ଯୁବପିଢ଼ିଙ୍କ ପାଇଁ ଖୁସି ଖବର: ନିଯୁକ୍ତିକୁ ନେଇ ବଡ଼ ଘୋଷଣା କରିଦେଲେ ମୁଖ୍ୟମନ୍ତ୍ରୀ, ୫ବର୍ଷରେ…

ଭୁବନେଶ୍ୱର,୨୬ା୧: ସାଧାରଣତନ୍ତ୍ର ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ୫ ବର୍ଷରେ ଦେଢ଼ ଲକ୍ଷ ସରକାରୀ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ଉଭୟ ସରକାରୀ ଓ ବେସରକାରୀ ସ୍ତରରେ ଆସନ୍ତା ବର୍ଷଗୁଡିକ ଯୁବପିଢ଼ିଙ୍କ ପାଇଁ ସୁଯୋଗର ବର୍ଷ ହେବ।

ଆଜି ସାରା ଦେଶରେ ୭୭ତମ ସାଧାରଣତନ୍ତ୍ର ଦିବସ ଅତ୍ୟନ୍ତ ଉତ୍ସାହର ସହିତ ପାଳନ କରାଯାଉଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାରବାଟୀ ଷ୍ଟାଡିୟମରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ସେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରି କହିଛନ୍ତି, ମହାପୁରୁଷଙ୍କୁ ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜଣାଉଛି। ବୀର ସଂଗ୍ରାମୀମାନଙ୍କୁ ମୋର ପ୍ରଣାମ ଜଣାଉଛି। ଦେଶ ସ୍ବାଧୀନ ପରେ ୨ଟି ଚ୍ୟାଲେଞ୍ଜର ସମ୍ମୁଖୀନ ହୋଇଥିଲା। ବିଭାଜନର ବିଭୀଷିକା ଓ ବିଧି ବ୍ୟବସ୍ଥାରେ ଦେଶକୁ କିପରି ଚଲାଇବା। ଦେଶକୁ ବିଧି ବ୍ୟବସ୍ଥାରେ ଚଲାଇବା ପାଇଁ ସମ୍ବିଧାନ ଲେଖାଗଲା। ଆମ ସମ୍ବିଧାନ ଆମକୁ ଭାତୃଭାବରେ ବାନ୍ଧି ରଖିଛି। ସମ୍ବିଧାନ ପ୍ରତ୍ୟେକ ଭାରତୀୟଙ୍କ ଜୀବନର ମାନଦଣ୍ଡ। ଆଜି ମୋଦିଙ୍କ ନେତୃତ୍ୱରେ ଦେଶ ଆଗକୁ ବଢୁଛି ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ଅଭିଭାଷଣରେ କହିଥିଲେ।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରୁଷିଆ ତେଲ ଉପରେ ବଡ଼ ୟୁ-ଟର୍ନ ନେଲା ଆମେରିକା: ଭାରତ ପରେ ଏବେ ସମସ୍ତଙ୍କୁ…ବିଶ୍ୱରେ ଚହଳ

ଓ୍ବାଶିଂଟନ,୧୩।୩: ଆମେରିକା ବର୍ତ୍ତମାନ ପର୍ଯ୍ୟନ୍ତ ବଜାରରେ ରୁଷୀୟ ତୈଳ ପ୍ରବେଶକୁ ଅବରୋଧ କରିବାକୁ ପ୍ରତିଶ୍ରୁତି ଦେଇଥିଲା, ଏବେ ଅନ୍ୟ ଦେଶମାନଙ୍କୁ ରୁଷୀୟ ତୈଳ କ୍ରୟ କରିବାକୁ ଅନୁରୋଧ…

ଭାରସାମ୍ୟ ହରାଇ ଓଲଟିଲା ପିଚୁ ବୋଝେଇ ଟ୍ୟାଙ୍କର, ନିଆଁ ଲାଗି ଡ୍ରାଇଭର ଜୀବନ୍ତ ଦଗ୍ଧ

ପାଲଲହଡା,୧୩।୩(ଦିବ୍ୟଜ୍ୟୋତି ଦାଶ): ଗୁରୁବାର ବିଳମ୍ବିତ ରାତିରେ ଭୟଙ୍କର ଦୁର୍ଘଟଣା । ଟ୍ୟାଙ୍କର ସହ ଜୀଅନ୍ତା ଜଳିଗଲେ ଡ୍ରାଇଭର । ବିଳମ୍ବିତ ରାତିରେ ଅନୁଗୁଳ ଜିଲା ଖମାର ଥାନା ଅନ୍ତର୍ଗତ…

ସ୍ବାର୍ଥ ଓ ପରମାର୍ଥ

ଯୁଗେ ଯୁଗେ ଆମ ସମାଜରେ ସ୍ବାର୍ଥ ଓ ପରମାର୍ଥକୁ ନେଇ ଅନେକ ବାଦବିବାଦ ଓ ତର୍କବିତର୍କ ରହି ଆସିଛି। ସାଧାରଣ ଭାବେ ସମସ୍ତେ କୁହନ୍ତି ସାଂସାରିକ ବନ୍ଧୁମାନେ…

ତିରୁପତିରେ ଉତ୍କଳ ପୀଠ

ବିଶ୍ୱରେ ଅନେକ ସ୍ଥାନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ମନ୍ଦିର ଅଛି। ତେବେ ମହାପ୍ରଭୁଙ୍କ ସଂସ୍କୃତି ଉପରେ ଗବେଷଣା ପାଇଁ ସୁଦୂର ଆନ୍ଧ୍ରପ୍ରଦେଶର ତିରୁପତି ନଗରରେ ଏକ ଉତ୍କଳ ପୀଠ…

ସମ୍ବଳ ପ୍ରତିଯୋଗିତାର ନୂଆ ଯୁଗ

ବୈଶ୍ୱିକ ବ୍ୟବସ୍ଥା ଏବେ ଚାପରେ। ଖଣିଜ ଓ ଶକ୍ତି ନିୟନ୍ତ୍ରଣ ପାଇଁ ବୃଦ୍ଧି ପାଉଥିବା ତୀବ୍ର ପ୍ରତିଯୋଗିତାକୁ ଜାତୀୟ ସୁରକ୍ଷାର ବିଷୟ ଭାବେ ଦେଖାଯାଉଛି। ଭେନେଜୁଆଲାଠାରୁ ଆରମ୍ଭ…

କଂଗ୍ରେସର ୮ ଗଲେ, ୬ ରହିଲେ

ଭୁବନେଶ୍ୱର, ୧୩।୩ (ସୁନିତ୍‌ ମିଶ୍ର): ରାଜ୍ୟ ସଭା ନିର୍ବାଚନ ଲାଗି ରାଜ୍ୟ ରାଜନୀତି ଜୋର୍‌ ଧରିବାରେ ଲାଗିଛି। ସାଧାରଣ ଲୋକମାନେ ମଧ୍ୟ ରାଜ୍ୟ ସଭାକୁ ନେଇ ବିଶେଷ…

ବେଧଡକ୍ ଚାଲିଛି ନିଶା କାରବାର: ପୋଲିସ-ଅବକାରୀ ଚୁପ୍, ଅଣ୍ଟା ଭିଡ଼ିଲେ ମହିଳା

ଅତାବିରା,୧୩।୩(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ବେଧଡକ୍ ଚାଲିଛି ନିଶା କାରବାର । ସବୁ ଜାଣି ଅଜଣା ଭଳି ଚୁପ୍…

ସାବଧାନ! ରାଜଧାନୀରେ ଏହି ସବୁ ସ୍ଥାନରେ ଲାଗିଲା ବୋଲାର୍ଡସ, ନିୟମ ଉଲ୍ଲଂଘନ କଲେ କଟିବ ଚାଲାଣ

ଭୁବନେଶ୍ୱର,୧୩।୩(ତ୍ରିନାଥ ମହାନ୍ତି): ପୂର୍ବରୁ ଅମାନିଆମାନେ ବିଭିନ୍ନ ଛକରେ ରାସ୍ତାର ବାମ ପାର୍ଶ୍ୱରେ ଗାଡ଼ି ରଖୁଥିଲେ। ଫଳରେ ଆମ୍ବୁଲାନ୍ସ ଏବଂ ଅନ୍ୟ ଜରୁରିକାଳୀନ ସେବା ଯୋଗାଉଥିବା ଗାଡ଼ି ସହଜରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri