Posted inଖେଳ

ଟିମ୍‌ ଇଣ୍ଡିଆ ପାଇଁ ଖୁସିଖବର: ଟି୨୦ ବିଶ୍ୱକପ୍‌ରେ ସିଧାସଳଖ ମିଳିଲା ଏଣ୍ଟ୍ରି

ନୂଆଦିଲ୍ଲୀ,୨୮।୨: ଭାରତୀୟ ମହିଳା କ୍ରିକେଟ ଦଳ ଏଥର ଟି -୨୦ ବିଶ୍ୱକପ୍‌ର ସେମିଫାଇନାଲରେ ପ୍ରବେଶ କରିଥିଲା। ସେମିଫାଇନାଲରେ ଦଳ ଅଷ୍ଟ୍ରେଲିଆଠାରୁ ପରାଜିତ ହେବା ପରେ ବିଶ୍ୱକପ ଜିତିବାର ସ୍ବପ୍ନ ପୂରଣ କରିପାରିନାହିଁ। କିନ୍ତୁ ଦଳକୁ ସେମିଫାଇନାଲରେ ପ୍ରବେଶ କରିବାର ଲାଭ ମିଳିଛି। ୨୦୨୪ରେ ବାଂଲାଦେଶରେ ଅନୁଷ୍ଠିତ ହେବାକୁ ଥିବା ଟି -୨୦ ବିଶ୍ୱକପରେ ଟିମ୍‌ ଇଣ୍ଡିଆ ସିଧାସଳଖ ପ୍ରବେଶ କରିଛି। କାରଣ ବିଶ୍ୱକପ ୨୦୨୩ ଗ୍ରୁପ୍‌ର ଶ୍ରେଷ୍ଠ -୬ ଦଳ ଆଗାମୀ ବିଶ୍ୱକପରେ ସିଧାସଳଖ ପ୍ରବେଶ କରିଥାନ୍ତି।

ଭାରତୀୟ ମହିଳା ଟିମ୍‌ ନିଜ ଗ୍ରୁପରେ ଶ୍ରେଷ୍ଠ ୩ ରେ ସ୍ଥାନ ପାଇଥିଲା। ଏଭଳି ପରିସ୍ଥିତିରେ ଉଭୟ ଗ୍ରୁପ୍‌ର ଶ୍ରେଷ୍ଠ- ୬ ଟିମ୍‌ ସହିତ ବାଂଲାଦେଶ ଏବଂ ପାକିସ୍ଥାନକୁ ଆୟୋଜକ ଦେଶ ଭାବରେ ପରବର୍ତ୍ତୀ ବିଶ୍ୱକପ୍‌ରେ ଏଣ୍ଟ୍ରି ମିଳିଛି।

ବିଶ୍ୱକପ ପାଇଁ ଅଷ୍ଟ୍ରେଲିଆ, ନ୍ୟୁଜିଲାଣ୍ଡ ଏବଂ ଦକ୍ଷିଣ ଆଫ୍ରିକା ଗ୍ରୁପ -୧ ରୁ ପ୍ରବେଶ କରିଛନ୍ତି। ଗ୍ରୁପ-୨ରୁ ଇଂଲଣ୍ଡ, ଭାରତ, ୱେଷ୍ଟଇଣ୍ଡିଜ ପ୍ରବେଶ କରିଛନ୍ତି। ଏହି ଟି -୨୦ ବିଶ୍ୱକପରେ ଅଂଶଗ୍ରହଣ କରୁଥିବା ଦଳ ମଧ୍ୟରେ ଶ୍ରୀଲଙ୍କା ଏବଂ ଆୟର୍ଲାଣ୍ଡ ଏଭଳି ଦଳ ଯିଏକି ପରବର୍ତ୍ତୀ ବିଶ୍ୱକପ ପାଇଁ ଯୋଗ୍ୟତା ଅର୍ଜନ କରିପାରି ନାହାନ୍ତି।

ବର୍ତ୍ତମାନ ଆଇସିସି ଟି -୨୦ ବିଶ୍ୱକପ୍‌ ୨୦୨୪ ପାଇଁ କ୍ୱାଲିଫାୟାର ଆୟୋଜନ କରାଯିବ, ଯେଉଁଥିରୁ ୨ ଟିମ୍‌ର ଚୟନ ହେବ।

ଟି -୨୦ ବିଶ୍ୱକପ ୨୦୨୩ ରେ ଭାରତୀୟ ଦଳର ପ୍ରଦର୍ଶନ:
– ଭାରତ ବନାମ ପାକିସ୍ତାନ – ୭ ଉଇକେଟରେ ବିଜୟ
– ଭାରତ ବନାମ ୱେଷ୍ଟଇଣ୍ଡିଜ – ୬ ଉଇକେଟରେ ବିଜୟ
– ଭାରତ ବନାମ ଇଂଲଣ୍ଡ – ୧୧ ରନ୍‌ରେ ପରାଜୟ
– ଭାରତ ବନାମ ଆୟର୍ଲାଣ୍ଡ – ୫ ରନରେ ବିଜୟ
– ଭାରତ ବନାମ ଅଷ୍ଟ୍ରେଲିଆ – ୫ ରନ୍‌ରେ ପରାଜୟ (ସେମିଫାଇନାଲ)


Enter your email to get our daily news in your inbox.

All Right Reserved By Dharitri.Com

ହିନ୍ଦୁ ସାଧୁଙ୍କ ପାଦ ସ୍ପର୍ଶ କଲେ ଇରାନର ରାଷ୍ଟ୍ରପତି ପେଜେଶକିଆନ! ଭିଡିଓ ଭାଇରାଲ

ନୂଆଦିଲ୍ଲୀ/ତେହରାନ,୧୩।୯: ଦିଲ୍ଲୀର ଭାରତ ମଣ୍ଡପମରେ ଚାଲିଥିବା ବ୍ରିକ୍ସ (BRICS) ସମ୍ମିଳନୀର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଇରାନର ରାଷ୍ଟ୍ରପତି…

ଖଣ୍ଡେ ପାନ ପାଇଁ ବୃଦ୍ଧାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ଯୁବକ

ମୋରଡ଼ା,୧୩ା୯(ସ୍ମାରକ ମାଜୀ): ଖଣ୍ଡେ ପାନ ପାଇଁ ଘଟିଛି ହତ୍ୟାକାଣ୍ଡ। ଠେଙ୍ଗାରେ ପିଟିପିଟି ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ଜଣେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ସୋସିଆଲ ମିଡିଆରେ ଚର୍ଚ୍ଚା; କିଶୋର କୁମାରଙ୍କ ଗୀତ ଗାଇଲେ ପ୍ରଧାନମନ୍ତ୍ରୀ, ସବୁ କହିଲେ….

ନୂଆଦିଲ୍ଲୀ,୧୩।୯: ଭାରତରେ ଆୟୋଜିତ ବ୍ରିକ୍ସ ଶିଖର ସମ୍ମିଳନୀର ଗାଲା ଡିନରରେ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମଙ୍କ ଏକ ଭିନ୍ନ ରୂପ ଦେଖିବାକୁ ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ବିଭିନ୍ନ ଦାବି ନେଇ ଗୁଡ଼ାରି ବନ୍ଦ ଡାକରା, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ଗୁଡ଼ାରି,୧୩ା୯(ପ୍ରମୋଦ କୁମାର ପତି): ବିଭିନ୍ନ ଦାବି ପୂରଣ ନେଇ ଆସନ୍ତା ୨୨ ତାରିଖରେ ଗୁଡାରି ବନ୍ଦ ଡାକରା ଦିଆଯାଇଛି। ଏନେଇ ରବିବାର ବିଡିଓଙ୍କ ଅନୁପସ୍ଥିତିରେ ଜିପିଡିଓ ଶିବପ୍ରସାଦ…

ପୁଣି ଲଣ୍ଡନରେ କ୍ୱାଲିଟି ଟାଇମ ସ୍ପେଣ୍ଡ କରୁଥିବାର ନଜର ଆସିଲେ ତ୍ରିଶା-ବିଜୟ; ଭିଡିଓ ଭାଇରାଲ, ପ୍ରଶଂସକ କହିଲେ…

ଚେନ୍ନାଇ,୧୩।୯: ସୁପରଷ୍ଟାର ଥାଲାପତି ବିଜୟ ଏବଂ ଅଭିନେତ୍ରୀ ତ୍ରିଶା କ୍ରିଷ୍ଣନଙ୍କ ଯୋଡ଼ିକୁ ପ୍ରଶଂସକମାନେ ଦୀର୍ଘ ଦିନ ଧରି ପସନ୍ଦ କରିଆସୁଛନ୍ତି। ଏହି ପସନ୍ଦ ସହିତ, ଉଭୟଙ୍କ ମଧ୍ୟରେ…

ଛୋଲେ-ଭଟୁରେ ତିଆରି କଲେ ପ୍ରିୟଙ୍କା ଗାନ୍ଧୀ, ସୋସିଆଲ ମିଡିଆରେ ଫଟୋ ସେୟାର କରି ରାହୁଲ କହିଲେ…

ନୂଆଦିଲ୍ଲୀ,୧୩।୯: କଂଗ୍ରେସ ନେତା ତଥା ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ରବିବାର ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଛୋଲେ-ଭଟୁରେର ଏକ ଫଟୋ ସେୟାର କରିଛନ୍ତି…

ଆକାଶ ଆନନ୍ଦଙ୍କ ଉପରେ ପୁଣି ବର୍ଷିଲେ ମାୟାବତୀ, ମୁଁ ଅସୁସ୍ଥ…..

ଲକ୍ଷ୍ନୌ,୧୩।୯: ବହୁଜନ ସମାଜ ପାର୍ଟି (ବିଏସ୍‌ପି) ସୁପ୍ରିମୋ ମାୟାବତୀ ରବିବାର ଗଣମାଧ୍ୟମ ସହ ଆଲୋଚନା କରି ଆକାଶ ଆନନ୍ଦଙ୍କୁ ନେଇ ପୁଣି ବଡ଼ ଅଭିଯୋଗ ଆଣିଛନ୍ତି ।…

ଆସନ୍ତା ସପ୍ତାହରେ ପୁଣି ଭିଜିବ ଓଡ଼ିଶା: ୧୪ରୁ ୧୯ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୧୩/୯: ଆସନ୍ତା ସପ୍ତାହରେ ପୁଣି ଥରେ ଭିଜିବ ଓଡ଼ିଶା। ୧୪ରୁ ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ସୂଚନା ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?