Posted inଜାତୀୟ

ଦୀପାବଳି ପୂର୍ବରୁ ଚାଷୀଙ୍କ ପାଇଁ ଖୁସି ଖବର, ସରକାରଙ୍କ ପକ୍ଷରୁ ବଡ଼ ଘୋଷଣା…

ନୂଆଦିଲ୍ଲୀ,୨୫।୧୦ : କେନ୍ଦ୍ରର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଦୀପାବଳି ପୂର୍ବରୁ ଦେଶର ଚାଷୀଙ୍କୁ ଏକ ବଡ଼ ଉପହାର ଦେଇଛନ୍ତି। କେନ୍ଦ୍ର ମନ୍ତ୍ରୀ ଅନୁରାଗ ବୁଧବାର କହିଛନ୍ତି କେନ୍ଦ୍ର ସରକାର ସାର ଉପରେ ଗୋଟିଏ ଟଙ୍କା ମଧ୍ୟ ବୃଦ୍ଧି କରିବେ ନାହିଁ। ଏହା ବ୍ୟତୀତ କୃଷି ଜମି ଜଳସେଚନ ଯୋଜନା ସହିତ ସଂଯୁକ୍ତ ହେବ। ଏହା ସହିତ ଏନବିଏସ ଅଧୀନରେ ଥିବା ଚାଷୀଙ୍କୁ ସାର ସବସିଡି ପ୍ରଦାନ କରାଯିବ।

ସୂଚନା ଅନୁଯାୟୀ ବୁଧବାର ପିଏମ ମୋଦିଙ୍କ ଅଧ୍ୟକ୍ଷତାରେ ଏକ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ନିଷ୍ପତ୍ତି ନିଆଯାଇଥିଲା। ସେସବୂ ମଧ୍ୟରେ ସବୁଠାରୁ ବଡ ନିଷ୍ପତ୍ତି ଦେଶର କୃଷକମାନଙ୍କ ବିଷୟରେ ଥିଲା। ବୈଠକ ପରେ କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର କ୍ୟାବିନେଟ ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ସେ କହିଛନ୍ତି ସରକାର ନିଷ୍ପତ୍ତି ନେଇଛନ୍ତି ସୋରର ମୂଲ୍ୟ ସାରା ଦେଶରେ ଗୋଟିଏ ଟଙ୍କା ମଧ୍ୟ ବୃଦ୍ଧି ପାଇବ ନାହିଁ। ଏହା ସହିତ କୃଷକମାନଙ୍କ ପାଇଁ ସାର ସବସିଡି ମଧ୍ୟ ଜାରି ରହିବ ବୋଲି ସେ କହିଛନ୍ତି। ତେଣୁ ସାର ମୂଲ୍ୟ ଉପରେ କୌଣସି ପ୍ରଭାବ ପଡ଼ିବ ନାହିଁ।

କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର କହିଛନ୍ତି କେନ୍ଦ୍ର ସରକାର ସର୍ବଦା କୃଷକମାନଙ୍କର ଶୁଭେଚ୍ଛା ଓ ସହାନୁଭୂତି ପ୍ରଦର୍ଶନ କରିଆସୁଛନ୍ତି। ଅନ୍ତର୍ଜାତୀୟ ବଜାରରେ ସାରର ମୂଲ୍ୟ ବୃଦ୍ଧି ପାଇଛି, କିନ୍ତୁ ଆମ ଚାଷୀଙ୍କ ଉପରେ ଭାର ଆଦୌ ବୃଦ୍ଧି ପାଇବ ନାହିଁ। ୧ ଅକ୍ଟୋବର ୨୦୨୩ ରୁ ଆସନ୍ତା ବର୍ଷ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ କୃଷକମାନଙ୍କୁ ପୂର୍ବ ପରି ସବସିଡି ଦିଆଯିବ। ରବି ଋତୁ ୨୦୨୩-୨୪ ପାଇଁ ଫସଫରସ ଏବଂ ପଟାସ ସାର ଉପରେ ସବସିଡି ଯୋଗାଇ ଦିଆଯାଇଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri