କ୍ରୀଡାପ୍ରେମୀଙ୍କ ପାଇଁ ଖୁସି ଖବର, ଖୁବ୍‌ ଶୀଘ୍ର ଲୋକାର୍ପଣ ହେବ ବିଜୁ ପଟ୍ଟନାୟକ ବହୁମୁଖୀ କ୍ରୀଡା ଭବନ

ମାଲକାନଗିର,୫।୯ (ଦୁର୍ଯ୍ୟୋଧନ ପାତ୍ର) ମାଲକାନଗିରି ଜିଲା ସଦର ମହକୁମା ୩୨୬ ନଂ ଜାତୀୟ ରାଜପଥ କଡ ଗଣେଶ ବଜାର ସିନେମା ହଲ ଛକଠାରେ ନିର୍ମିତ ହେବ ବିଜୁ ପଟ୍ଟନାୟକ ବହୁମୁଖୀ କ୍ରୀଡା ଭବନ। ଲୋକାର୍ପଣ ପାଇଁ ସମସ୍ତ ପ୍ରସ୍ତୁତି ପ୍ରାୟତଃ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ା ମାଲକାନଗିରି ଜିଲା ସହ ପଡୋଶୀ ଜିଲାଗୁଡିକର କ୍ରୀଡାପ୍ରେମୀମାନେ ଏହି ଭବନର ଲୋକାର୍ପଣକୁ ଉତ୍ସାହର ସହ ଅପେକ୍ଷା କରିଛନ୍ତି। ୫କୋଟି ୭୩ଲକ୍ଷଟଙ୍କା ବ୍ୟୟରେ ନିର୍ମିତ ଏହି ଭବନକୁ ମୁଖ୍ୟମନ୍ତ୍ରୀ ଗତ ୧୬ ଡିସେମ୍ବର ୨୦୨୧ରେ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲୋ କିନ୍ତୁ ଅର୍ଥ ମଞ୍ଜୁରରେ ବିଳମ୍ବ ହେବାରୁ ଏହି କାର୍ଯ୍ୟ ୨୦୨୨ ଅଗଷ୍ଟ ମାସରେ ଆରମ୍ଭ ହୋଇଥିଲାା ଏହି ଭବନର କାର୍ଯ୍ୟ ବର୍ତମାନ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଜିଲ୍ଲାପାଳ ବିଶାଲ ସିଂ ରାସ୍ତା ଓ ଗୃହ ନିର୍ମାଣ ବିଭାଗ ନିର୍ବାହୀ ଯନ୍ତ୍ରୀ ନିହାର ରଂଜନ ବେହେରା, ସହକାରୀ ନିର୍ବାହୀ ଯନ୍ତ୍ରୀ ତପନ କୁମାର ମହାଲିକ ଏବଂ କନିଷ୍ଠ ଯନ୍ତ୍ରୀ ସାନ୍ତନୁ ବେହେରାଙ୍କ ତତ୍ତ୍ବାବଧାନରେ ଏହି କାର୍ଯ୍ୟକୁ ତରାନ୍ବିତ କରାଯାଇଛି। ଏହି ଭବନ ଲୋକାର୍ପିତ ହେବା ପରେ ଏଠାରେ ଖେଳ ପ୍ରତିଯୋଗିତା ଯଥା ବ୍ୟାଡମିଣ୍ଟନ, ଟେବୁଲ ଟେନିସ, କବାଡି, କ୍ୟାରମ ବୋର୍ଡ ଇତ୍ୟାଦି ପ୍ରତିଯୋଗିତା ଓ କ୍ରୀଡା ଅଭ୍ୟାସ କରା୍‌ଯିବ ା ଏଥିସହ ଏହି ଭବନରେ ବ୍ୟାୟାମ କକ୍ଷ ରହିଥିବାରୁ ଏଠାରେ ବିଭିନ୍ନ ପ୍ରକାର ବ୍ୟାୟାମ ଅଭ୍ୟାସ କରା ଯିବାର ବ୍ୟବସ୍ଥା ହୋଇଛିା ଏହା ଆଗାମୀ ଏକମାସ ମଧ୍ୟରେ ସମ୍ପୂର୍ଣ ହେବ ବୋଲି ବିଭାଗୀୟ ସୂତ୍ରରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର

ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ...

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ...

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ହଜାର ଟପିବ ନାହିଁ ଘରୋଇ ବିମାନ ଭଡ଼ା, କିଲୋମିଟର ଅନୁଯାୟୀ ପଡିବ…

ନୂଆଦିଲ୍ଲୀ,୬।୧୨: ଗତ ୫ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ଆଶାତିତ ବୃଦ୍ଧି ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri