ପ୍ରକୃତିପ୍ରେମୀଙ୍କ ପାଇଁ ଖୁସି ଖବର, ଖୋଲିଲା କୁଲଡିହା ଅଭୟାରଣ୍ୟ

ନୀଳଗିରି, ୧।୧୧(ପ୍ରଶାନ୍ତ କୁମାର ବିଶ୍ବାଳ): ପ୍ରକୃତିପ୍ରେମୀ ଓ ପର୍ଯ୍ୟଟକଙ୍କ ପାଇଁ ଏକ ଖୁସି ଖବର। ବର୍ଷାଦିନ ପାଇଁ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ଗତ ଜୁନ ୧୫ତାରିଖରୁ ବାଲେଶର ଜିଲା ନୀଳଗିରି ଉପଖଣ୍ଡର ସୌନ୍ଦର୍ଯ୍ୟମୟୀ କୁଲଡିହା ଅଭୟାରଣ୍ୟ ବନ୍ଦ ରହିଥିଲା। ତେବେ ଶୀତଋତୁ ଆଗମନରେ ଏହାକୁ ନଭେମ୍ବର ୧ ଅର୍ଥାତ୍‌ ବୁଧବାର ପୂର୍ବାହ୍ନ ୧୦ଟାରେ ପର୍ଯ୍ୟଟକଙ୍କ ପାଇଁ ଖୋଲାଯାଇଛି। ଚଳିତବର୍ଷ ପ୍ରଥମ ଦିନରେ ବୁଲିବାକୁ ଆସିଥିବା ପର୍ଯ୍ୟଟକଙ୍କୁ ଟୁରିଷ୍ଟ ଗାଇଡ ମନୋରଞ୍ଜନ ଦାସ ଗାଇଡ କରିଛନ୍ତି। ତାଙ୍କ ସହିତ ପର୍ଯ୍ୟଟକମାନେ ଅଭୟାରଣ୍ୟର ବାଲିଆନାଳ ଫାଟକ ନିକଟରେ ପହଞ୍ଚିଛନ୍ତି। ପର୍ଯ୍ୟଟକ ପହଞ୍ଚିବା ପରେ ସେମାନଙ୍କୁ ବନବିଭାଗ ପକ୍ଷରୁ ପୁଷ୍ପଗୁଚ୍ଛ ଦେଇ ଚନ୍ଦନ ଲଗାଇ ଓ ମିଠା ଖୁଆଇ ସ୍ବାଗତ କରାଯାଇଛି।
ଏହି ସମୟରେ ବାଲେଶ୍ୱର ଏସିଏଫ ସୁଶ୍ରୀ ସସ୍ମିତା ଦାସ ଉପସ୍ଥିତ ଥିବା ବେଳେ ମୁଖ୍ୟ ଅତିଥି ଭାବେ ନୀଳଗିରି ଉପ-ଜିଲ୍ଲାପାଳ ମନ୍ଦରଧର ମହାଳିକ ଫିତା କାଟି ଗେଟ ଖୋଲିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ କୁଲଡିହା ରେଞ୍ଜର ଫରେଷ୍ଟର, ଫରେଷ୍ଟ ଗାର୍ଡ ଓ ସବୁଜବାହିନୀ ଉପସ୍ଥିତ ଥିଲେ। ଚଳିତବର୍ଷ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ବନ ବିଭାଗ ପକ୍ଷରୁ ଗୋହିରାଭୋଳଠାରେ ଥିବା ନେଚର୍ସ ପାର୍କକୁ ଅଧିକ ଆକର୍ଷଣୀୟ କରାଯାଇଛି। ରାତି ରହଣୀ ନିମନ୍ତେ ”ରିସିଆ ପ୍ରକୃତି ନିବାସ“ରେ ୯ଟି ତମ୍ବଘର, ପିଇବା ପାଣି, ଶୌଚାଳୟ ଏବଂ ଆଲୋକ ବ୍ୟବସ୍ଥା, ରୁଚିକର ଖାଦ୍ୟ ସହ ନେଚର୍ସ କ୍ୟାମ୍ପ ପାଖରେ ପର୍ଯ୍ୟଟକଙ୍କ ପାଇଁ ରିଷିୟା ଡ୍ୟାମରେ ବୋଟିଂର ଅନୁଭୂତି ପର୍ଯ୍ୟଟକମାନଙ୍କୁ ଅଧିକ ଆକର୍ଷିତ କରିଛି। ବଣ ପାହାଡ ଘେରା ୨୭୨.୭୫ ବର୍ଗ କି.ମି. ପରିବ୍ୟାପ୍ତ କୁଲଡିହା ଅଭୟାରଣ୍ୟର ଅପରୂପ ସୌନ୍ଦର୍ଯ୍ୟ ସହ ପର୍ଯ୍ୟଟକମାନେ ବୁଲିବା ସମୟରେ ୪ଟି କୃତ୍ରିମ ସଲ୍ଟପିଟ, ୫ଟି ୱାଚ ଟାୱାର ସହ ଅତି ନିକଟରୁ ଅଭୟାରଣ୍ୟ ପଶୁପକ୍ଷୀଙ୍କୁ ଦେଖିବାର ବେବସ୍ଥା ରହିଛି ।
ଭ୍ରମଣ ନିମନ୍ତେ ଅପରାହ୍ନ ୫ଟା ପର୍ଯ୍ୟନ୍ତ ସମୟ ର୍ନିଦ୍ଧାରିତ ହୋଇଛି। ଏଠାରେ ଜଣେ ବ୍ୟକ୍ତି ପାଇଁ ୪୦ଟଙ୍କା, କ୍ୟାମେରା ପାଇଁ ୫୦ଟଙ୍କା, ଚାରିଚକିଆ ଯାନ ପାଇଁ ୧୦୦ ଟଙ୍କା ଓ ନେଚର୍ସ କ୍ୟାମ୍ପରେ ରାତ୍ରିଯାପନ ପାଇଁ ୩ହଜାର ୮୫୪ ଟଙ୍କା ଧାର୍ଯ୍ୟ ସହ ଅନଲାଇନରେ ବୁକିଂ ଓ ୱେବ ସାଇଟ ଖୋଲାଯାଇଛି। ଅଭୟାରଣ୍ୟରେ ହାତୀ, ବାଘ, ଭାଲୁ, ସମ୍ବର, ହରିଣ, ଠେକୁଆ, ନୀଳଗାଇ, ବଜ୍ରକାପ୍ତା, ମୟୂର ଇତ୍ୟାଦି ବନ୍ୟପ୍ରାଣୀ ଓ ବିଭିନ୍ନ ପ୍ରଜାତିର ଦେଶୀ ଏବଂ ବିଦେଶୀ ପକ୍ଷୀ ୨୫୦ରୁ ଅଧିକ ସଂଖ୍ୟାରେ ଦେଖାଯାଆନ୍ତି। ଏଥିପାଇଁ ଓଡିଶା ତଥା ବଙ୍ଗୀୟ ପର୍ଯ୍ୟଟକ ଅଧିକ ଆକୃଷ୍ଟ ହୋଇଥାନ୍ତି। ଗତବର୍ଷ ରାଜସ୍ବ ତୁଳନାରେ ଚଳିତବର୍ଷ ଅଧିକ ରାଜସ୍ବ ଆୟ ହେବ ବୋଲି ବନ ବିଭାଗ ଆଶା ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?