ଧୋନୀଙ୍କ ପାଇଁ ଖୁସି ଖବର; ଦଳକୁ ଫେରିବେ ଏହି ଷ୍ଟାର୍‌ ବ୍ୟାଟ୍ସମ୍ୟାନ

ଦୁବାଇ, ୨୬।୯: ଆଇପିଏଲ୍‌ର ଚଳିତ ୧୩ତମ ସଂସ୍କରଣରେ ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଚେନ୍ନାଇ ସୁପର୍‌ କିଙ୍ଗ୍ସର ପ୍ରଦର୍ଶନ ଆଖିଦୃଶିଆ ରହିନାହିଁ। ସିଜନର ପ୍ରଥମ ମ୍ୟାଚ୍‌ ଜିତି ଅଭିଯାନ ଆରମ୍ଭ କରିଥିବା ଚେନ୍ନାଇ। ଉଦ୍‌ଘାଟନୀ ମୁକାବିଲାରେ ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସକୁ ୫ ଉଇକେଟ୍‌ରେ ଚେନ୍ନାଇ ପରାସ୍ତ କରିଥିଲା। ଏହି ମ୍ୟାଚ୍‌ରେ ଅମ୍ବାତି ରାୟୁଡୁ ୭୧ ରନର ଦମ୍‌ଦାର ଇନିଂସ ଖେଳି ଚେନ୍ନାଇ ବିଜୟରେ ନାୟକ ସାଜିଥିଲେ। କିନ୍ତୁ ଆଘାତଜନିତ ସମସ୍ୟା ଲାଗି ସେ ପରବର୍ତ୍ତୀ ୨ଟି ମ୍ୟାଚ୍‌ରୁ ବାଦ୍‌ ପଡ଼ିଛନ୍ତି। ଯେଉଁ ୨ଟି ମ୍ୟାଚ୍‌ରେ ଧୋନୀଙ୍କ ଦଳକୁ ପରାଜୟ ସାମ୍ନା କରିବାକୁ ପଡ଼ିଛି। ବର୍ତ୍ତମାନ ସୁପର୍‌ କିଙ୍ଗ୍ସ ସୁଦ୍ଧା ୩ ମ୍ୟାଚ୍‌ ଖେଳି ୨ ପଏଣ୍ଟ ସହ ଟେବୁଲର ୫ମ ସ୍ଥାନରେ ରହିଛି। ଚେନ୍ନାଇ ଏହାର ପରବର୍ତ୍ତୀ ମୁକାବିଲାରେ ଆସନ୍ତା ଶୁକ୍ରବାର (୨ ଅକ୍ଟୋବର) ସନ୍‌ରାଇଜର୍ସ ହାଇଦ୍ରାବାଦ୍‌କୁ ଭେଟିବ। ତେବେ ଏହି ମ୍ୟାଚ୍‌ ପୂର୍ବରୁ ଅଧିନାୟକ ଧୋନୀଙ୍କ ପାଇଁ ଖୁସି ଖବର ଆସିଛି। ଆଘାତଜନିତ ସମସ୍ୟା ଲାଗି ଗତ ୨ଟି ମ୍ୟାଚ୍‌ ଖେଳି ନ ଥିବା ରାୟୁଡୁ ହାଇଦ୍ରାବାଦ ବିପକ୍ଷ ମ୍ୟାଚ୍‌ ଖେଳିବା ଏକ ପ୍ରକାର ନିଶ୍ଚିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri