନ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri