ସାହାରା ଜମାକାରୀଙ୍କ ପାଇଁ ଖୁସିଖବର: ଫେରସ୍ତ ରାଶି ସୀମା ୫୦ହଜାରକୁ ବୃଦ୍ଧି

ଭୁବନେଶ୍ୱର,୨୦ା୯(ଅନୁରାଧା ମହାରଣା):ସରକାର ସାହାରା ଗ୍ରୁପ୍‌ ସମବାୟ ସମିତିର କ୍ଷୁଦ୍ର ଜମାକାରୀଙ୍କୁ ଫେରସ୍ତ କରାଯିବାକୁ ଥିବା ଅର୍ଥ ରାଶିର ସୀମା ୧୦ହଜାର ଟଙ୍କାରୁ ୫୦ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି। ସମବାୟ ମନ୍ତ୍ରଣାଳୟର ଜଣେ ଅଧିକାରୀ ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି, ଫେରସ୍ତ ପରିମାଣର ସୀମା ୫୦ହଜାର ଟଙ୍କା ବୃଦ୍ଧି ସହିତ ଆସନ୍ତା ୧୦ ଦିନ ମଧ୍ୟରେ ପ୍ରାୟ ୧୦୦୦ କୋଟି ଟଙ୍କା ପ୍ରଦାନ କରାଯିବ। ବର୍ତ୍ତମାନ ପର୍ଯ୍ୟନ୍ତ ସାହାରା ରିଫଣ୍ଡ୍‌ ପୋର୍ଟାଲ ମାଧ୍ୟମରେ ସରକାର ସାହାରା ଗୋଷ୍ଠୀ ସମବାୟ ସମିତିର ୪.୨୯ ଲକ୍ଷରୁ ଅଧିକ ଜମାକାରୀଙ୍କୁ ୩୭୦ କୋଟି ଟଙ୍କା ପ୍ରଦାନ କରିଛନ୍ତି।

 

ସାହାରା ରିଫଣ୍ଡ୍‌ ପୋର୍ଟାଲ ମାଧ୍ୟମରେ ନିର୍ଦ୍ଧାରିତ ଜମାକାରୀଙ୍କୁ ସେମାନଙ୍କ ଟଙ୍କା ଫେରସ୍ତ କରାଯାଉଛି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ କେନ୍ଦ୍ର ସରକାର ସାହାରା ଗ୍ରୁପ୍‌ର ୪ଟି ବହୁ-ରାଜ୍ୟ ସମବାୟ ସମିତିର ପ୍ରକୃତ ଜମାକାରୀଙ୍କ ବୈଧ ଜମା ଫେରସ୍ତ ପାଇଁ ଦାବି ଦାଖଲ କରିବାକୁ ୨୦୨୩ ଜୁଲାଇ ୧୮ରେ ଏହି ପୋର୍ଟାଲ ଆରମ୍ଭ କରିଥିଲେ। ସେହିଭଳି ୨୦୨୩ ମାର୍ଚ୍ଚ ୨୯ରେ ସୁପ୍ରିମକୋର୍ଟ ଦେଇଥିବା ନିର୍ଦ୍ଦେଶ ଅନୁଯାୟୀ, ମେ ୧୯ରେ ସେବି-ସାହାରା ରିଫଣ୍ଡ୍‌ ଆକାଉଣ୍ଟରୁ ସେଣ୍ଟ୍ରାଲ ରେଜିଷ୍ଟ୍ରାର୍‌ ଅଫ୍‌ କୋଅପରେଟିଭ ସୋସାଇଟିଜ୍‌ (ସିଆର୍‌ସିଏସ୍‌)କୁ ୫ହଜାର କୋଟି ଟଙ୍କା ହସ୍ତାନ୍ତର କରାଯାଇଥିଲା। ସୁପ୍ରିମକୋର୍ଟର ବିଚାରପତି ଜଷ୍ଟିସ ଆର୍‌. ସୁଭାଷ ରେଡ୍ଡୀ ଡିଜିଟାଲ ମାଧ୍ୟମରେ ଟଙ୍କା ବଣ୍ଟନ ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାଉଣ୍ଡକୁ ସେନା ପଠାଇଲା ଆମେରିକା, ଏବେ ଜୋରଦାର ହେବ ବିଶ୍ୱଯୁଦ୍ଧ! ବିଶ୍ୱରେ ଚହଳ

ଓ଼୍ବାଶିଂଟନ,୨୯।୩: ଇରାନ ସହିତ ଚାଲିଥିବା ସଂଘର୍ଷର ଏକ ମାସ ପୂରଣ ହେଉଥିବାରୁ, ଆମେରିକା ମଧ୍ୟପ୍ରାଚ୍ୟରେ ଏହାର ସାମରିକ ଉପସ୍ଥିତିକୁ ଆହୁରି ମଜବୁତ କରିଛି। ଆମେରିକାର କେନ୍ଦ୍ରୀୟ କମାଣ୍ଡ…

ଏପ୍ରିଲ ୩ ଯାଏ ଝଡ଼ବର୍ଷା: ୧୬ ଜିଲାକୁ ୟେଲୋ ଓ୍ୱାର୍ନିଂ

ଭୁବନେଶ୍ୱର,୨୯ା୩(ବନ୍ଦନା ସେଠୀ): ଏବେ ରାଜ୍ୟରେ ଦିନବେଳା ପ୍ରଚଣ୍ଡ ଖରା ଅନୁଭୂତ ହେଉଥିବାବେଳେ ଅପରାହ୍ନରୁ ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚୁଛି। ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଓ ବାୟୁ…

ଏସ୍‌ସିବି ପ୍ଲାଷ୍ଟିକ ସର୍ଜରି ବହିର୍ୱିଭାଗରେ ନିଅଁା

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲ ପିଛା ଛାଡ଼ୁନି ଅଗ୍ନିକାଣ୍ଡ। ଶନିବାର ପୁଣି ମେଡିକାଲରେ ଶଟ୍‌ସର୍କିଟରୁ ନିଅଁା ଲାଗିଛି। ଅପରାହ୍ନ ପ୍ରାୟ ୪ଟା ସମୟରେ ମେଡିକାଲର ପ୍ଲାଷ୍ଟିକ ସର୍ଜରି…

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri