ଅବସରପ୍ରାପ୍ତ ଅଗ୍ନିବୀରଙ୍କ ପାଇଁ ଖୁସିଖବର: ୧୦ ପ୍ରତିଶତ ସଂରକ୍ଷଣ ସାଙ୍ଗକୁ ୩ ବର୍ଷ

ଭୁବନେଶ୍ୱର,୪।୧୦: ଅବସରପ୍ରାପ୍ତ ଅଗ୍ନିବୀରଙ୍କ ନିଯୁକ୍ତି ନେଇ ରାଜ୍ୟ ସରକାରଙ୍କ ବିଜ୍ଞପ୍ତି ପ୍ରକାଶ ପାଇଛି। ୟୁନିଫର୍ମ ସେବାରେ ସଂରକ୍ଷଣ ଓ ବୟସସୀମାରେ କୋହଳ ସମ୍ପର୍କିତ ଏହି ବିଜ୍ଞପ୍ତରେ ଉଲ୍ଲେଖ ଅଛି। ଅଗ୍ନିବୀରଙ୍କ ପାଇଁ ୟୁନିଫର୍ମ ସେବାରେ ୧୦ ପ୍ରତିଶତ ସଂରକ୍ଷଣ ରହିବ। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଅଗ୍ନିବୀରଙ୍କ ପାଇଁ ୟୁନିଫର୍ମ ସେବାରେ ୧୦ ପ୍ରତିଶତ ସଂରକ୍ଷଣ ରହିବ । ସେହିପରି ଗ ଓ ଘ ବର୍ଗ ପଦବୀରେ ର୍ନିଦ୍ଧାରିତ ବୟସସୀମା ୩ ବର୍ଷ କୋହଳ କରାଯାଇଛି । ଅନ୍ୟପକ୍ଷରେ ଅବସରପ୍ରାପ୍ତ ଅଗ୍ନିବୀରଙ୍କୁ ଶାରିରୀକ ପରୀକ୍ଷାରୁ ଅବ୍ୟାହତି ମିଳିବ ।

ଏ ନେଇ ପୂର୍ବରୁ କ୍ୟାବିନେଟ ଅନୁମୋଦନ ଲାଭ କରିଛି । ଅଗ୍ନିବୀରଙ୍କ ପାଇଁ ରାଜ୍ୟରେ ରହିବ ୧୦% ସଂରକ୍ଷଣ ବ୍ୟବସ୍ଥା । ଏଥିପାଇଁ ଓ ଅବସରପ୍ରାପ୍ତ ଅଗ୍ନିବୀର(ୟୁନିଫର୍ମ ସେବାରେ ନିଯୁକ୍ତି) ନିୟମାବଳୀ-୨୦୨୪ ପ୍ରଣୟନ କରାଯିବ । ରାଜ୍ୟରେ ଯୁନିଫର୍ମ ସେବାରେ ପ୍ରତ୍ୟକ୍ଷ ନିଯୁକ୍ତି ଦ୍ବାରା ହେଉଥିବା ସମସ୍ତ ‘ ଗ’ ଓ ‘ଘ’ ପଦବୀରେ ଅବସରପ୍ରାପ୍ତ ଅଗ୍ନିବୀରଙ୍କ ପାଇଁ ୧୦ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ରହିବ ।

ଏହି ସଂରକ୍ଷଣ ଅବସରପ୍ରାପ୍ତ ସୈନିକଙ୍କ ପାଇଁ ଲାଗୁ ହେଉଥିବା ସଂରକ୍ଷଣ ସହିତ ଅତିରିକ୍ତ ଦଶ ପ୍ରତିଶତ ୧୦% ସଂରକ୍ଷଣ ରହିବ । ସେମାନଙ୍କ ପାଇଁ ନିର୍ଦ୍ଧାରିତ ବୟସ ସୀମାକୁ ୩ ବର୍ଷ କୋହଳ କରାଯିବ । ଅବସରସପ୍ରାପ୍ତ ଅଗ୍ନିବୀରଙ୍କୁ ଶାରୀରିକ ପରୀକ୍ଷା ଦେବାକୁ ପଡ଼ିବ ନାହିଁ ।

 

 


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

‘ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବାକୁ ସରକାରୀସ୍ତରରେ ଯୋଜନା ଚାଲିଛି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ଛାତ୍ର ସଂସଦ ନିର୍ବାଚନରେ ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ସରକାରୀ ସ୍ତରରେ ଯୋଜନା ଚାଲିଛି। ଭାଜପା ବିଧାୟକ, ମନ୍ତ୍ରୀ କଲେଜ ଅଧ୍ୟକ୍ଷ, ଅଧ୍ୟାପକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?