ନୀଳଗିରି, ୧।୧୧(ପ୍ରଶାନ୍ତ କୁମାର ବିଶ୍ବାଳ): ପ୍ରକୃତିପ୍ରେମୀ ଓ ପର୍ଯ୍ୟଟକଙ୍କ ପାଇଁ ଏକ ଖୁସି ଖବର। ବର୍ଷାଦିନ ପାଇଁ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ଗତ ଜୁନ ୧୫ତାରିଖରୁ ବାଲେଶର ଜିଲା ନୀଳଗିରି ଉପଖଣ୍ଡର ସୌନ୍ଦର୍ଯ୍ୟମୟୀ କୁଲଡିହା ଅଭୟାରଣ୍ୟ ବନ୍ଦ ରହିଥିଲା। ତେବେ ଶୀତଋତୁ ଆଗମନରେ ଏହାକୁ ନଭେମ୍ବର ୧ ଅର୍ଥାତ୍ ବୁଧବାର ପୂର୍ବାହ୍ନ ୧୦ଟାରେ ପର୍ଯ୍ୟଟକଙ୍କ ପାଇଁ ଖୋଲାଯାଇଛି। ଚଳିତବର୍ଷ ପ୍ରଥମ ଦିନରେ ବୁଲିବାକୁ ଆସିଥିବା ପର୍ଯ୍ୟଟକଙ୍କୁ ଟୁରିଷ୍ଟ ଗାଇଡ ମନୋରଞ୍ଜନ ଦାସ ଗାଇଡ କରିଛନ୍ତି। ତାଙ୍କ ସହିତ ପର୍ଯ୍ୟଟକମାନେ ଅଭୟାରଣ୍ୟର ବାଲିଆନାଳ ଫାଟକ ନିକଟରେ ପହଞ୍ଚିଛନ୍ତି। ପର୍ଯ୍ୟଟକ ପହଞ୍ଚିବା ପରେ ସେମାନଙ୍କୁ ବନବିଭାଗ ପକ୍ଷରୁ ପୁଷ୍ପଗୁଚ୍ଛ ଦେଇ ଚନ୍ଦନ ଲଗାଇ ଓ ମିଠା ଖୁଆଇ ସ୍ବାଗତ କରାଯାଇଛି।
ଏହି ସମୟରେ ବାଲେଶ୍ୱର ଏସିଏଫ ସୁଶ୍ରୀ ସସ୍ମିତା ଦାସ ଉପସ୍ଥିତ ଥିବା ବେଳେ ମୁଖ୍ୟ ଅତିଥି ଭାବେ ନୀଳଗିରି ଉପ-ଜିଲ୍ଲାପାଳ ମନ୍ଦରଧର ମହାଳିକ ଫିତା କାଟି ଗେଟ ଖୋଲିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ କୁଲଡିହା ରେଞ୍ଜର ଫରେଷ୍ଟର, ଫରେଷ୍ଟ ଗାର୍ଡ ଓ ସବୁଜବାହିନୀ ଉପସ୍ଥିତ ଥିଲେ। ଚଳିତବର୍ଷ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ବନ ବିଭାଗ ପକ୍ଷରୁ ଗୋହିରାଭୋଳଠାରେ ଥିବା ନେଚର୍ସ ପାର୍କକୁ ଅଧିକ ଆକର୍ଷଣୀୟ କରାଯାଇଛି। ରାତି ରହଣୀ ନିମନ୍ତେ ”ରିସିଆ ପ୍ରକୃତି ନିବାସ“ରେ ୯ଟି ତମ୍ବଘର, ପିଇବା ପାଣି, ଶୌଚାଳୟ ଏବଂ ଆଲୋକ ବ୍ୟବସ୍ଥା, ରୁଚିକର ଖାଦ୍ୟ ସହ ନେଚର୍ସ କ୍ୟାମ୍ପ ପାଖରେ ପର୍ଯ୍ୟଟକଙ୍କ ପାଇଁ ରିଷିୟା ଡ୍ୟାମରେ ବୋଟିଂର ଅନୁଭୂତି ପର୍ଯ୍ୟଟକମାନଙ୍କୁ ଅଧିକ ଆକର୍ଷିତ କରିଛି। ବଣ ପାହାଡ ଘେରା ୨୭୨.୭୫ ବର୍ଗ କି.ମି. ପରିବ୍ୟାପ୍ତ କୁଲଡିହା ଅଭୟାରଣ୍ୟର ଅପରୂପ ସୌନ୍ଦର୍ଯ୍ୟ ସହ ପର୍ଯ୍ୟଟକମାନେ ବୁଲିବା ସମୟରେ ୪ଟି କୃତ୍ରିମ ସଲ୍ଟପିଟ, ୫ଟି ୱାଚ ଟାୱାର ସହ ଅତି ନିକଟରୁ ଅଭୟାରଣ୍ୟ ପଶୁପକ୍ଷୀଙ୍କୁ ଦେଖିବାର ବେବସ୍ଥା ରହିଛି ।
ଭ୍ରମଣ ନିମନ୍ତେ ଅପରାହ୍ନ ୫ଟା ପର୍ଯ୍ୟନ୍ତ ସମୟ ର୍ନିଦ୍ଧାରିତ ହୋଇଛି। ଏଠାରେ ଜଣେ ବ୍ୟକ୍ତି ପାଇଁ ୪୦ଟଙ୍କା, କ୍ୟାମେରା ପାଇଁ ୫୦ଟଙ୍କା, ଚାରିଚକିଆ ଯାନ ପାଇଁ ୧୦୦ ଟଙ୍କା ଓ ନେଚର୍ସ କ୍ୟାମ୍ପରେ ରାତ୍ରିଯାପନ ପାଇଁ ୩ହଜାର ୮୫୪ ଟଙ୍କା ଧାର୍ଯ୍ୟ ସହ ଅନଲାଇନରେ ବୁକିଂ ଓ ୱେବ ସାଇଟ ଖୋଲାଯାଇଛି। ଅଭୟାରଣ୍ୟରେ ହାତୀ, ବାଘ, ଭାଲୁ, ସମ୍ବର, ହରିଣ, ଠେକୁଆ, ନୀଳଗାଇ, ବଜ୍ରକାପ୍ତା, ମୟୂର ଇତ୍ୟାଦି ବନ୍ୟପ୍ରାଣୀ ଓ ବିଭିନ୍ନ ପ୍ରଜାତିର ଦେଶୀ ଏବଂ ବିଦେଶୀ ପକ୍ଷୀ ୨୫୦ରୁ ଅଧିକ ସଂଖ୍ୟାରେ ଦେଖାଯାଆନ୍ତି। ଏଥିପାଇଁ ଓଡିଶା ତଥା ବଙ୍ଗୀୟ ପର୍ଯ୍ୟଟକ ଅଧିକ ଆକୃଷ୍ଟ ହୋଇଥାନ୍ତି। ଗତବର୍ଷ ରାଜସ୍ବ ତୁଳନାରେ ଚଳିତବର୍ଷ ଅଧିକ ରାଜସ୍ବ ଆୟ ହେବ ବୋଲି ବନ ବିଭାଗ ଆଶା ରଖିଛି।
Posted inHome, Home Middle, ଆମ ଜିଲା ଖବର, ବାଲେଶ୍ୱର, ରାଜ୍ୟ View All
ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍
ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…
କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା
ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…
ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…
ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…
ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…
ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…
ଚକ୍ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ
ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…
୧୫ ବର୍ଷ ପରେ ପ୍ରଥମ ଡିଜିଟାଲ ଜନଗଣନା: ଦିଗପହଣ୍ଡିରେ ପରିଗଣନାକାରୀଙ୍କୁ ମିଳିଲା ତାଲିମ
ଦିଗପହଣ୍ଡି,୨୬। ୩(ଅଶେଷ ନାଥ ମିଶ୍ର):କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଅଧିନସ୍ଥ ଜନଗଣନା ନିର୍ଦ୍ଦେଶାଳୟ ଏବଂ ବିପର୍ଯୟ ପରିଚାଳନା ବିଭାଗ ଆନୁକୁଲ୍ୟରେ ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି…
ଗୁଗଲ୍ ମ୍ୟାପ୍ ଦେଖାଇଲା ଭୁଲ୍ ବାଟ: ସିଙ୍ଗାରି ଘାଟିରେ ୫ ଘଣ୍ଟା ଫସିଲା ୧୪ ଚକିଆ ଟ୍ରକ୍, ହନ୍ତସନ୍ତ…
ଥୁଆମୂଳ ରାମପୁର, ୨୬ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଓ କଲମପୁର ବ୍ଲକକୁ ସଂଯୋଗ କରୁଥିବା ମୁଖ୍ୟ ଜୀବନରେଖା ସଦୃଶ ସିଙ୍ଗାରି ଘାଟି ରାସ୍ତାରେ…
ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…
କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ…
Archives

