Posted inଜାତୀୟ

ବୃଦ୍ଧ, ଗୁରୁତର ଅସୁସ୍ଥ କଏଦୀଙ୍କ ପାଇଁ ଖୁସି ଖବର: ସୁପ୍ରିମକୋର୍ଟ ଜାରି କଲେ ନୂଆ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୭।୭: ଦେଶର ବିଭିନ୍ନ ଜେଲ୍‌ରେ ବନ୍ଦୀ ଥିବା ବୃଦ୍ଧ, ଗୁରୁତର ଅସୁସ୍ଥ ଏବଂ ଅକ୍ଷମ କଏଦୀମାନଙ୍କ ପାଇଁ ସୁପ୍ରିମକୋର୍ଟ ଏକ ବଡ଼ ନିଷ୍ପତ୍ତି ଶୁଣାଇଛନ୍ତି। ସମସ୍ତ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳ ଏଭଳି କଏଦୀମାନଙ୍କୁ ସମୟ ପୂର୍ବରୁ ମୁକ୍ତ କରିବା ପାଇଁ ଆସନ୍ତା ୩ ମାସ ମଧ୍ୟରେ ଏକ ସ୍ପଷ୍ଟ ନୀତି ପ୍ରସ୍ତୁତ କରି ବିଜ୍ଞପ୍ତି ପ୍ରକାଶ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ପ୍ରକ୍ରିୟାକୁ ସ୍ବଚ୍ଛ ଓ ସମୟବଦ୍ଧ କରିବା ପାଇଁ ପ୍ରଯୁକ୍ତିବିଦ୍ୟା ଆଧାରିତ ଡିଜିଟାଲ ବ୍ୟବସ୍ଥା ଲାଗୁ କରିବାକୁ ମଧ୍ୟ କୁହାଯାଇଛି।

ରାଷ୍ଟ୍ରୀୟ ଆଇନ ସେବା ପ୍ରାଧିକରଣ (ନାଲସା – NALSA) ପକ୍ଷରୁ ଦାୟର କରାଯାଇଥିବା ଏକ ଜନସ୍ବାର୍ଥ ମାମଲାର ଶୁଣାଣି ସମୟରେ ସର୍ବୋଚ୍ଚ ନ୍ୟାୟାଳୟ ଏହି ନିର୍ଦ୍ଦେଶ ଦେଇଛନ୍ତି। ଏହି ଆବେଦନରେ ୭୦ ବର୍ଷରୁ ଅଧିକ ବୟସ୍କ ଏବଂ ଦୁର୍ବଳ କଏଦୀମାନଙ୍କୁ ମାନବିକତା ଆଧାରରେ ମୁକ୍ତ କରିବା ପାଇଁ ସମାନ ନିୟମ ପ୍ରସ୍ତୁତ କରିବାକୁ ଦାବି କରାଯାଇଥିଲା।

ସୁପ୍ରିମକୋର୍ଟ ସ୍ପଷ୍ଟ କରିଛନ୍ତି ଯେ, କଏଦୀମାନଙ୍କ ସମୟପୂର୍ବ ମୁକ୍ତି ପାଇଁ ସମସ୍ତ ଆବେଦନ କେବଳ ‘e-Prisons’ ପୋର୍ଟାଲ ମାଧ୍ୟମରେ ହିଁ କରାଯିବ। ଏହି ଡିଜିଟାଲ ବ୍ୟବସ୍ଥା ଦ୍ୱାରା ସମ୍ପୂର୍ଣ୍ଣ ପ୍ରକ୍ରିୟାରେ ସ୍ବଚ୍ଛତା ଆସିବ ଏବଂ ମାମଲାଗୁଡ଼ିକର ଶୀଘ୍ର ସମାଧାନ ହୋଇପାରିବ।

କୋର୍ଟ କହିଛନ୍ତି ଯେ, ଏହି ପୋର୍ଟାଲରେ ଆବେଦନର ସମ୍ପୂର୍ଣ୍ଣ ପ୍ରକ୍ରିୟା ଡିଜିଟାଲ ଆକାରରେ ଅର୍ନ୍ତଭୁକ୍ତ ହେବା ଉଚିତ୍‌। ଏଥିରେ ଆବେଦନ ଦାଖଲ କରିବା ଠାରୁ ଆରମ୍ଭ କରି ମେଡିକାଲ ଯାଞ୍ଚ, ଜେଲ କର୍ତ୍ତୃପକ୍ଷଙ୍କ ରିପୋର୍ଟ, ମେଡିକାଲ ବୋର୍ଡର ସୁପାରିଶ, ବିଚାରାଧୀନ ସମୀକ୍ଷା କମିଟି (ଅଣ୍ଡରଟ୍ରାଏଲ ରିଭ୍ୟୁ କମିଟି)ର ମତାମତ, ସକ୍ଷମ କର୍ତ୍ତୃପକ୍ଷଙ୍କ ଚୂଡ଼ାନ୍ତ ନିଷ୍ପତ୍ତି ଏବଂ ଏହାର କାରଣ ସମ୍ପର୍କିତ ସମସ୍ତ ସୂଚନା ଉପଲବ୍ଧ ରହିବା ଆବଶ୍ୟକ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାଶତଣ୍ଡି ଫୁଲରେ ସୁଶୋଭିତ ଅଞ୍ଚଳ: ଖିଲି ଖିଲି ହସରେ ମା’ଙ୍କୁ କରୁଛି ନିମନ୍ତ୍ରଣ

କେସିଙ୍ଗା,୨।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବୋରିଆ ଗ୍ରାମ ନିକଟରେ ଥିବା ତେଲନଦୀ ପାର୍ଶ୍ୱରେ ଶୋଭାପାଉଛି କାଶତଣ୍ଡି ଫୁଲ। ଏପଟେ ଭଲ ବର୍ଷା ଯୋଗୁ ଧାନ…

PM ମୋଦିଙ୍କ ଜନ୍ମଦିନକୁ ନେଇ ବଡ଼ ପ୍ରସ୍ତୁତି: ୨୫ ରାଜ୍ୟର CM କରିବେ…

ନୂଆଦିଲ୍ଲୀ,୨।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ଭାରତୀୟ ଜନତା ପାର୍ଟି (ଭାଜପା) ଦେଶବ୍ୟାପୀ ଏକ ମାସ ଧରି ଚାଲିବାକୁ ଥିବା ‘ସେବା ସଙ୍କଳ୍ପ’ ଅଭିଯାନ ପାଇଁ…

ଦଶହରାରେ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୩ ଗୁଣ ବଢ଼ିପାରେ ବୋନସ ଲିମିଟ, ଖାତାକୁ କେତେ ଟଙ୍କା ଆସିବ ଜାଣନ୍ତୁ…

ନୂଆଦିଲ୍‌ଲୀ,୨।୯: ପାର୍ୱଣ ଋତୁ ଆରମ୍ଭ ହେବା ପୂର୍ୱରୁ କେନ୍ଦ୍ରୀୟ କର୍ମଚାରୀଙ୍କ ମୁହଁରେ ହସ ଫୁଟାଇବା ଭଳି ଏକ ବଡ଼ ଖବର ସାମ୍ନାକୁ ଆସିଛି। ନ୍ୟାସନାଲ କାଉନସିଲ ଅଫ…

ଭାଗ୍ୟରେ ଲାଗିବ ଚାରିଚାନ୍ଦ! ୭ ସେପ୍ଟେମ୍ବରରୁ ୪ ରାଶିଙ୍କୁ ଅପାର ଧନଲାଭ ସହ ନୂଆ ଚାକିରି ସୁଯୋଗ

ବୈଦିକ ଜ୍ୟୋତିଷ ଅନୁସାରେ ଚନ୍ଦ୍ରମା ଓ ଗୁରୁଙ୍କ ଯୁତିରୁ ଗଠିତ ହେଉଥିବା ଗଜକେସରୀ ଯୋଗକୁ ଅତ୍ୟନ୍ତ ଶୁଭ ବୋଲି ମନେ କରାଯାଏ। ଯେଉଁ ବ୍ୟକ୍ତିଙ୍କ ଜନ୍ମକୁଣ୍ଡଳୀରେ ଏହି…

ଘରେ ବିଲକୁଲ ଫ୍ରି’ରେ ଲାଗିବ ସୋଲାର ପ୍ୟାନେଲ, ସରକାର ଉଠାଇବେ ସବୁ ଖର୍ଚ୍ଚ

ନୂଆଦିଲ୍ଲୀ,୨।୯: ଦିଲ୍ଲୀବାସୀଙ୍କ ପାଇଁ ଏକ ବଡ଼ ଖୁସି ଖବର। ସରକାର ଏପରି ଏକ ଯୋଜନାକୁ ମଞ୍ଜୁରୀ ଦେଇଛନ୍ତି, ଯାହା ମାଧ୍ୟମରେ ଏବେ ଛାତ ଉପରେ ସୋଲାର ଲଗାଇବା…

କାର୍‌ ଓଲଟି ଭିତରେ ପଶିଗଲା ପାଣି, ଅଣନିଶ୍ୱାସୀ ହୋଇ ଚାଲିଗଲା…

ପାରାଦୀପ, ୨।୯ (ଶରତ ରାଉତ): ପାରାଦୀପ-ଚଣ୍ଡିଖୋଲ ୫୩ ନମ୍ବର ଜାତୀୟ ରାଜପଥ ତଥା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ ଗେଟ୍‌ ବଜାର ନିକଟରେ ବୁଧବାର ସକାଳେ…

ଆଜି ତୁଳା ରାଶିରେ ଶୁକ୍ରଙ୍କ ପ୍ରବେଶ: ମେଷ ସମେତ ଏହି ୫ ରାଶିର ହେବ ବମ୍ଫର ରୋଜଗାର, ଘଟିବ ଯାହା କେବେ…

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ର ଗ୍ରହକୁ ପ୍ରେମ, ସୁଖ-ସୁବିଧା, ଧନ, ବୈଭବ ଓ ଐଶ୍ୱର୍ଯ୍ୟର କାରକ ବୋଲି ମନେ କରାଯାଏ। ଶୁକ୍ରଙ୍କ ରାଶି ପରିବର୍ତ୍ତନର ପ୍ରଭାବ ବିଭିନ୍ନ ରାଶି…

ସରପଞ୍ଚଙ୍କ ଗାଁ ରାସ୍ତା ଶୋଚନୀୟ: ପାଦ ଚଲା ରାସ୍ତା ପାଇଁ ବି ନୁହେଁ ଉପଯୋଗୀ

ଗଞ୍ଜାମ,୨।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର ବିଭିନ୍ନ ଗ୍ରାମଗୁଡିକ ଅବହେଳିତ ଅବସ୍ଥାରେ ଥିବାବେଳେ ଖୋଦ ସରପଞ୍ଚଙ୍କ ଗାଁ ନୀଳାଦ୍ରିପୁର ରାସ୍ତା ଶୋଚନୀୟ ହୋଇପଡ଼ିଥିବା ଅଭିଯୋଗ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri