Posted inଜାତୀୟ

ଦିଲ୍ଲୀବାସୀଙ୍କ ପାଇଁ ଖୁସି ଖବର, ମହିଳାଙ୍କୁ ମାସକୁ ମିଳିବ ୨୫୦୦ଟଙ୍କା, ଯୁବକଙ୍କୁ ୧୫ ହାଜର ଟଙ୍କା, ମାଗଣା…

ନୂଆଦିଲ୍ଲୀ,୮।୨: ଦିଲ୍ଲୀ ବିଧାନସଭା ର୍ନିବାଚନର ଫଳାଫଳର ଚିତ୍ର ଏବେ ପ୍ରାୟ ସ୍ପଷ୍ଟ ହୋଇଯାଇଛି। ଯେଉଁଥିରେ BJP ସରକାର ଗଠନ କରୁଥିବା ପରି ମନେ ହେଉଛି। ଏହି ଖବର ଲେଖାଯିବା ସମୟରେ, ଭାଜପା ୪୭ଟି ଆସନରେ ଆଗୁଆ ଥିବା ବେଳେ ଆମ ଆଦମୀ ପାର୍ଟି ମାତ୍ର ୨୩ଟି ଆସନରେ ଆଗୁଆ ଅଛି। ତେବେ ନିର୍ବାଚନ ପୂର୍ବରୁ ସରକାରକକୁ ଆସିଲେ ଭାଜପା ଦିଲ୍ଲୀବାସୀଙ୍କୁ ବଡ଼ ପ୍ରତିଶ୍ରୁତି ଦେଇଥିଲା। ବର୍ତ୍ତମାନ ଟ୍ରେଣ୍ଡ ଅନୁସାରେ ଭାଜପା ମ୍ୟାଜିକ ନମ୍ବର ଛୁଇଁ ସାରିଛି।

ଏହି କ୍ରମରେ ଆସନ୍ତୁ ଦେଖିବା ଦିଲ୍ଲୀବାସୀ ଏବେ ମାଗଣାରେ କଣ ପାଇବେ। ଯଦି ଦିଲ୍ଲୀରେ ଭାଜପା ସରକାର ଗଠନ କରେ, ତେବେ ଗରିବ ମହିଳାମାନେ ପ୍ରତି ମାସରେ ୨୫୦୦ ଟଙ୍କା ପାଇବେ। ଗରିବ ମହିଳାମାନେ ୫୦୦ଟଙ୍କାରେ ସିଲିଣ୍ଡର ପାଇବେ ଏବଂ ହୋଲି-ଦୀପାବଳିରେ ମାଗଣା ସିଲିଣ୍ଡର ପାଇବେ। ଗର୍ଭବତୀ ମହିଳାଙ୍କୁ ୨୧ହଜାର ଟଙ୍କାର ଆର୍ଥିକ ସହାୟତା ମିଳିବ। ଦିଲ୍ଲୀବାସୀଙ୍କୁ ୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣା ଚିକିତ୍ସାର ସୁବିଧା ମଧ୍ୟ ମିଳିବ। ଆୟୁଷ୍ମାନ ଯୋଜନାରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ଯୋଗାଇ ଦିଆଯିବ। ସେହିପରି ଓପିଡି ସେବା ଏବଂ ଲ୍ୟାବ ପରୀକ୍ଷା ମଧ୍ୟ ମାଗଣା ହେବ ବୋଲି ପ୍ରତିଶ୍ରୁତି ଦିଆଯାଇଛି। ଏବେ ଦିଲ୍ଲୀର ୧୭୦୦ ରୁ ଅଧିକ ଅନଧିକୃତ କଲୋନୀରେ ରହୁଥିବା ଲୋକମାନେ ସେମାନଙ୍କ ଘରର ମାଲିକାନା ଅଧିକାର ପାଇବେ। ଦିଲ୍ଲୀରେ ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କୁ ୧୫ ହଜାର ଟଙ୍କାର ଆର୍ଥିକ ସହାୟତା ଦିଆଯିବ। ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି ଛାତ୍ରଛାତ୍ରୀମାନଙ୍କୁ ପ୍ରତି ମାସରେ ୧୦୦୦ ଟଙ୍କା ସହାୟତା ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri