ଜିଲା ପାଇଁ ଖୁସିଖବର: ରେଳବାଇ ନେଲା ବଡ଼ ନିଷ୍ପତ୍ତି, ଏଣିକି ଏତିକି ଦିନ ଚାଲିବ ଅମୃତ ଭାରତ ଏକ୍ସପ୍ରେସ

କେସିଙ୍ଗା,୧୭।୧୧(ତୁମେଶ୍ୱର ସାହୁ):ଜନସାଧାରଣଙ୍କ ଚାହିଦାକୁ ଦୃଷ୍ଟିରେ ରଖି ଏବଂ ଯାତ୍ରୀ ସୁବିଧା ବୃଦ୍ଧି କରିବା ପାଇଁ ରେଳ ମନ୍ତ୍ରଣାଳୟ ପକ୍ଷରୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଭାରତୀୟ ରେଳବାଇ ଟ୍ରେନ ନମ୍ବର ୧୯୦୨୧-୧୯୦୨୨ ଉଧନା- ବ୍ରହ୍ମପୁର , ବ୍ରହ୍ମପୁର-ଉଧନା ଅମୃତ ଭାରତ ଏକ୍ସପ୍ରେସର ଚଳାଚଳ ସଂଖ୍ୟା ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛି। ଫଳରେ ଉକ୍ତ ଟ୍ରେନ୍‌ଟି ସପ୍ତାହକୁ ଗୋଟିଏ ଦିନ ପରିବର୍ତ୍ତେ ତିନି ଦିନ ଚଳାଚଳ କରିବ। ଏହି ପଦକ୍ଷେପ ଯୋଗାଯୋଗ ବ୍ୟବସ୍ଥାକୁ ଆହୁରି ସୁଦୃଢ କରିବା ସହିତ ଯାତ୍ରୀମାନଙ୍କୁ ଉନ୍ନତ ଯାତ୍ରା ସୁବିଧା ପ୍ରଦାନ କରିବା ପାଇଁ ରେଳମନ୍ତ୍ରୀଙ୍କ ପ୍ରତିବଦ୍ଧତାକୁ ପ୍ରକାଶ କରୁଛି।

ଟ୍ରେନ୍‌ ନମ୍ବର ୧୯୦୨୧ ଉଧନା-ବ୍ରହ୍ମପୁର ଅମୃତ ଭାରତ ଏକ୍ସପ୍ରେସ, ଯାହା ପୂର୍ବରୁ କେବଳ ରବିବାର ଚାଲୁଥିଲା, ଏବେ ୧୯ ନଭେମ୍ବର ୨୦୨୫ ଠାରୁ ସପ୍ତାହରେ ତିନି ଦିନ – ରବିବାର, ବୁଧବାର ଏବଂ ଶୁକ୍ରବାର ଚାଲିବ।

ସେହିପରି, ଟ୍ରେନ ନମ୍ବର ୧୯୦୨୨ ବ୍ରହ୍ମପୁର-ଉଧନା ଅମୃତ ଭାରତ ଏକ୍ସପ୍ରେସ, ଯାହା ପୂର୍ବରୁ କେବଳ ସୋମବାରରେ ଚଳାଚଳ କରୁଥିଲା, ଏବେ ୨୦ ନଭେମ୍ବର ୨୦୨୫ ଠାରୁ ସପ୍ତାହରେ ତିନି ଦିନ – ସୋମବାର, ଗୁରୁବାର ଏବଂ ଶନିବାର – ଚଳାଚଳ କରିବ। ବର୍ତ୍ତମାନର ଅମୃତ ଭାରତ ଏକ୍ସପ୍ରେସର ସମୟ, ରହଣି ସ୍ଥାନ କିମ୍ବା କୋଚ ଗଠନରେ କୌଣସି ପରିବର୍ତ୍ତନ ହୋଇନାହିଁ। ଏହି ସମ୍ପର୍କରେ ଜାରି କରାଯାଇଥିବା ସମସ୍ତ ପୂର୍ବ ନିର୍ଦ୍ଦେଶ ଅପରିବର୍ତ୍ତିତ ରହିଛି। ଏହି ଟ୍ରେନ ବିଜୟନଗର ଦେଇ ରାୟଗଡା, ମୁନିଗୁଡା କେସିଙ୍ଗା ଦେଇ ଟିଟିଲାଗଡ଼ ,ରାୟପୁର ଦେଇ ଉଧନା ଅଭିମୁଖେ ୩ ଦିନ ଚାଲିବ ।

ଯାତ୍ରୀମାନଙ୍କୁ ଅନୁରୋଧ କରାଯାଇଛି ଯେ ସେମାନେ ସଂଶୋଧିତ ଚଳାଚଳ ଉପରେ ଧ୍ୟାନ ଦିଅନ୍ତୁ ଏବଂ ସେହି ଅନୁସାରେ ସେମାନଙ୍କର ଯାତ୍ରା ଯୋଜନା କରନ୍ତୁ। ଏହି ଖବର ଜାଣିବା ପରେ କଳାହାଣ୍ଡି ଜିଲା ରେଳ ଯାତ୍ରୀର ସଭାପତି ସୁବାସ ଜୈନ, ସାଧାରଣ ସମ୍ପାଦକ ଡମ୍ବରୁ ଧର ଭୋଇ,ସଦସ୍ୟ ତୁମେଶ୍ୱର ସାହୁଙ୍କ ସମେତ ସଂଘର ସମସ୍ତ କର୍ମକର୍ତ୍ତା ଡି ଆର ଏମ ସମ୍ବଲପୁରକୁ ଧନ୍ୟବାଦ ଜଣାଇଛନ୍ତି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସଫଳତାର ସହ ଭଞ୍ଜନଗର ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟରେ ଶିକ୍ଷଣ ସାମଗ୍ରୀ ପ୍ରଦର୍ଶନୀ ଉଦଯାପିତ

ଭଞ୍ଜନଗର, ୧୦/୩ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରସିଦ୍ଧ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟରେ ଦୁଇଦିନ ଧରି ଚାଲିଥିବା ଶିକ୍ଷଣ ସାମଗ୍ରୀ…

ଶିକ୍ଷକ ଅଭାବରୁ ଭୁଶୁଡ଼ିଛି ଶିକ୍ଷା ବ୍ୟବସ୍ଥା: ପରୀକ୍ଷା ବର୍ଜନ କରି ବିରିକୋଟ ବିଦ୍ୟାଳୟରେ ତାଲା ପକାଇଲେ ଶତାଧିକ ଅଭିଭାବକ

ଥୁଆମୂଳ ରାମପୁର, ୧୦ା୩ (ଦୁର୍ଗା କୀର୍ତ୍ତି): ସରକାରଙ୍କ “ସଭିଏଁ ପଢନ୍ତୁ, ସଭିଏଁ ବଢନ୍ତୁ” ନାରା ଏବେ କଳାହାଣ୍ଡି ଜିଲାରେ ପ୍ରହସନ ପାଲଟିଛି। ଶିକ୍ଷା ବ୍ୟବସ୍ଥାର ଚରମ ଅବହେଳାକୁ…

ଧରିତ୍ରୀ ପ୍ରଭାବ: ଓ୍ବାର୍ଡ ମେମ୍ବର ଉଆଁସୀଙ୍କ ଘରେ ପହଞ୍ଚିଲା ବ୍ଲକ ପ୍ରଶାସନ, ତ୍ୱରିତ କାର୍ଯ୍ୟାନୁଷ୍ଠାନ ପରେ…

ଥୁଆମୂଳ ରାମପୁର, ୧୦।୩ (ଦୁର୍ଗା କୀର୍ତ୍ତି): ଗଣମାଧ୍ୟମର ଶକ୍ତି ଏବଂ ସାମାଜିକ ଦାୟିତ୍ୱବୋଧର ଆଉ ଏକ ବଡ଼ ଉଦାହରଣ ଦେଖିବାକୁ ମିଳିଛି। ’ଧରିତ୍ରୀ’ ସମେତ ବିଭିନ୍ନ ଦୈନିକ…

ଦିଗପହଣ୍ଡି ବ୍ଲକ ଶିକ୍ଷାଧିକାରୀଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା: ଗୁଣାତ୍ମକ ଶିକ୍ଷାଦାନର ଅଭିବୃଦ୍ଧି…                

ଦିଗପହଣ୍ଡି,୧୦। ୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭାରପ୍ରାପ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ସନ୍ତୋଷ କୁମାର ମହାପାତ୍ରଙ୍କୁ ମଙ୍ଗଳବାର ଅଖିଳ ଭାରତୀୟ ପ୍ରାଥମିକ ଶିକ୍ଷକ ମହାସଂଘ…

ବାଇକ୍‌ରେ କରୁଥିଲେ ଗଞ୍ଜେଇ ଚାଲାଣ: ଯୁବକଙ୍କୁ ମାଡ଼ି ବସିଲା ଦିଗପହଣ୍ଡି ଅବକାରୀ ବିଭାଗ, ଖାନତଲାସି ପରେ…

ଦିଗପହଣ୍ଡି, ୧୦।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଅବକାରୀ ବିଭାଗ ପକ୍ଷରୁ ଏକ ବଡ଼ ଧରଣର ସଫଳତା ମିଳିଛି। ମଙ୍ଗଳବାର ପୂର୍ବାହ୍ନ ପ୍ରାୟ…

ବିଜେଡିକୁ ଶକ୍ତ ଝଟ୍‌କା, ଦଳ ଛାଡିଲେ ବଡ଼ ନେତା

ଭୁବନେଶ୍ୱର,୧୦।୩: ବିଜେଡିକୁ ଶକ୍ତ ଝଟ୍‌କା। ଦଳରୁ ଇସ୍ତଫା ଦେଲେ ବାଲେଶ୍ୱରର ପୂର୍ୱତନ ଏମପି ରବୀନ୍ଦ୍ର ଜେନା । ବାଲେଶ୍ୱରର ପୂର୍ୱତନ ଏମପି ରବୀନ୍ଦ୍ର ଜେନା ବିଜୁ ଜନତା…

ବାଇକ୍‌ରେ ସାଙ୍ଗଙ୍କ ସହ ଘରକୁ ଫେରୁଥିଲେ: ଦୁର୍ଘଟଣାରେ ଚାଲିଗଲା ସାଗରଙ୍କ ଜୀବନ, ଉତ୍ତେଜନା ପରେ…

ଭଞ୍ଜନଗର, ୧୦।୩ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ସାହାଣପଲ୍ଲୀ ଛକ ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି…

ମାଥ୍ୟୁ ହେଡେନଙ୍କୁ ମିଳିଲା ଗୁରୁଦାୟିତ୍ୱ

ଅହମଦାବାଦ,୧୦ା୩: ଅଷ୍ଟ୍ରେଲିଆର ପୂର୍ବତନ ଓପନର ମାଥ୍ୟୁ ହେଡେନଙ୍କୁ ମଙ୍ଗଳବାର ଆଗାମୀ ଆଇପିଏଲ୍‌ ସିଜନ ଲାଗି ଗୁଜରାଟ ଟାଇଟନ୍ସ ପକ୍ଷରୁ ବ୍ୟାଟିଂ କୋଚ୍‌ ଭାବେ ନିଯୁକ୍ତ କରାଯାଇଛି। ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri