ଘରୋଇ ଉପଭୋକ୍ତାଙ୍କ ପାଇଁ ଖୁସିଖବର: ବିଜୁଳି ଦର କମାଇଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୩।୨: ଘରୋଇ ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ଖବର। ଓଡ଼ିଶା ଇଲେକ୍ଟ୍ରିସିଟି ରେଗୁଲେଟୋରୀ କମିଶନ(ଓଇଆର୍‌ସି) ପକ୍ଷରୁ ଘରୋଇ ଉପଭୋକ୍ତାଙ୍କ ପାଇଁ ପ୍ରତ୍ୟେକ ସ୍ଲାବରେ ୧୦ ପଇସା ହ୍ରାସ କରାଯାଇଛି। ଘରୋଇ ବ୍ୟତୀତ ଅନ୍ୟ ସମସ୍ତ କାଟେଗୋରୀରେ ଦର ଅପରିବର୍ତ୍ତିତ ରହିବ। ପୂର୍ବରୁ ବିପିଏଲ୍‌ ଉପଭୋକ୍ତାଙ୍କୁ ୩୦ ୟୁନିଟ୍‌ ପିଛା ୮୦ ଟଙ୍କା ଲେଖାଏ ଦେବାକୁ ପଡ଼ୁଥିଲା। ଏବେ ଉକ୍ତ ଦେୟକୁ ରାଜ୍ୟ ସରକାର ୧୦ ଟଙ୍କା ହ୍ରାସ କରିଛନ୍ତି। ଏହାଦ୍ୱାରା ଦାରିଦ୍ର୍ୟ ସୀମାରେଖା ତଳେ ବସବାସ କରୁଥିବା ଉପଭୋକ୍ତାମାନେ ଉପକୃତ ହେବେ।

ତେବେ ଯେଉଁ ଉପଭୋକ୍ତା କାଗଜ ବଦଳରେ ଇ-ବିଲ ନେବେ, ସେମାନଙ୍କ ପାଇଁ ୧୦ ଟଙ୍କା ରିହାତି (ରିବେଟ୍‌) ଘୋଷଣା କରାଯାଇଛି। ସେହିପରି ଇଭି ଚାର୍ଜିଂ ପାଇଁ ୟୁନିଟ ପିଛା ଦର ୫ ଟଙ୍କା ୫୦ ପଇସାରୁ ୫ ଟଙ୍କାକୁ ହ୍ରାସ କରାଯାଇଛି । ପ୍ରି-ପେଡ୍‌ ସ୍ମାର୍ଟ ମିଟର ଥିବା ଉପଭୋକ୍ତାଙ୍କୁ ୪% ରିହାତି(ରିବେଟ୍‌) ମିଳିବ ବୋଲି କମିଶନ ଘୋଷଣା କରିଛନ୍ତି।

ଶୀତଳ ଭଣ୍ଡାର ପାଇଁ ୟୁନିଟ ପିଛା ପୂର୍ବରୁ ୪ଟଙ୍କା ୬୦ ପଇସା ଦେବାକୁ ପଡ଼ୁଥିଲା। ଏବେ ଏହି ଦର ୧ ଟଙ୍କା ୬୦ ପଇସା ହ୍ରାସ କରାଯାଇଛି। ସେହିପରି ମେଗା ଲିପ୍ଟ ଇରିଗେସନ ଉପଭୋକ୍ତାଙ୍କୁ ଟାରିଫରେ ୨ ଟଙ୍କା ଲେଖାଏ ରିହାତି(ରିବେଟ୍‌) ଦିଆଯାଇଛି। ଯାହାଫଳରେ ସେମାନେ ୟୁନିଟ ପିଛା ୩ ଟଙ୍କା ୮୦ ପଇସା ଲେଖାଏ ଇଏସ୍‌ଟିରେ ପାଇବେ। ଧାର୍ଯ୍ୟ ସମୟରେ ଗ୍ରାମାଞ୍ଚଳ(LT) ଉପଭୋକ୍ତା ବିଲ ପୈଠ କଲେ ଟାରିଫରେ ୧୦ ପଇସା ରିହାତି ଦିଆଯାଇଛି। ଏହାଛଡ଼ଶ ଏମ୍‌ଏସ୍‌ଏମ୍‌ଇ ସେକ୍ଟରରେ ମଧ୍ୟ ଟାରିଫ ହ୍ରାସ କରାଯାଇଛି। ସେଗୁଡ଼ିକୁ ୧୦ ପଇସା ଲେଖାଏ ଟାରିଫରେ ରିହାତି ନେଇ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କୁ ବଡ଼ ଖୁସି ଖବର: ଏତିକି ପ୍ରତିଶତ ବଢ଼ିବ ମହଙ୍ଗା ଭତ୍ତା, ଜାଣନ୍ତୁ କେତେ ବଢ଼ିଯିବ ଦରମା

ନୂଆଦିଲ୍ଲୀ,୬।୮: କେନ୍ଦ୍ର ସରକାରଙ୍କ ୧ କୋଟିରୁ ଅଧିକ କର୍ମଚାରୀ ଓ ପେନନସନଭୋଗୀଙ୍କ ପାଇଁ ବଡ଼ ଆଶ୍ୱସ୍ତିର ଖବର ଆସିଛି। ଜୁଲାଇ ୨୦୨୬ରୁ ସେମାନଙ୍କ ମହଙ୍ଗା ଭତ୍ତା (DA)…

ଆଶାରାମ ବାପୁଙ୍କୁ ଲାଗିଲା ବଡ଼ ଝଟ୍‌କା: ଜାମିନ ଦେବାକୁ ମନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୬।୮: ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ଜଣେ ନାବାଳିକା ବଳାତ୍କାର ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟ ବର୍ତ୍ତମାନ ପାଇଁ…

ପଟ୍ଟନାୟକ ପୋଖରୀ ନବୀକରଣରେ ୫୫.୬୯ ଲକ୍ଷ ଟଙ୍କାର ଦୁର୍ନୀତି: ପୂର୍ବତନ ଯନ୍ତ୍ରୀ-ଏମ୍‌ଇ-ଠିକାଦାର ଗିରଫ

ପାରଳାଖେମୁଣ୍ଡି,୬ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ପଟ୍ଟନାୟକ ପୋଖରୀର ପୁନରୁଦ୍ଧାର ଓ ନବୀକରଣ କାର୍ଯ୍ୟରେ ୫୫ ଲକ୍ଷ ୬୯ ହଜାର ୩୩ ଟଙ୍କାର ସରକାରୀ ପାଣ୍ଠି ଅପବ୍ୟବହାର…

ସ୍କୁଲ ଭିତରକୁ ପଶୁପଶୁ ଦୁଇ ଛାତ୍ରଙ୍କ ଉପରେ ଭୁଶୁଡ଼ି ପଡ଼ିଲା ଫାଟକ, ଆଉ ତା’ ପରେ…

ନନ୍ଦପୁର,୬ା୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତର କାଲାଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରବେଶ ଫାଟକ ଉପୁଡ଼ି ଗୁରୁବାର ଦୁଇ ଛାତ୍ର ଆହତ…

ଡିଭାଇଡରରେ ପିଟିହେଲା ଅତିକ ଅହମ୍ମଦଙ୍କ ପୁଅଙ୍କ କାର: ଚାଲିଗଲା ଜୀବନ

ଲକ୍ଷ୍ନୌ,୬।୮: ଏକ ସଡ଼କ ଦୁର୍ଘଟଣାରେ ଅତିକ ଅହମ୍ମଦଙ୍କ ପୁଅ ଅବନ ଅହମ୍ମଦଙ୍କ ସମେତ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ଉତ୍ତର ପ୍ରଦେଶର ଝାନ୍ସୀର ପୁଞ୍ଚ ଥାନା ଅଞ୍ଚଳରେ…

ଘରୋଇ କଳିର କରୁଣ ପରିଣତି, ବାପର କାଠ ଫାଳିଆ ମାଡ଼ରେ ପୁଅର ମୃତ୍ୟୁ

ଭବାନୀପାଟଣା,୬ା୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଲମପୁର ଥାନା ନୂଆଗୁଡ଼ାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବାପର କାଠ ଫାଳିଆ ମାଡରେ ଭେଣ୍ଡିଆ ପୁଅର…

RAC ଟିକେଟ୍ ଥିଲେ ଆଉ ଚିନ୍ତା ନାହିଁ, ଏବେ ମିଳିବ ପୁରା….

ନୂଆଦିଲ୍ଲୀ,୬।୮: ଭାରତୀୟ ରେଳରେ ଯାତ୍ରା କରୁଥିବା ଲକ୍ଷାଧିକ ଯାତ୍ରୀଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଦୀର୍ଘଦିନ ଧରି ଅନେକ ଯାତ୍ରୀଙ୍କ ଅଭିଯୋଗ ଥିଲା…

କୋର୍ଟଙ୍କ ବଡ଼ ନିଷ୍ପତ୍ତି: ଏଣିକି ଟ୍ରେନ୍‌ରେ ଲଗେଜ୍‌ ଚୋରି ହେଲେ ଜରିମାନା ଦେବ ରେଳ ବିଭାଗ, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ…

ନୂଆଦିଲ୍ଲୀ,୬ା୮: ଯଦି ଆପଣ ଟ୍ରେନରେ ଯାତ୍ରା କରୁଛନ୍ତି ଆଉ ଏହି ସମୟରେ ଆପଣଙ୍କ ବ୍ୟାଗ କିମ୍ବା ମୂଲ୍ୟବାନ ଜିନିଷ ଚୋରି ହୋଇଯାଉଛି, ତେବେ ଆଉ ଚିନ୍ତା ନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri