ଧନୁଯାତ୍ରା ପାଇଁ ଶୁଭସ୍ତମ୍ଭ: ପ୍ରସ୍ତୁତି ଜୋରଦାର…

ନୂଆପଡ଼ା,୬ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ଲଖନା ଗାଁରେ ଶୁକ୍ରବାର ୧୭ତମ ଧନୁଯାତ୍ରା ପାଇଁ ନୂତନ କମିଟି ଗଠନ ସହ ଶୁଭସ୍ତମ୍ଭ ସ୍ଥାପନ ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ସର୍ବ ସମ୍ମତି କ୍ରମେ ପୁରୋହିତ ସୁନାନୀଙ୍କୁ ସଭାପତି ଭାବରେ ମନୋନୀତ କରାଯାଇଛି। ସୁଗ୍ରେ ବରିହା ସମ୍ପାଦକ, ଗୌରୀ ଶଙ୍କର ପଣ୍ଡା କୋଷାଧ୍ୟକ୍ଷ, ଉପସଭାପତି ଦେବେନ୍ଦ୍ର ବାଗ, ଯୁଗ୍ମ ସମ୍ପାଦକ ଆଜିମ ଅଲ୍ଲୀ, ସହ କୋଷାଧ୍ୟକ୍ଷ ସୁରେଶ ସାହୁ ଓ ଗୋପମଣି ପାଣିଗ୍ରାହୀ ମନୋନିତ ହୋଇଛନ୍ତି। ଉପଦେଷ୍ଟା କମିଟିରେ ଗଣେଶ ରାମ ସାହୁ, ବିଦ୍ୟାଧର ଶବର, ଇଶାକ ଅଲ୍ଲୀ, ସେହେବାଜ ହୁସେନ, ଇର୍ଶାଦ ଅଲ୍ଲୀ, ରହିମ ଭାଇ, ଗାଳିବ ହୁସେନ, ବିଭୂ ସାହୁ, ମୋତିଲାଲ ବନଛୋର, ନରେଶ ଜୈନ, ମନୋଜ ଜୈନ, ସବୀର ହୁସେନ, ବିଜୟ ବାରିକ ପ୍ରମୁଖ ରହିଛନ୍ତି। ଆସନ୍ତା ୧୧ରୁ ୨୦ ତାରିଖ ପର୍ଯ୍ୟନ୍ତ ୧୦ ଦିନ ବ୍ୟାପୀ ବିରାଟ ଧନୁଯାତ୍ରା ମହୋତ୍ସବ ଅନୁଷ୍ଠିତ ହେବ। ବିଭିନ୍ନ ଦିନରେ ପୌରାଣିକ କଥାବସ୍ତୁ ସମେତ ଦର୍ଶକଙ୍କ ମନୋରଞ୍ଜନ ପାଇଁ ସାଂସ୍କୃତିକ କାର୍ଯ୍ୟକ୍ରମ ସମ୍ବଲପୁରୀ, ଆଧୁନିକ ନାଚଗୀତ, ମେଲୋଡି, ଅପେରା ଆଦି ରହିଛି। ଏହି ଅବସରରେ ଗ୍ରାମବାସୀ ଓ ଧନୁଯାତ୍ରା କମିଟି କର୍ମକର୍ତ୍ତାଙ୍କ ଉପସ୍ଥିତିରେ ଗ୍ରାମ ଦେବଦେବୀଙ୍କୁ ପୂଜାର୍ଚ୍ଚନା କରି ଶୁଭସ୍ତମ୍ଭ ସ୍ଥାପନ କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତ ଗତିରେ ଗାଡ଼ି ଚଳାଇବା ହେଲା କାଳ

ବଲାଙ୍ଗୀର,୮।୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସଦର ବ୍ଲକ ଡୁଡୁକାଶିରା ରୋଡ଼ ଏକ ବୁଲାଣିଆ ରାସ୍ତାରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବକ…

ମାଇକେଲ କ୍ଲାର୍କଙ୍କ ବଡ଼ ଭବିଷ୍ୟବାଣୀ, ଟି-୨୦ ବିଶ୍ୱକପ୍ ଫାଇନାଲରେ ଏହି ଖେଳାଳି ହେବେ ପ୍ଲେୟର ଅଫ….

ନୂଆଦିଲ୍ଲୀ,୮।୩:  ପୂର୍ବତନ ଅଷ୍ଟ୍ରେଲିୟ ଅଧିନାୟକ ମାଇକେଲ କ୍ଲାର୍କ ୨୦୨୬ ଟି- ୨୦ ବିଶ୍ୱକପ୍ ପାଇଁ ଏକ ଭବିଷ୍ୟବାଣୀ କରିଛନ୍ତି । କ୍ଲାର୍କ ସେହି ଖେଳାଳିଙ୍କ ବିଷୟରେ କହିଥିଲେ ଯିଏ…

ଅନ୍ତର୍ଜାତୀୟ ମହିଳା ଦିବସରେ ଯାତାୟାତ ପାଇଁ ସଂଘର୍ଷ କରୁଛନ୍ତି ମହିଳା

ଦାରିଙ୍ଗବାଡ଼ି,୮ା୩(ଅରୁଣ ସାହୁ): ଆଜି ବିଶ୍ୱ ପାଳୁଛି ମହିଳା ଦିବସ। ଏହି କ୍ରମରେ ଦାରିଙ୍ଗବାଡ଼ିଠାରେ ଏହି ଦିନରେ ଏକାଧିକ ସ୍ଥାନରେ ଏହି ଦିବସ ବଡ଼ ଧୂମ୍‌ଧାମରେ ପାଳନ କରାଯାଉଛି।…

କଇଁଚିରେ ଶାଶୁଙ୍କ ନାକ କାଟି ଦେଲେ ଜ୍ବାଇଁ, କଟା ନାକ ଧରି ଫେରାର….

ଜୟପୁର,୮।୩: ରାଜସ୍ଥାନର ଜାଲୋର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ପାରିବାରିକ ବିବାଦକୁ ନେଇ ଜଣେ ବ୍ୟକ୍ତି ତାଙ୍କ ଶାଶୁଙ୍କୁ ଆକ୍ରମଣ କରିଛନ୍ତି ।…

JDUରେ ସାମିଲ ହେଲେ ନିଶାନ୍ତ, କହିଲେ ମୋ ବାପାଙ୍କ ଉପରେ ମୁଁ ଗର୍ବ କରେ

ପାଟନା,୮।୩: ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ପୁଅ ନିଶାନ୍ତ କୁମାର ଜନତା ଦଳ ୟୁନାଇଟେଡ (ଜେଡିୟୁ)ରେ ଯୋଗ ଦେଇଛନ୍ତି। ବୈଠକ ସମୟରେ ସେ ଦଳୀୟ କର୍ମୀମାନଙ୍କୁ ସ୍ବାଗତ କରିଥିଲେ।…

‘ସମାଜ ଗଠନରେ ନାରୀମାନଙ୍କ ଭୂମିକା ଅତୁଳନୀୟ’

ଥୁଆମୂଳ ରାମପୁର,୮ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ରବିବାର ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଏକ…

‘ନାରୀ ଶିକ୍ଷିତ ହେଲେ ଆର୍ଥିକ କ୍ଷେତ୍ରରେ ପ୍ରଗତି ହୋଇପାରିବ’

ଭଞ୍ଜନଗର,୮ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ଶାଖା ୧ ଏବଂ ଘୁମୁସର ଗବେଷଣା ପ୍ରତିଷ୍ଠାନ(ଜିଜିପି) ପକ୍ଷରୁ…

ଫାଇନାଲ ମ୍ୟାଚରେ ହେବ ବର୍ଷା! ଜାଣନ୍ତୁ କେମିତି ରହିଛି ପାଗ

ନୂଆଦିଲ୍ଲୀ,୮।୩: ସେମିଫାଇନାଲରେ ଇଂଲଣ୍ଡକୁ ୭ ରନରେ ପରାସ୍ତ କରି ଟିମ ଇଣ୍ଡିଆ ୨୦୨୬ ଟି୨୦ ବିଶ୍ୱକପ ଫାଇନାଲରେ ପହଞ୍ଚିଛି। ଭାରତ ରବିବାର, ୮ ମାର୍ଚ୍ଚରେ ଅହମଦାବାଦର ନରେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri