CM Kisan Yojana: କୃଷକଙ୍କ ପାଇଁ ଖୁସି ଖବର, ଜାଣନ୍ତୁ ଖାତାକୁ ଆସିବ କେତେ ଟଙ୍କା…

ଭୁବନେଶ୍ୱର,୮।୯: ନୂଆଁଖାଇରେ ବଡ଼ ଭେଟି ଦେଲେ ସରକାର। ଆଜି ଆକାଉଣ୍ଟକୁ ଆସିବ ସିଏମ କିଷାନ ଟଙ୍କା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବହୁ ପ୍ରତିକ୍ଷିତ ସି.ଏମ. କିଷାନ ଯୋଜନାର ରବିବାର ନୂଆଁଖାଇ ଅବସରରେ ଶୁଭାରମ୍ଭ କରିଛନ୍ତି। ସମ୍ବଲପୁରସ୍ଥିତ ତପସ୍ବିନୀ ପ୍ରେକ୍ଷାଳୟରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଏହାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ୪୬ ଲକ୍ଷ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଏବଂ ଭୂମିହୀନଙ୍କୁ ୯୨୫ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି।

ଏହି ଯୋଜନାରେ ଚାଷୀଙ୍କୁ ବର୍ଷକୁ ୪ ହଜାର ଟଙ୍କାର ଆର୍ଥିକ ସହାୟତା ମିଳିବ । ଖରିଫ ଓ ରବି ଋତୁ ପୂର୍ବରୁ ଯୋଗ୍ୟ ହିତାଧିକାରୀଙ୍କୁ ଦୁଇଟି କିସ୍ତିରେ ଏହି ଟଙ୍କା ମିଳିବ। ଏ ନେଇ ରାଜ୍ୟ କୃଷି ବିଭାଗ ପକ୍ଷରୁ ସୋସିଆଲ ମିଡିଆରେ ସୂଚନା ଦିଆଯାଇଛି। ଚାଷୀଙ୍କୁ ଏହି ଆର୍ଥିକ ସହୟତା ଯୋଗାଇ ଦେବା ଲାଗି ରାଜ୍ୟ ସରକାର ୧୯ଶହ ୩୫ କୋଟି ଟଙ୍କାର ବ୍ୟୟବରାଦ କରିଛନ୍ତି। ଭୂମିହୀନ ଚାଷୀଙ୍କୁ ୩ଟି କିସ୍ତିରେ ୧୨,୫୦୦ ଟଙ୍କା ମିଳିବ। ଏହି ଯୋଜନାରେ ସମସ୍ତ ଚାଷୀ ତଥା ଭୂମିହୀନ, ପିଏମ କିସାନ ଯୋଜନରେ ଅନ୍ତର୍ଭୁକ୍ତ ଚାଷୀ ମଧ୍ୟ ଆର୍ଥିକ ସହାୟତା ପାଇପାରିବେ।  ଚାଷୀମାନେ ନୂଆ ଭାବେ ସିଏମ କିସାନ ଯୋଜନାରେ ସାମିଲ ହେବା ପାଇଁ ପୋର୍ଟାଲରେ ମଧ୍ୟ ଆବେଦନ କରିପାରିବେ। ଏହି ଯୋଜନାରେ ଟଙ୍କା କିସ୍ତି ହିସାବରେ ନୂଆଖାଇ ଏବଂ ଅକ୍ଷୟତୃତୀୟାରେ ଚାଷୀଙ୍କୁ ମିଳିବ।

ଏହି ଯୋଜନାର ଉଦ୍ଦେଶ୍ୟ ହେଉଛି ସେହି କୃଷକମାନଙ୍କୁ ଆର୍ଥିକ ସହାୟତା ଯୋଗାଇଦେବା ଯେଉଁମାନେ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ((PM-KISAN yojana) ରେ ଅର୍ନ୍ତଭୁକ୍ତ ନାହାନ୍ତି। ତେବେ ଓଡ଼ିଶା ସରକାର ଶୁଭାରମ୍ଭ କରିଥିବା ସିଏମ କିଷାନ ଯୋଜନାରେ ଚାଷୀଙ୍କୁ ବର୍ଷକୁ ୪ ହଜାର ଟଙ୍କା ମିଳିବ। ଅର୍ଥାତ୍‌ ନୂଆଁଖାଇ ଅବସରରେ ପ୍ରଥମ କିସ୍ତିରେ ଆଜି ୨ହଜାର ଟଙ୍କା ମିଳୁଥିବାବେଳେ ଅକ୍ଷୟ ତୃତୀୟାରେ ୨ୟ କିସ୍ତିରେ ଆଉ ୨ହଜାର ଟଙ୍କା ମିଳିବ। ପୂର୍ବରୁ ବିଜେଡି ସରକାର ଚାଷୀଙ୍କୁ କାଳିଆ ଯୋଜନାରେ ଆର୍ଥିକ ସହାୟତା ଯୋଗାଇ ଦିଆ ଯାଉଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri