Posted inଜାତୀୟ

ସାହାରା ଗ୍ରୁପ୍‌ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଖାତାକୁ ଆସିଲା ଟଙ୍କା

ନୂଆଦିଲ୍ଲୀ,୪ା୮: ସାହାରା ଗ୍ରୁପ୍‌ର ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର ଆସିଛି। ଦ୍ୱନ୍ଦ୍ୱ ଆଉ ଚିନ୍ତାରେ ପଡ଼ିଥିବା ଆକାଉଣ୍ଟଧାରୀମାନେ ସେମାନଙ୍କ ଟଙ୍କା ଆଜିଠାରୁ ଫେରି ପାଇବା ଆରମ୍ଭ କରିଛନ୍ତି। ଶୁକ୍ରବାର କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସେହି ନିବେଶକମାନଙ୍କୁ ଏକ ବଡ଼ ଉପହାର ଦେଇଛନ୍ତି। ଶାହା ଆଜି ଦିଲ୍ଲୀର ସାହାରା ରିଫଣ୍ଡ ପୋର୍ଟାଲ ମାଧ୍ୟମରେ ସାହାରା ଗ୍ରୁପର ସମବାୟ ସମିତିର ଜମାକାରୀଙ୍କ ଦାବି ପରିମାଣ ସ୍ଥାନାନ୍ତର କରିଛନ୍ତି। କେନ୍ଦ୍ର ମନ୍ତ୍ରୀ ପ୍ରତ୍ୟେକ ହିତାଧିକାରୀଙ୍କୁ ୧୦୦୦୦ ଟଙ୍କା ମୂଲ୍ୟର ପ୍ରଥମ କିସ୍ତି ହସ୍ତାନ୍ତର କରିଛନ୍ତି। ସେ କହିଛନ୍ତି, ବର୍ତ୍ତମାନ ପର୍ଯ୍ୟନ୍ତ ପୋର୍ଟାଲରେ ୧୮ ଲକ୍ଷ ଲୋକ ପଞ୍ଜୀକୃତ ହୋଇଛନ୍ତି। କେନ୍ଦ୍ରମନ୍ତ୍ରୀ ଅମିତ ଶାହା କହିଛନ୍ତି, ଆଜି ପ୍ରତ୍ୟେକ ୧୦୦୦୦ଟଙ୍କାର ପ୍ରଥମ କିସ୍ତି ୧୧୨ ହିତାଧିକାରୀଙ୍କୁ ହସ୍ତାନ୍ତର କରାଯାଇଛି।

ସୂଚନାଯୋଗ୍ୟ, ଜୁଲାଇ ୧୮ରେ ଶାହା ସାହାରା ଇଣ୍ଡିଆର ନିବେଶକଙ୍କ ନିକଟକୁ ଟଙ୍କା ଫେରସ୍ତ ପାଇଁ ନୂଆଦିଲ୍ଲୀରେ ସାହାରା ଇଣ୍ଡିଆ ପୋର୍ଟାଲ ଆରମ୍ଭ କରିଥିଲେ। ପୋର୍ଟାଲ ମାଧ୍ୟମରେ ସାହାରାର ସେହି ନିବେଶକମାନଙ୍କୁ ଟଙ୍କା ଫେରସ୍ତ କରାଯାଉଛି, ଯାହାର ନିବେଶ ଅବଧି ସମାପ୍ତ ହୋଇଛ। ପୋର୍ଟାଲରେ ସାହାରା ଇଣ୍ଡିଆର ନିବେଶକଙ୍କ ସମ୍ପୂର୍ଣ୍ଣ ବିବରଣୀ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri