Posted inଖେଳ

ଟି -୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳ ପାଇଁ ଖୁସି ଖବର

ୟୁଏଇ,୨୯।୯: ଟି -୨୦ ବିଶ୍ୱକପ ୨୦୨୧ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଏକ ବଡ଼ ଖୁସି ଖବର ମିଳିଛି। ଭାରତୀୟ ଦଳର ସବୁଠୁ ବଡ ମ୍ୟାଚ ବିଜେତା କେବଳ ଫର୍ମକୁ ଫେରି ନାହାଁନ୍ତି, ନିଜେ ଦଳକୁ ମ୍ୟାଚ ମଧ୍ୟ ଜିତାଇଛନ୍ତି। ଟି -୨୦ ବିଶ୍ୱକପ ୨୦୨୧ରେ ବହୁତ କମ ସମୟ ବାକି ଅଛି। ୧୭ ଅକ୍ଟୋବରରୁ ଟି -୨୦ ବିଶ୍ୱକପ ଆରମ୍ଭ ହେବ । ଟିମ ଇଣ୍ଡିଆର ତାରକା ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଫର୍ମକୁ ଫେରିଛନ୍ତି। ମଙ୍ଗଳବାର ହାର୍ଦ୍ଦିକ ପାଣ୍ଡ୍ୟା ନିଜେ ମୁମ୍ବାଇ ଇଣ୍ଡିଆନ୍ସକୁ ପଞ୍ଜାବ କିଙ୍ଗସ ବିରୋଧରେ ଜିତାଇଛନ୍ତି।
ମୁମ୍ବାଇ ଇଣ୍ଡିଆନ ଅଧିନାୟକ ରୋହିତ ଶର୍ମା ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ପ୍ରଥମେ ବ୍ୟାଟିଂ କରି ପଞ୍ଜାବ କିଙ୍ଗସ ୨୦ ଓଭରରେ ୬ ଉଇକେଟ୍‌ ହରାଇ ୧୩୫ ରନ କରିଥିଲେ। ଟାର୍ଗେଟକୁ ପିଛା କରି ମୁମ୍ବାଇ ଇଣ୍ଡିଆନ୍ସ ଦଳ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଚାରି ଚୌକା ଓ ଦୁଇଟି ଛକା ସହାୟତାରେ ୩୦ ବଲରୁ ଅପରାଜିତ ୪୦ ରନ ଆଧାରରେ ୧୯ ଓଭରରେ ୧୩୭ ସ୍କୋର କରି ମ୍ୟାଚ ଜିତିଥିଲେ।
ଟି -୨୦ ବିଶ୍ୱକପରେ ହାର୍ଦ୍ଦିକ ପାଣ୍ଡ୍ୟା ଭାରତର ସବୁଠୁ ବଡ ମ୍ୟାଚ ବିଜେତା ବୋଲି ପ୍ରମାଣ ହୋଇଛନ୍ତି। ଟି-୨୦ ବିଶ୍ୱକପ ୨୦୨୧ ରେ ହାର୍ଦ୍ଦିକ ପାଣ୍ଡ୍ୟା ଏକ ବଡ଼ ଭୂମିକା ଗ୍ରହଣ କରିବେ। ତାଙ୍କ ଫର୍ମକୁ ନେଇ ଦଳ ଚିନ୍ତିତ ଥିଲା କିନ୍ତୁ ସେ ଫର୍ମକୁ ଫେରିଥିବାରୁ ଦଳ ପାଇଁ ଖୁସିଖବର ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ମିଳିବନି ବ୍ରାଣ୍ଡେଡ କମ୍ପାନୀର ପିଜା-ବର୍ଗର! McDonald’s ସମତେ ୭ ଫୁଡ ଆଉଟଲେଟର ଲାଇସେନ୍ସ ରଦ୍ଦ

ମୁମ୍ବାଇ,୨୨।୮: ଖାଦ୍ୟ ସୁରକ୍ଷା ଏବଂ ପରିଷ୍କାର ପରିଚ୍ଛନ୍ନତା ମାନଦଣ୍ଡର ଉଲ୍ଲଂଘନ ଅଭିଯୋଗରେ ମହାରାଷ୍ଟ୍ର ଖାଦ୍ୟ ଏବଂ ଔଷଧ ପ୍ରଶାସନ (FDA) ରାଜ୍ୟବ୍ୟାପୀ ୧୩ଟି ଖାଦ୍ୟ ଦୋକାନର ଲାଇସେନ୍ସକୁ…

କେନ୍ଦ୍ରମନ୍ତ୍ରୀଙ୍କ ବଡ଼ ଘୋଷଣା: ଦେଶର ମେଗା ପୋର୍ଟ ହେବ ପାରାଦୀପ

ପାରାଦୀପ, ୨୨।୮(ଶରତ ରାଉତ):କେନ୍ଦ୍ର ସରକାରଙ୍କ ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରଣାଳୟ ବିଭାଗ ମନ୍ତ୍ରୀ ସର୍ବାନନ୍ଦ ସୋନୱାଲ ଶୁକ୍ରବାର ପାରାଦୀପ ଗସ୍ତ କରିଥିଲେ। ଏହି ଅବସରରେ…

ଷ୍ଟେଜ ଉପରେ କାହିଁକି ହଠାତ ନାଚିଲେ ଟ୍ରମ୍ପ? ସାମ୍ନାକୁ ଆସିଲା ଭିଡ଼ିଓ

ଓ୍ବାଶିଂଟନ,୨୨।୮: ଦକ୍ଷିଣ କାରୋଲିନାର ପ୍ରସିଦ୍ଧ ରିସର୍ଟ ସହର ମର୍ଟଲ ବିଚରେ ଏକ କାର୍ଯ୍ୟକ୍ରମରେ ଡୋନାଲ୍ଡ ଟ୍ରମ୍ପ ନାଚିଥିବାର ଦେଖାଯାଇଥିଲା। ଏହି କାର୍ଯ୍ୟକ୍ରମ ଶୁକ୍ରବାର ରାତିରେ ଅନୁଷ୍ଠିତ ହୋଇଥିଲା…

ଚିନି ଦାମ ବୃଦ୍ଧି ପାଇଁ ଇଥାନଲ ଦାୟୀ ନୁହେଁ; ତେବେ, କିଏ କଲା ମୂଲ୍ୟ ବୃଦ୍ଧି? ନାମ ପ୍ରକାଶ କଲେ ସରକାର

ନୂଆଦିଲ୍ଲୀ,୨୨।୮: ସାରା ଦେଶରେ ଚିନି ମୂଲ୍ୟରେ ଦ୍ରୁତ ବୃଦ୍ଧି ମଧ୍ୟରେ, ସରକାର ଶୁକ୍ରବାର ଏହି ଦାବିକୁ ଖାରଜ କରି ଦେଇଛନ୍ତି ଯେ ଇଥାନଲ ପାଇଁ ଚିନିର ମୂଲ୍ୟ…

୨୨ ଅଗଷ୍ଟରୁ ସକ୍ରିୟ ହେବ ବୁଧ-କେତୁଙ୍କ ‘ଜଡତ୍ୱ ଯୋଗ’: ଏହି ୪ ରାଶି ଉପରେ ପଡ଼ିବ ନକାରାତ୍ମକ ପ୍ରଭାବ!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହଙ୍କ ଚଳନ ବା ‘ଗୋଚର’କୁ ବେଶ ଗୁରୁତ୍ୱ ଦିଆଯାଏ। ଗ୍ରହମାନଙ୍କ ସ୍ଥିତିରେ ପରିବର୍ତ୍ତନ ହେଲେ ଏହାର ପ୍ରଭାବ ବିଭିନ୍ନ ରାଶି ଉପରେ ପଡ଼ିଥାଏ ବୋଲି…

ଦେବୋତ୍ତର ଜମିରେ ହେବ ଧାନବିକ୍ରି ପଞ୍ଜୀକରଣ: ସେବାୟତଙ୍କ ଧାରଣା ପରେ ଦାବି ମାନିଲେ

ବରଗଡ଼,୨୨।୮(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବରଗଡ଼ ଜିଲାରେ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଏହି ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୧୦ଦିନ ବାକି ରହିଛି। ତେବେ…

ଶୌଚାଳୟ ନାହିଁ, ନାଳ ପାଣି ପିଉଛନ୍ତି ଛାତ୍ରୀଛାତ୍ର: ଅବ୍ୟବସ୍ଥା ଘେରରେ ସରକାରୀ ଉଚ୍ଚ ବିଦ୍ୟାଳୟ

ନୂଆପଡ଼ା,୨୨ା୮(ମକାରୁ ବେମାଲ):ସରକାର ଛାତ୍ରୀଛାତ୍ରଙ୍କ ସୁବିଧା ପାଇଁ ବିଦ୍ୟାଳୟ ପରିସରରେ ସମସ୍ତ ବ୍ୟବସ୍ଥା କରୁଛନ୍ତି। ହେଲେ ନୂଆପଡ଼ା ଜିଲା ବୋଡେନ ବ୍ଲକର ଉପାନ୍ତ ଅଞ୍ଚଳରେ ଏହାର ବ୍ୟତିକ୍ରମ ଦେଖା…

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ସିଜେପି ମୁଖପାତ୍ର

ନୂଆଦିଲ୍ଲୀ, ୨୨।୮: ନିଜର ବାସଭୂମି ଠିକଣା ଏବଂ ବ୍ୟକ୍ତିଗତ ଗୋପନୀୟତାକୁ ଜନସାଧାରଣଙ୍କ ସାମ୍ନାରେ ପ୍ରକାଶ କରାଯିବା ପ୍ରସଙ୍ଗରେ ଡାହାଣପନ୍ଥୀ ମନ୍ତବ୍ୟକାରୀ ଅଭିଜିତ ଆୟର ମିତ୍ର ଏବଂ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri