ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ବଢିଲା ଗୃହ ନିର୍ମାଣ ଋଣ ସହାୟତା ରାଶି

ଭୁବନେଶ୍ୱର,୧୨।୭(ବ୍ୟୁରୋ): ରାଜ୍ୟ ସରକାର ସପ୍ତମ ବେତନ କମିଶନ ସୁପାରିଶ ଭିତ୍ତିରେ ସରକାରୀ କର୍ମଚାରୀଙ୍କ ପାଇଁ ଗୃହ ନିର୍ମାଣ ଋଣ ସହାୟତା ରାଶିକୁ ୨୫ ଲକ୍ଷ ଟଙ୍କାରୁ ୪୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି। ସୁଧ ହାର ପରିମାଣ ମଧ୍ୟ୍ୟ କମାଯାଇ ୮ ପ୍ରତିଶତ ରଖାଯାଇଛି। ଏହି ଋଣ ୬୦-୪୦ ଅନୁପାତରେ ଦୁଇଟି ପର୍ଯ୍ୟାୟରେ କର୍ମଚାରୀ ମାନଙ୍କୁ ଦିଆଯିବ।
ପୂର୍ବରୁ ୨୦୧୦ରେ ଲାଗୁ କରାଯାଇଥିବା ଗୃହ ନିର୍ମାଣ ସହାୟତା ନିୟମ ଅନୁଯାୟୀ ୨୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଦିଆଯାଉଛି ଏବଂ ଏଥିରେ ସର୍ବାଧିକ ସୁଧ ହାର ୧୧.୫ ପ୍ରତିଶତ ଥିଲା । ବର୍ତ୍ତମାନ ଗୃହ ନିର୍ମାଣ ସହାୟତା ପରିମାଣ ୪୦ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇବା ସହିତ ସୁଧ ପରିମାଣ ୮ ପ୍ରତିଶତକୁ ହ୍ରାସ କରାଯାଇଛି । ଜାତୀୟ ପେନ୍ସନ ସ୍କିମ ଅଧୀନସ୍ଥ କର୍ମଚାରୀଙ୍କ ସହିତ ସମସ୍ତ ସ୍ଥାୟୀ ସରକାରୀ କର୍ମଚାରୀ ଏହି ସହାୟତା ପାଇପାରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri