ଗଞ୍ଜାମ ପାଇଁ ଖୁସି ଖବର :ତାରାତାରିଣୀ କଲେଜରେ ଖୋଲିଲା ପିଜି ପାଠ୍ୟକ୍ରମ

ପୁରୁଷୋତ୍ତମପୁର, ୨୪।୫ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ସ୍ଥିତ ତାରାତାରିଣୀ କଲେଜରେ ଓଡ଼ିଆ ବିଷୟରେ ସ୍ନାତକୋତ୍ତର (ପିଜି) ପାଠ୍ୟକ୍ରମ ଖୋଲାଯାଇଛି। ସେହିପରି ସାଇକୋଲୋଜି ଓ ହୋମ ସାଇନ୍ସ ବିଷୟରେ ଅନର୍ସ ନେଇ  ମଧ୍ୟ ରାଜ୍ୟର ଉଚ୍ଚଶିକ୍ଷା ବିଭାଗରୁ ଅନୁମୋଦନ ମିଳିଛି।

ଓଡ଼ିଆ ପିଜି ବିଭାଗରେ ୧୬ଟି ସିଟ୍‌ର ବ୍ୟବସ୍ଥା ରହିଥିବା ବେଳେ, ସାଇକୋଲୋଜି ଓ ହୋମ ସାଇନ୍ସ ଅନର୍ସ ବିଷୟରେ ପ୍ରତ୍ୟେକରେ ୩୨ଟି କରି ସିଟ୍‌ ବ୍ୟବସ୍ଥା ରହିଛି। ଏହି ପାଠ୍ୟକ୍ରମଗୁଡ଼ିକରେ ଚଳିତ ୨୦୨୬–୨୦୨୭ ଶିକ୍ଷାବର୍ଷରୁ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବ।

ଏଥିପାଇଁ ଛାତ୍ରଛାତ୍ରୀମାନେ ସାମ୍ସ (SAMS) ମାଧ୍ୟମରେ ଆବେଦନ କରିପାରିବେ ବୋଲି କଲେଜର ଅଧ୍ୟକ୍ଷ ଡ଼ଃ ପ୍ରଦୀପ କୁମାର ସାହୁ ସୂଚନା ଦେଇଛନ୍ତି।

୧୯୭୯ ମସିହା ଅଗଷ୍ଟ ୧୩ ତାରିଖରେ ପ୍ରତିଷ୍ଠିତ ଏହି ତାରାତାରିଣୀ କଲେଜ ଶିକ୍ଷାଦାନ କ୍ଷେତ୍ରରେ ସାରା ରାଜ୍ୟରେ ବେଶ ସୁନାମ ଅର୍ଜନ କରିଆସିଛି। ଏହି ଅଞ୍ଚଳର ଗରିବ ଶ୍ରେଣୀର ଛାତ୍ରଛାତ୍ରୀମାନେ ଅର୍ଥାଭାବରୁ ଉଚ୍ଚଶିକ୍ଷାରୁ ବଞ୍ଚିତ ହେଉଥିବା ପରିପ୍ରେକ୍ଷ୍ୟରେ ଏଠାରେ ପିଜି ପାଠ୍ୟକ୍ରମ ଖୋଲିବା ପାଇଁ ଦୀର୍ଘଦିନ ଧରି ଦାବି ହୋଇଆସୁଥିଲା। ଶେଷରେ ରାଜ୍ୟ ସରକାର ଏହାକୁ ଗୁରୁତ୍ୱର ସହିତ ନେଇ ଚଳିତବର୍ଷରୁ ନାମଲେଖା ପାଇଁ ଅନୁମତି ପ୍ରଦାନ କରିଛନ୍ତି। ଏହାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଖୁସିର ଲହରୀ ଦେଖାଦେଇଥିବା ବେଳେ ସେମାନେ ସରକାରଙ୍କୁ କୃତଜ୍ଞତା ଜଣାଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri