Posted inଜାତୀୟ

କରଦାତାଙ୍କ ପାଇଁ ଖୁସି ଖବର: ପାନ୍‌ ୨.୦କୁ କ୍ୟାବିନେଟ୍‌ ମଞ୍ଜୁରୀ

ନୂଆଦିଲ୍ଲୀ,୨୬ା୧୧(ପି.ଟି.):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଆର୍ଥତ୍କ ବ୍ୟାପାର କ୍ୟାବିନେଟ୍‌ କମିଟି ଆୟକର ବିଭାଗର ସ୍ଥାୟୀ ଅକାଉଣ୍ଟ ନମ୍ବରର ଦ୍ୱିତୀୟ ପର୍ଯ୍ୟାୟ (ପାନ୍‌ ୨.୦) ପ୍ରକଳ୍ପକୁ ସୋମବାର ମଞ୍ଜୁରୀ ପ୍ରଦାନ କରିଛନ୍ତି। କରଦାତାମାନଙ୍କୁ ସହାୟତା ଲକ୍ଷ୍ୟରେ ଏହି ପଦକ୍ଷେପ ନିଆଯାଉଛି। ଏହି ପ୍ରକଳ୍ପ ପାଇଁ ୧,୪୩୫ କୋଟି ଟଙ୍କା ବ୍ୟୟ ହେବ। ସରକାରୀ ସଂସ୍ଥାଗୁଡ଼ିକର ସମସ୍ତ ଡିଜିଟାଲ ସିଷ୍ଟମ୍‌ ପାଇଁ ଏହି ପାନ୍‌ ‘ସାଧାରଣ ବ୍ୟବସାୟ ପରିଚୟକର୍ତ୍ତା’ ହେବ। ପାନ୍‌ ୨.୦ ପ୍ରୋଜେକ୍ଟ ଟିକସଦାତା ପଞ୍ଜୀକରଣ ସେବାର ପ୍ରଯୁକ୍ତିଚାଳିତ ପରିବର୍ତ୍ତନରେ ସହାୟକ ପାନ୍‌ ୨.୦କୁ ହେବା ସହ ଉନ୍ନତ ମାନର ତ୍ୱରିତ୍‌ ସେବା ମିଳିପାରିବ।

ଏହା ସତ୍ୟ ଓ ତଥ୍ୟ ସ୍ଥିରତାର ଏକକ ଉତ୍ସ ହେବା ସହ ପରିବେଶ ଏବଂ ମୂଲ୍ୟ ଅନୁକୂଳ ହେବ। ବର୍ତ୍ତମାନ ପ୍ରଚଳିତ ପାନ୍‌/ଟାନ୍‌ ୧.୦ ତୁଳନାରେ ଏହା ଉନ୍ନତ ମାନର ହୋଇଥିବାରୁ କରଦାତାମାନଙ୍କ ପାଇଁ ପ୍ରୋସେସିଂ ସମୟ କମ୍‌ ଲାଗିବା ସହ ସୁରକ୍ଷାଗତ ଦୃଷ୍ଟିରୁ ଉନ୍ନତ ଏବଂ ସରକାରୀ ସେବା ଉପଲବ୍ଧ କରିବା ପାଇଁ ସରଳ ହେବ। ଏଥିରେ କ୍ୟୁଆର୍‌ କୋଡ୍‌ ରହିବ। ନୂଆ ପାନ୍‌ କାର୍ଡ ପାଇବା ପାଇଁ ପୁନର୍ବାର ଆବେଦନ କରିବାକୁ ପଡ଼ିବ ନାହିଁ। ବର୍ତ୍ତମାନର କାର୍ଡ ବୈଧ ରହିବ ବୋଲି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଶାନଙ୍କ ବିସ୍ଫୋରକ ଶତକ: ୪-୧ରେ ଭାରତର ସିରିଜ ବିଜୟ

ଥିରୁଭାନନ୍ତପୁରମ,୩୧ା୧- ଇଶାନ କିଶନଙ୍କ ବିସ୍ଫୋରକ ଶତକ ଓ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ଦ୍ରୁତ ୧୩୭ ରନର ଭାଗୀଦାରି ଏବଂ ଅର୍ଶଦୀପଙ୍କ ୫ ଉଇକେଟ ସଫଳତାକୁ ପାଥେୟ କରି…

ଖାଦ୍ୟ ପରିବେଷଣରେ ବିଳମ୍ବ ହେବାରୁ ସଂଘର୍ଷ: ଗଡ଼ିଲା ୨ ମୁଣ୍ଡ

ଗାଜିଆବାଦ,୩୧ା୧: ଗାଜିଆବାଦର ଏକ ଭୋଜନାଳୟରେ ଖାଦ୍ୟ ପରିବେଷଣରେ ବିଳମ୍ବକୁ ନେଇ ବିବାଦ ଦେଖାଦେବା ସହ ଛୁରାମାଡ଼ରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ଜଣେ ଗୁରୁତର…

ଦାଦନ ସାଜିଲା କାଳ: କେରଳରୁ ଫେରିବା ବେଳେ ଯୁବକ ନିଖୋଜ, ମୁକ୍ତି ପାଇଁ ମଗାଯାଉଛି ଟଙ୍କା,ଶୁଖୁ ନାହିଁ…

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଆଉ ପରିବାର ପ୍ରତିପୋଷଣର ଚିନ୍ତା ଜଣେ ଗରିବ ଯୁବକଙ୍କୁ ସୁଦୂର କେରଳକୁ ଟାଣି ନେଇଥିଲା। କିନ୍ତୁ ସେହି…

କାଉନ୍‌ସିଲରଙ୍କ ଘରୁ ଲୁଟ୍‌: ବର୍ଷକର ଝିଅ ବେକରେ ଛୁରୀ ଲଗାଇ ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ, ଭୟରେ…

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ବର୍ଷକର ଝିଅ ବେକରେ ଛୁରୀ ଲଗାଇଲେ। ପରେ ମା’ଙ୍କୁ କାବୁ କରି ଘରୁ ସୁନା ଲୁଟିନେଲେ ଦୁଇ ଦୁର୍ବୃତ୍ତ। ଏଭଳି ଘଟଣା ଘଟିଛି…

ସୁଧୁରୁନି ପାକିସ୍ତାନ! ଜମ୍ମୁ-କଶ୍ମୀରର ଅନ୍ତର୍ଜାତୀୟ ସୀମାରେଖା ନିକଟରେ ଉଡିଲା ସନ୍ଦିଗ୍ଧ ଡ୍ରୋନ୍‌, ସକ୍ରିୟ ହେଲା… 

ଶ୍ରୀନଗର,୩୧।୧: ସୁଧୁରୁନି ପାକିସ୍ତାନ। ପୁଣି ଜମ୍ମୁ-କଶ୍ମୀରର ଅନ୍ତର୍ଜାତୀୟ ସୀମାରେଖା ନିକଟରେ ଉଡ଼ିଲା ସନ୍ଦିଗ୍ଧ ପାକିସ୍ତାନୀ ଡ୍ରୋନ୍‌। ଏହାକୁ ନେଇ ଭାରତୀୟ ସୁରକ୍ଷାବାହିନୀ ସକ୍ରିୟ ହୋଇପଡ଼ିଥିଲା। ସୁରକ୍ଷାକର୍ମୀମାନେ ସର୍ଚ୍ଚ…

ମହାରାଷ୍ଟ୍ରର ପ୍ରଥମ ମହିଳା ଉପ ମୁଖ୍ୟମନ୍ତ୍ରୀଙ୍କ ଶିକ୍ଷାଗତ ଯୋଗ୍ୟତା କେତେ? ଭାଙ୍ଗିଲେ ଦଶନ୍ଧିର ଇତିହାସ

ମୁମ୍ବାଇ,୩୧।୧: ମହାରାଷ୍ଟ୍ରର ରାଜନୈତିକ ଦୃଶ୍ୟପଟ ଏକ ପରିବର୍ତ୍ତନ ଆଣିଛି। ପ୍ରଥମ ଥର ପାଇଁ, ରାଜ୍ୟ ଜଣେ ମହିଳା ଉପମୁଖ୍ୟମନ୍ତ୍ରୀଙ୍କୁ ପାଇଛି। ଅଜିତ ପାୱାରଙ୍କ ପଛରେ ଏକ ଦୃଢ଼…

ହୁକ ପକାଇ ଅବାଧରେ ବିଦ୍ୟୁତ୍‌ ଚୋରି, ବିଭାଗ ଜାଣି ଅଜଣା

ଗଞ୍ଜାମ,୩୧ା୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଅବାଧରେ ବିଦ୍ୟୁତ୍‌ ଚୋରି ହେଉଥିଲେ ମଧ୍ୟ ଜାଣି ଅଜଣା ରହୁଛି ବିଦ୍ୟୁତ୍‌ ବିଭାଗ। ଗଞ୍ଜାମ ସହର ସାନ…

ଇତିହାସ ରଚିଲେ Sunetra Pawar, ମହାରାଷ୍ଟ୍ରର ପ୍ରଥମ ମହିଳା ଉପ ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ

ମୁମ୍ବାଇ,୩୧।୧: ଶନିବାର ରାଜ୍ୟ ସଭା ଏମପି ପଦରୁ ଇସ୍ତଫା ଦେଇ ସ୍ବର୍ଗତ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ମହାରାଷ୍ଟ୍ରର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri