ଦୀପାବଳିରେ ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ନଭେମ୍ବର ୧ରୁ ଖୋଲିବ କୁଲଡିହା ଅଭୟାରଣ୍ୟ

ନୀଳଗିରି,୩୧।୧୦(ପ୍ରଶାନ୍ତ କୁମାର ବିଶ୍ୱାଳ): ପ୍ରକୃତିପ୍ରେମୀ ଓ ପର୍ଯ୍ୟଟକଙ୍କ ପାଇଁ ଦୀପାବଳିରେ ଆସିଲା ଏକ ଖୁସି ଖବର। ବର୍ଷା ପାଇଁ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ଗତ ଜୁନ ୧୫ରୁ ବନ୍ଦ ରହିଥିବା କୁଲଡିହା ଅଭୟାରଣ୍ୟ ନଭେମ୍ବର ୧ରୁ ଜୁନ ୧୫ ପର୍ଯ୍ୟନ୍ତ ଖୋଲା ରହିବ। ଏନେଇ କୁଲଡିହା ରେଞ୍ଜର ପ୍ରବିର ମୁର୍ମୁ ଗୁରୁବାର ସୂଚନା ଦେଇଛନ୍ତି।

ବାଲେଶ୍ୱର ସହରରୁ ପ୍ରାୟ ୫୨ କିଲୋମିଟର ଦୂରରେ ଥିବା ନୀଳଗିରି ଉପଖଣ୍ଡର ଏହି ବଣ ପାହାଡ଼ଘେରା କୁଲଡିହା ଅଭୟାରଣ୍ୟ ନଭେମ୍ବର ୧ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଖୋଲା ଯିବ। ଅଭୟାରଣ୍ୟ ସାଢେ ୯ଟାରେ ଖୋଲିବା ନେଇ ବ୍ୟବସ୍ଥା କରାଯାଇଛି। ଏପରିକି କେସିପୁର ପଞ୍ଚାୟତ ବାଲିଆନାଳ ଫାଟକ ନିକଟରେ ପର୍ଯ୍ୟଟକଙ୍କୁ ସ୍ବାଗତ କରିବା ପାଇଁ ବନବିଭାଗ ଅଧିକାରୀଙ୍କ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। କୁଲଡିହା ଖୋଲିବା ଖବର ପାଇବା ପରେ ପର୍ଯ୍ୟଟକ ଏବଂ ପ୍ରକୃତି ପ୍ରେମୀଙ୍କ ମଧ୍ୟରେ ବେଶ ଉତ୍ସାହ ପ୍ରକାଶ ପାଇଛି।

ଚଳିତ ବର୍ଷ ବନ ବିଭାଗ ପକ୍ଷରୁ ଓଡ଼ିଶା ଏବଂ ଓଡିଶା ବାହାରୁ ଆସିବାକୁ ଥିବା ପର୍ଯ୍ୟଟକଙ୍କୁ କିପରି ଅଧିକ ଆକୃଷ୍ଟ କରାଯିବ ସେନେଇ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଏପରିକି ପର୍ଯ୍ୟଟକଙ୍କ ରାତ୍ରିଯାପନ କରିବା ପରେ ରୋମାଞ୍ଚକର ଅନୁଭୂତି ନେଇ ଫେରିବା ଉଦ୍ଦେଶ୍ୟରେ ବାଲେଶ୍ବର ଡିଏଫଓଙ୍କ ତତ୍ତ୍ବାବଧାନରେ କୁଲଡିହା ରେଞ୍ଜର ବ୍ୟାପକ ପ୍ରସ୍ତୁତି ହୋଇଛି। ବଣ ପାହାଡ଼ ଘେରା ୨୭୨.୭୫ ବର୍ଗ କି.ମି. ପରିବ୍ୟାପ୍ତ କୁଲଡିହା ଅଭୟାରଣ୍ୟରେ ହାତୀ, ବାଘ, ଭାଲୁ, ସମ୍ବର, ହରିଣ, ଠେକୁଆ, ନୀଳଗାଇ, ବଳିଆ କୁକୁର, ବଜ୍ରକାପ୍ତା, ମୟୂର ଇତ୍ୟାଦି ବନ୍ୟପ୍ରାଣୀ ଦେଖାଯାଆନ୍ତି।

କୁଲଡିହାକୁ ଲାଗି ରହିଥିବା ଡ୍ୟାମ ସାତଘାଟି, ରିସିଆ, ପୁରୁଣାପାଣି, ଜୋଡ଼ାଚୁଆ, ମୁଖଚତୁରି, କଇମଚତୁରୀ ଅଞ୍ଚଳରେ ୨୫୦ରୁ ଅଧିକ ସଂଖ୍ୟାରେ ଦେଶୀ, ବିଦେଶୀର ପକ୍ଷୀ ଦେଖିବାକୁ ମିଳେ। ଏଠାରେ ସୁରକ୍ଷିତ ପର୍ଯ୍ୟଟନ ଓ ପର୍ଯ୍ୟଟନର ବିକାଶ ଲାଗି ଗୋହିରାଭୋଳଠାରେ ‘ରିସିଆ ପ୍ରକୃତି ନିବାସ’ ଖୋଲାଯାଇଛି। ରାତ୍ର ରହଣି ନିମନ୍ତେ ୯ଟି ତମ୍ବୁଘର ହୋଇଛି। ଏହା ସହ ନେଚର୍ସ କ୍ୟାମ୍ପ କରାଯାଇ ଖାଦ୍ୟ, ପିଇବା ପାଣି ଏବଂ ଶୌଚାଳୟର ବ୍ୟବସ୍ଥା କରାଯାଇଛି। ଅନ୍ୟପକ୍ଷେ ମାଦକଦ୍ରବ୍ୟ ଉପରେ କଟକଣା ରହିଛି।

ବନ୍ୟପ୍ରାଣୀ ପଶି ନ ଆସିବା ପାଇଁ ଚାରିପାଖରେ ଟ୍ରେଞ୍ଚ ଖୋଳାଯାଇଛି। ଏହି ନେଚର୍ସ କ୍ୟାମ୍ପରେ ରହି ରାତ୍ରିଯାପନ କରି ପର୍ଯ୍ୟଟକମାନେ ବୁଲିବା ସମୟରେ ୪ଟି କୃତ୍ରିମ ସଲ୍ଟପିଟ, ୫ଟି ୱାଚ ଟାୱାରରୁ କୁଲଡିହା ଅଭୟାରଣ୍ୟ ପଶୁପକ୍ଷୀଙ୍କୁ ଦେଖିବା ସହ ପ୍ରକୃତିର ମଜା ନେଇପାରିବେ।

ନେଚର୍ସ କ୍ୟାମ୍ପରେ ରାତ୍ରିଯାପନ ପାଇଁ ଅନ୍‌ ଲାଇନରେ ବୁକିଂର ବ୍ୟବସ୍ଥା ରହିଛି। ଏପରିକି ଏହି ବିଷୟରେ ଅଧିକ ଜାଣିବା ପାଇଁ ୱେବ ସାଇଟ ecotourodisha.com ରହିଛି। ପୂର୍ବାହ୍ନ ୯ଟା ୩୦ରୁ ଅପରାହ୍ନ ୧ଟାରେ ପ୍ରବେଶ ସହ ୫ଟା ପର୍ଯ୍ୟନ୍ତ ପରିଭ୍ରମଣର ସୁବିଧା ରଖାଯାଇଛି। ଏଠାରେ ଜଣେ ବ୍ୟକ୍ତି ପାଇଁ ୪୦ଟଙ୍କା, କ୍ୟାମେରା ପାଇଁ ୫୦ଟଙ୍କା, ଚାରିଚକିଆ ଯାନ ପାଇଁ ୧୦୦ ଟଙ୍କା ଓ ନେଚର୍ସ କ୍ୟାମ୍ପରେ ରାତ୍ରିଯାପନ ପାଇଁ ୩ ହଜାର ୮୫୪ ଟଙ୍କା ଧାର୍ଯ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri