ପୋଲିସଙ୍କ ପାଇଁ ଖୁସିଖବର: ମିଳିବ ସ୍ପିଡ୍‌ ବାଇକ, ବୋଲେରୋ

ଭୁବନେଶ୍ୱର,୧୦।୩: ଏଥର ଅପରାଧୀଙ୍କୁ ଧରିବା ହେବ ସହଜ । ପୋଲିସକୁ ମିଳିବ ସ୍ପିଡ ବାଇକ ଓ ବୋଲେରୋ। ରାଜ୍ୟ ସରକାରଙ୍କ ପକ୍ଷରୁ ଅପରାଧ ନିୟନ୍ତ୍ରଣ ପାଇଁ ସ୍ପିଡ ଗାଡ଼ି ସ୍ପିଡ ବାଇକ ଓ ବୋଲେରୋ ଯୋଗାଇ ଦିଆଯିବ । ପୋଲେିସଙ୍କୁ ମିଳିବ ଦ୍ରୁତଗାମୀ ବୋଲେରୋ, ସ୍କର୍ପିଓ ଓ ବାଇକ ଏ ନେଇ ଗୃହରେ ମୁଖ୍ୟମନ୍ତ୍ରୀ ଉତ୍ତର ରଖିଛନ୍ତି।

ଅନ୍ୟପକ୍ଷେ, ଚଳିତ ୨୦୨୫ ଜାନୁଆରୀ ମାସ ଥିଲା ଅପରାଧର ମାସ । ଏହି ମାସରେ ୧୧୧ ହତ୍ୟା ମାମଲା ରୁଜୁ ହୋଇଛି । ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହାସହ ୨୦ଟି ଡକାୟତି, ୧୫୦୯ଟି ଚୋରି, ୧୦୧ଟି ଦଙ୍ଗା, ୧୯୪ଟି ସାଇବର ଅପରାଧ, ୬୫୫ଟି ଅସଦାଚରଣ, ୭୯ଟି ଯୌନ ନିର୍ଯାତନା, ୧୪୯ଟି ସର୍ବସାଧାରଣରେ ମହିଳାଙ୍କୁ ଅସଦାଚରଣ, ୧୧ଟି ଅଶ୍ଳୀଳ ଭିଡ଼ିଓ ଉତ୍ତୋଳନ ଓ ୩୧ଟି ମହିଳାଙ୍କୁ ହଇରାଣ କରିବା ମାମଲା ରୁଜୁ ହୋଇଛି ।

ସେହିଭଳି ୨୦୧୪ ମସିହାରେ  ୧୨୫୮ଟି ହତ୍ୟା, ୩୫୬ଟି ଡକାୟତି, ୧୭୮୦୫ଟି ଚୋରି, ୧୪୭୧ଟି ଦଙ୍ଗା, ୨୫୦୧ଟି ସାଇବର ଅପରାଧ, ୭୨୯୯ଟି ଅସଦାଚରଣ, ୧୦୮୨ ଯୌନ ନିର୍ଯାତନା, ୧୮୩୯ ସର୍ବସାଧାରଣରେ ମହିଳାଙ୍କୁ ଅସଦାଚରଣ, ୧୧୧ଟି ଅଶ୍ଳୀଳ ଭିଡ଼ିଓ ଉତ୍ତୋଳନ ଓ ୩୬୫ଟି ମହିଳାଙ୍କୁ ହଇରାଣ କରିବା ମାମଲା ରୁଜୁ ହୋଇଛି ।  ବିଧାନସଭା ଅଧିବେଶନ ପ୍ରଶ୍ନୋତ୍ତର କାଳରେ ବିଧାୟକ ରମେଶ ବେହେରାଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲିଖିତ ଉତ୍ତର ରଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri