ନୀଳଗିରି, ୧।୧୧(ପ୍ରଶାନ୍ତ କୁମାର ବିଶ୍ବାଳ): ପ୍ରକୃତିପ୍ରେମୀ ଓ ପର୍ଯ୍ୟଟକଙ୍କ ପାଇଁ ଏକ ଖୁସି ଖବର। ବର୍ଷାଦିନ ପାଇଁ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ଗତ ଜୁନ ୧୫ତାରିଖରୁ ବାଲେଶର ଜିଲା ନୀଳଗିରି ଉପଖଣ୍ଡର ସୌନ୍ଦର୍ଯ୍ୟମୟୀ କୁଲଡିହା ଅଭୟାରଣ୍ୟ ବନ୍ଦ ରହିଥିଲା। ତେବେ ଶୀତଋତୁ ଆଗମନରେ ଏହାକୁ ନଭେମ୍ବର ୧ ଅର୍ଥାତ୍ ବୁଧବାର ପୂର୍ବାହ୍ନ ୧୦ଟାରେ ପର୍ଯ୍ୟଟକଙ୍କ ପାଇଁ ଖୋଲାଯାଇଛି। ଚଳିତବର୍ଷ ପ୍ରଥମ ଦିନରେ ବୁଲିବାକୁ ଆସିଥିବା ପର୍ଯ୍ୟଟକଙ୍କୁ ଟୁରିଷ୍ଟ ଗାଇଡ ମନୋରଞ୍ଜନ ଦାସ ଗାଇଡ କରିଛନ୍ତି। ତାଙ୍କ ସହିତ ପର୍ଯ୍ୟଟକମାନେ ଅଭୟାରଣ୍ୟର ବାଲିଆନାଳ ଫାଟକ ନିକଟରେ ପହଞ୍ଚିଛନ୍ତି। ପର୍ଯ୍ୟଟକ ପହଞ୍ଚିବା ପରେ ସେମାନଙ୍କୁ ବନବିଭାଗ ପକ୍ଷରୁ ପୁଷ୍ପଗୁଚ୍ଛ ଦେଇ ଚନ୍ଦନ ଲଗାଇ ଓ ମିଠା ଖୁଆଇ ସ୍ବାଗତ କରାଯାଇଛି।
ଏହି ସମୟରେ ବାଲେଶ୍ୱର ଏସିଏଫ ସୁଶ୍ରୀ ସସ୍ମିତା ଦାସ ଉପସ୍ଥିତ ଥିବା ବେଳେ ମୁଖ୍ୟ ଅତିଥି ଭାବେ ନୀଳଗିରି ଉପ-ଜିଲ୍ଲାପାଳ ମନ୍ଦରଧର ମହାଳିକ ଫିତା କାଟି ଗେଟ ଖୋଲିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ କୁଲଡିହା ରେଞ୍ଜର ଫରେଷ୍ଟର, ଫରେଷ୍ଟ ଗାର୍ଡ ଓ ସବୁଜବାହିନୀ ଉପସ୍ଥିତ ଥିଲେ। ଚଳିତବର୍ଷ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ବନ ବିଭାଗ ପକ୍ଷରୁ ଗୋହିରାଭୋଳଠାରେ ଥିବା ନେଚର୍ସ ପାର୍କକୁ ଅଧିକ ଆକର୍ଷଣୀୟ କରାଯାଇଛି। ରାତି ରହଣୀ ନିମନ୍ତେ ”ରିସିଆ ପ୍ରକୃତି ନିବାସ“ରେ ୯ଟି ତମ୍ବଘର, ପିଇବା ପାଣି, ଶୌଚାଳୟ ଏବଂ ଆଲୋକ ବ୍ୟବସ୍ଥା, ରୁଚିକର ଖାଦ୍ୟ ସହ ନେଚର୍ସ କ୍ୟାମ୍ପ ପାଖରେ ପର୍ଯ୍ୟଟକଙ୍କ ପାଇଁ ରିଷିୟା ଡ୍ୟାମରେ ବୋଟିଂର ଅନୁଭୂତି ପର୍ଯ୍ୟଟକମାନଙ୍କୁ ଅଧିକ ଆକର୍ଷିତ କରିଛି। ବଣ ପାହାଡ ଘେରା ୨୭୨.୭୫ ବର୍ଗ କି.ମି. ପରିବ୍ୟାପ୍ତ କୁଲଡିହା ଅଭୟାରଣ୍ୟର ଅପରୂପ ସୌନ୍ଦର୍ଯ୍ୟ ସହ ପର୍ଯ୍ୟଟକମାନେ ବୁଲିବା ସମୟରେ ୪ଟି କୃତ୍ରିମ ସଲ୍ଟପିଟ, ୫ଟି ୱାଚ ଟାୱାର ସହ ଅତି ନିକଟରୁ ଅଭୟାରଣ୍ୟ ପଶୁପକ୍ଷୀଙ୍କୁ ଦେଖିବାର ବେବସ୍ଥା ରହିଛି ।
ଭ୍ରମଣ ନିମନ୍ତେ ଅପରାହ୍ନ ୫ଟା ପର୍ଯ୍ୟନ୍ତ ସମୟ ର୍ନିଦ୍ଧାରିତ ହୋଇଛି। ଏଠାରେ ଜଣେ ବ୍ୟକ୍ତି ପାଇଁ ୪୦ଟଙ୍କା, କ୍ୟାମେରା ପାଇଁ ୫୦ଟଙ୍କା, ଚାରିଚକିଆ ଯାନ ପାଇଁ ୧୦୦ ଟଙ୍କା ଓ ନେଚର୍ସ କ୍ୟାମ୍ପରେ ରାତ୍ରିଯାପନ ପାଇଁ ୩ହଜାର ୮୫୪ ଟଙ୍କା ଧାର୍ଯ୍ୟ ସହ ଅନଲାଇନରେ ବୁକିଂ ଓ ୱେବ ସାଇଟ ଖୋଲାଯାଇଛି। ଅଭୟାରଣ୍ୟରେ ହାତୀ, ବାଘ, ଭାଲୁ, ସମ୍ବର, ହରିଣ, ଠେକୁଆ, ନୀଳଗାଇ, ବଜ୍ରକାପ୍ତା, ମୟୂର ଇତ୍ୟାଦି ବନ୍ୟପ୍ରାଣୀ ଓ ବିଭିନ୍ନ ପ୍ରଜାତିର ଦେଶୀ ଏବଂ ବିଦେଶୀ ପକ୍ଷୀ ୨୫୦ରୁ ଅଧିକ ସଂଖ୍ୟାରେ ଦେଖାଯାଆନ୍ତି। ଏଥିପାଇଁ ଓଡିଶା ତଥା ବଙ୍ଗୀୟ ପର୍ଯ୍ୟଟକ ଅଧିକ ଆକୃଷ୍ଟ ହୋଇଥାନ୍ତି। ଗତବର୍ଷ ରାଜସ୍ବ ତୁଳନାରେ ଚଳିତବର୍ଷ ଅଧିକ ରାଜସ୍ବ ଆୟ ହେବ ବୋଲି ବନ ବିଭାଗ ଆଶା ରଖିଛି।
Posted inHome, Home Middle, ଆମ ଜିଲା ଖବର, ବାଲେଶ୍ୱର, ରାଜ୍ୟ View All
ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ
ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...
ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ
ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...
ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ
ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...
ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ
ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...
RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ
ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...
ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା
ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...
ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ
ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...
ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି
ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...
Archives


