EPF ହିତାଧିକାରୀଙ୍କ ପାଇଁ ଖୁସି ଖବର, ସୁଧହାର ଉପରେ ସରକାର ଲଗାଇଲେ ମୋହର, ୭ କୋଟିରୁ ଅଧିକ ଲୋକଙ୍କୁ ମିଳିବ ଲାଭ

ନୂଆଦିଲ୍ଲୀ,୨୪।୫: କେନ୍ଦ୍ର ସରକାର ଆର୍ଥିକ ବର୍ଷ ୨୦୨୪-୨୫ ପାଇଁ କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ଜମା ଉପରେ ସୁଧ ହାର ୮.୨୫ ପ୍ରତିଶତ ବଜାୟ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଗତ ବର୍ଷ ମଧ୍ୟ EPF ଉପରେ ସୁଧ ହାର ସମାନ ଥିଲା। ପୂର୍ବରୁ, କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ ଫେବୃଆରୀରେ ସୁଧ ହାର ୮.୨୫ ପ୍ରତିଶତ ବଜାୟ ରଖିବାକୁ ଘୋଷଣା କରିଥିଲା।
ଏବେ ଅର୍ଥ ମନ୍ତ୍ରଣାଳୟ ମଧ୍ୟ ଏହାକୁ ଅନୁମୋଦନ କରିଛି। ଏହି ସପ୍ତାହରେ ଶ୍ରମ ମନ୍ତ୍ରଣାଳୟ ପକ୍ଷରୁ ଅବସର ପାଣ୍ଠି ସଂସ୍ଥାକୁ ଏକ ବିଜ୍ଞପ୍ତି ପଠାଯାଇଛି। ସୂଚନାଯୋଗ୍ୟ, ପୂର୍ବରୁ EFFOର ୭ କୋଟି ସଦସ୍ୟଙ୍କ ପାଇଁ ସୁଧ ହାର ୨୦୨୨-୨୩ ରେ ୮.୧୫ ପ୍ରତିଶତରୁ ୨୦୨୩-୨୪ ପାଇଁ ୮.୨୫ ପ୍ରତିଶତକୁ ବୃଦ୍ଧି କରାଯାଇଥିଲା।

ମାର୍ଚ୍ଚରେ, EPFOର ୧୪.୫୮ ଲକ୍ଷ ନିଟ ସଦସ୍ୟ ଥିଲେ। ଏହା ମାର୍ଚ୍ଚ ୨୦୨୫ ସୁଦ୍ଧା ନିଟ ପେରୋଲ ଯୋଡା ତୁଳନାରେ ୧.୧୫ ପ୍ରତିଶତ ଅଧିକ ଥିଲା। ପିଏଫ ସଂଗଠନ ମାର୍ଚ୍ଚ ୨୦୨୫ ରେ ପ୍ରାୟ ୭.୫୪ ଲକ୍ଷ ନୂତନ ଗ୍ରାହକଙ୍କୁ ପଞ୍ଜିକୃତ କରିଥିଲା, ଯାହା ଫେବୃଆରୀ ତୁଳନାରେ ୨.୦୩ ପ୍ରତିଶତ ଏବଂ ମାର୍ଚ୍ଚ ୨୦୨୪ ତୁଳନାରେ ୦.୯୮ ପ୍ରତିଶତ ଅଧିକ।
୨୦୧୯-୨୦୧୯ରେ ପ୍ରୋଭିଡେଣ୍ଟ ଫଣ୍ଡ ଜମା ୭ ବର୍ଷର ସର୍ବନିମ୍ନ ସ୍ତର ୮.୫ ପ୍ରତିଶତକୁ ଖସି ଆସିଥିଲା। ଏହି ସୁଧ ହାର ୨୦୧୫-୧୬ରେ ୮.୮ ପ୍ରତିଶତ ଥିଲା। ସୂଚନାଯୋଗ୍ୟ, କେନ୍ଦ୍ରୀୟ ଟ୍ରଷ୍ଟି ବୋର୍ଡ EPFOର ସୁଧ ହାର ଉପରେ ନିଷ୍ପତ୍ତି ନେଇଥାଏ। ଏହା ପରେ ଅର୍ଥ ମନ୍ତ୍ରଣାଳୟ ଏହାକୁ ଅନୁମୋଦନ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri