Posted inଖେଳ

ସେମିଫାଇନାଲ ପୂର୍ବରୁ ଭାରତୀୟ ଦଳ ପାଇଁ ଖୁସି ଖବର

ଆଡିଲେଡ,୯।୧୧: ଟି-୨୦ ବିଶ୍ୱକପ୍‌ ସେମିଫାଇନାଲ ପୂର୍ବରୁ ଭାରତୀୟ ଦଳକୁ ଏକ ଖୁସି ଖବର ମିଳିଛି। ଇଂଲଣ୍ଡ ବିପକ୍ଷ ମ୍ୟାଚ ପୂର୍ବରୁ ଭାରତୀୟ ଅଧିନାୟକ ରୋହିତ ଶର୍ମା ସମ୍ପୂର୍ଣ୍ଣ ଫିଟ ହୋଇଯାଇଛନ୍ତି। ନଭେମ୍ବର ୨ ଆଡିଲେଡରେ ଅଭ୍ୟାସ ଅଧିବେଶନରେ ତାଙ୍କ ଡାହାଣ ହାତରେ ଆଘାତ ଲାଗିଥିଲା। ସେ ସେମିଫାଇନାଲ ଖେଳିବା ସନ୍ଦେହ ଥିଲା। ମ୍ୟାଚ୍‌ର ଗୋଟିଏ ଦିନ ପୂର୍ବରୁ ବୁଧବାର ରୋହିତ କହିଛନ୍ତି, ସେ ସମ୍ପୂର୍ଣ୍ଣ ଫିଟ ଅଛନ୍ତି। ସେ ଆହତ ହୋଇଥିଲେ, କିନ୍ତୁ ବର୍ତ୍ତମାନ ସେ ଭଲ ଅଛନ୍ତି। ନକଆଉଟ ମ୍ୟାଚ ଗୁରୁତ୍ୱପୂର୍ଣ୍ଣ। ଏହି ମ୍ୟାଚଗୁଡ଼ିକରେ ଭଲ ପ୍ରଦର୍ଶନ କରିବା ଜରୁରୀ। ଆସନ୍ତାକାଲି ଫଳାଫଳ ପାଇବା ପାଇଁ ଆମକୁ ଭଲ ଖେଳିବାକୁ ପଡିବ। ଯଦି ଆପଣ ନକଆଉଟ ମ୍ୟାଚରେ ଭଲ କରନ୍ତି, ଏହା ଆତ୍ମବିଶ୍ୱାସ ଦେଇଥାଏ ବୋଲି ରୋହିତ କହିଛନ୍ତି।
ଏହି ସମୟରେ ରୋହିତ ସୂର୍ଯ୍ୟକୁମାର ଯାଦବଙ୍କୁ  ପ୍ରଶଂସା କରିଥିଲେ। ସୁର୍ଯ୍ୟକୁମାର ଯାଦବ ଦାୟିତ୍ୱକୁ ଭଲ ଭାବେ ଗ୍ରହଣ କରିଛନ୍ତି। ସେ ବହୁତ ପରିପକ୍ୱତା ଦେଖାଇଛନ୍ତି ଏବଂ ଏହା ତାଙ୍କ ସହିତ ବ୍ୟାଟିଂ କରୁଥିବା ଅନ୍ୟ ଖେଳାଳିଙ୍କୁ ପ୍ରଭାବିତ କରିଥାଏ। ସେ ଛୋଟ ପଡ଼ିଆରେ ନୁହେଁ ବଡ ପଡିଆରେ ଖେଳିବାକୁ ପସନ୍ଦ କରନ୍ତି। ସେହିପରି ଅକ୍ଷର ପଟେଲଙ୍କ ଫର୍ମ ଉପରେ ରୋହିତ କହିଛନ୍ତି, ମୁଁ ଅକ୍ଷର ବିଷୟରେ ଚିନ୍ତିତ ନୁହେଁ। ସେ ଅନେକ ଓଭର ବୋଲିଂ କରିନାହାଁନ୍ତି। ସିଡନୀକୁ ବାଦ ଦେଇ ଅନେକ ଗ୍ରାଉଣ୍ଡ ଦ୍ରୁତ ବୋଲରଙ୍କୁ ସାହାଯ୍ୟ କରିଛି। ଖେଳାଳିମାନଙ୍କର ଏକ ଖରାପ ଟୁର୍ନାମେଣ୍ଟ ହୋଇପାରେ, କିନ୍ତୁ ଏହାର ଅର୍ଥ ନୁହେଁ ଯେ ସେ ଭଲ ବୋଲିଂ କରୁନାହାଁନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

ପେଟ୍ରୋଲ ଦରକୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଲିଟର ପ୍ରତି ୧୦୦ ଟଙ୍କା….

ଇସଲାମାବାଦ,୧୩।୯: ମହଙ୍ଗା ଇନ୍ଧନ ଦରରୁ ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ଦେବାକୁ ପାକିସ୍ତାନ ସରକାର ଏକ ବଡ଼ ରିଲିଫ୍‌ ଯୋଜନା ଘୋଷଣା କରିଛି। ରବିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ…

ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଏନସିଏସ୍‌କେର ଉପାଧ୍ୟକ୍ଷ, ସଫେଇ କର୍ମଚାରୀଙ୍କ ସହ କଲେ ଆଲୋଚନା

ଜୁନାଗଡ଼,୧୩।୯(ଅଂଶୁମାନ ଯୋଶୀ): ଜାତୀୟ ସଫେଇ କର୍ମଚାରୀ ଆୟୋଗ(ଏନସିଏସକେ) ଉପାଧ୍ୟକ୍ଷ କୈଶବ ବିହାରୀ ରବିବାର ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ସ୍ବସ୍ଥ୍ୟକେନ୍ଦ୍ରର ବିଭିନ୍ନ…

ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ…

କଟକରେ ମହିଳାଙ୍କୁ ହତ୍ୟା; ବନ୍ଦ ଘର ଭିତରେ ପଥର ଛେଚି….

କଟକ,୧୩।୯(ପ୍ରଭୁକଲ୍ୟାଣ ପାଲ୍): କଟକ ସିଡିଏ ସେକ୍ଟର ୧୩ ନମ୍ବରରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ଫେଜ ୨ ଥାନା ଅନ୍ତର୍ଗତ କାଠଯୋଡ଼ି ନଦୀ କୂଳ ବସ୍ତିରେ ମହିଳାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?