ସାହାରା ଜମାକାରୀଙ୍କ ପାଇଁ ଖୁସିଖବର: ଫେରସ୍ତ ରାଶି ସୀମା ୫୦ହଜାରକୁ ବୃଦ୍ଧି

ଭୁବନେଶ୍ୱର,୨୦ା୯(ଅନୁରାଧା ମହାରଣା):ସରକାର ସାହାରା ଗ୍ରୁପ୍‌ ସମବାୟ ସମିତିର କ୍ଷୁଦ୍ର ଜମାକାରୀଙ୍କୁ ଫେରସ୍ତ କରାଯିବାକୁ ଥିବା ଅର୍ଥ ରାଶିର ସୀମା ୧୦ହଜାର ଟଙ୍କାରୁ ୫୦ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି। ସମବାୟ ମନ୍ତ୍ରଣାଳୟର ଜଣେ ଅଧିକାରୀ ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି, ଫେରସ୍ତ ପରିମାଣର ସୀମା ୫୦ହଜାର ଟଙ୍କା ବୃଦ୍ଧି ସହିତ ଆସନ୍ତା ୧୦ ଦିନ ମଧ୍ୟରେ ପ୍ରାୟ ୧୦୦୦ କୋଟି ଟଙ୍କା ପ୍ରଦାନ କରାଯିବ। ବର୍ତ୍ତମାନ ପର୍ଯ୍ୟନ୍ତ ସାହାରା ରିଫଣ୍ଡ୍‌ ପୋର୍ଟାଲ ମାଧ୍ୟମରେ ସରକାର ସାହାରା ଗୋଷ୍ଠୀ ସମବାୟ ସମିତିର ୪.୨୯ ଲକ୍ଷରୁ ଅଧିକ ଜମାକାରୀଙ୍କୁ ୩୭୦ କୋଟି ଟଙ୍କା ପ୍ରଦାନ କରିଛନ୍ତି।

 

ସାହାରା ରିଫଣ୍ଡ୍‌ ପୋର୍ଟାଲ ମାଧ୍ୟମରେ ନିର୍ଦ୍ଧାରିତ ଜମାକାରୀଙ୍କୁ ସେମାନଙ୍କ ଟଙ୍କା ଫେରସ୍ତ କରାଯାଉଛି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ କେନ୍ଦ୍ର ସରକାର ସାହାରା ଗ୍ରୁପ୍‌ର ୪ଟି ବହୁ-ରାଜ୍ୟ ସମବାୟ ସମିତିର ପ୍ରକୃତ ଜମାକାରୀଙ୍କ ବୈଧ ଜମା ଫେରସ୍ତ ପାଇଁ ଦାବି ଦାଖଲ କରିବାକୁ ୨୦୨୩ ଜୁଲାଇ ୧୮ରେ ଏହି ପୋର୍ଟାଲ ଆରମ୍ଭ କରିଥିଲେ। ସେହିଭଳି ୨୦୨୩ ମାର୍ଚ୍ଚ ୨୯ରେ ସୁପ୍ରିମକୋର୍ଟ ଦେଇଥିବା ନିର୍ଦ୍ଦେଶ ଅନୁଯାୟୀ, ମେ ୧୯ରେ ସେବି-ସାହାରା ରିଫଣ୍ଡ୍‌ ଆକାଉଣ୍ଟରୁ ସେଣ୍ଟ୍ରାଲ ରେଜିଷ୍ଟ୍ରାର୍‌ ଅଫ୍‌ କୋଅପରେଟିଭ ସୋସାଇଟିଜ୍‌ (ସିଆର୍‌ସିଏସ୍‌)କୁ ୫ହଜାର କୋଟି ଟଙ୍କା ହସ୍ତାନ୍ତର କରାଯାଇଥିଲା। ସୁପ୍ରିମକୋର୍ଟର ବିଚାରପତି ଜଷ୍ଟିସ ଆର୍‌. ସୁଭାଷ ରେଡ୍ଡୀ ଡିଜିଟାଲ ମାଧ୍ୟମରେ ଟଙ୍କା ବଣ୍ଟନ ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri