ଦୀପାବଳିରେ ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ନଭେମ୍ବର ୧ରୁ ଖୋଲିବ କୁଲଡିହା ଅଭୟାରଣ୍ୟ

ନୀଳଗିରି,୩୧।୧୦(ପ୍ରଶାନ୍ତ କୁମାର ବିଶ୍ୱାଳ): ପ୍ରକୃତିପ୍ରେମୀ ଓ ପର୍ଯ୍ୟଟକଙ୍କ ପାଇଁ ଦୀପାବଳିରେ ଆସିଲା ଏକ ଖୁସି ଖବର। ବର୍ଷା ପାଇଁ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ଗତ ଜୁନ ୧୫ରୁ ବନ୍ଦ ରହିଥିବା କୁଲଡିହା ଅଭୟାରଣ୍ୟ ନଭେମ୍ବର ୧ରୁ ଜୁନ ୧୫ ପର୍ଯ୍ୟନ୍ତ ଖୋଲା ରହିବ। ଏନେଇ କୁଲଡିହା ରେଞ୍ଜର ପ୍ରବିର ମୁର୍ମୁ ଗୁରୁବାର ସୂଚନା ଦେଇଛନ୍ତି।

ବାଲେଶ୍ୱର ସହରରୁ ପ୍ରାୟ ୫୨ କିଲୋମିଟର ଦୂରରେ ଥିବା ନୀଳଗିରି ଉପଖଣ୍ଡର ଏହି ବଣ ପାହାଡ଼ଘେରା କୁଲଡିହା ଅଭୟାରଣ୍ୟ ନଭେମ୍ବର ୧ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଖୋଲା ଯିବ। ଅଭୟାରଣ୍ୟ ସାଢେ ୯ଟାରେ ଖୋଲିବା ନେଇ ବ୍ୟବସ୍ଥା କରାଯାଇଛି। ଏପରିକି କେସିପୁର ପଞ୍ଚାୟତ ବାଲିଆନାଳ ଫାଟକ ନିକଟରେ ପର୍ଯ୍ୟଟକଙ୍କୁ ସ୍ବାଗତ କରିବା ପାଇଁ ବନବିଭାଗ ଅଧିକାରୀଙ୍କ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। କୁଲଡିହା ଖୋଲିବା ଖବର ପାଇବା ପରେ ପର୍ଯ୍ୟଟକ ଏବଂ ପ୍ରକୃତି ପ୍ରେମୀଙ୍କ ମଧ୍ୟରେ ବେଶ ଉତ୍ସାହ ପ୍ରକାଶ ପାଇଛି।

ଚଳିତ ବର୍ଷ ବନ ବିଭାଗ ପକ୍ଷରୁ ଓଡ଼ିଶା ଏବଂ ଓଡିଶା ବାହାରୁ ଆସିବାକୁ ଥିବା ପର୍ଯ୍ୟଟକଙ୍କୁ କିପରି ଅଧିକ ଆକୃଷ୍ଟ କରାଯିବ ସେନେଇ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଏପରିକି ପର୍ଯ୍ୟଟକଙ୍କ ରାତ୍ରିଯାପନ କରିବା ପରେ ରୋମାଞ୍ଚକର ଅନୁଭୂତି ନେଇ ଫେରିବା ଉଦ୍ଦେଶ୍ୟରେ ବାଲେଶ୍ବର ଡିଏଫଓଙ୍କ ତତ୍ତ୍ବାବଧାନରେ କୁଲଡିହା ରେଞ୍ଜର ବ୍ୟାପକ ପ୍ରସ୍ତୁତି ହୋଇଛି। ବଣ ପାହାଡ଼ ଘେରା ୨୭୨.୭୫ ବର୍ଗ କି.ମି. ପରିବ୍ୟାପ୍ତ କୁଲଡିହା ଅଭୟାରଣ୍ୟରେ ହାତୀ, ବାଘ, ଭାଲୁ, ସମ୍ବର, ହରିଣ, ଠେକୁଆ, ନୀଳଗାଇ, ବଳିଆ କୁକୁର, ବଜ୍ରକାପ୍ତା, ମୟୂର ଇତ୍ୟାଦି ବନ୍ୟପ୍ରାଣୀ ଦେଖାଯାଆନ୍ତି।

କୁଲଡିହାକୁ ଲାଗି ରହିଥିବା ଡ୍ୟାମ ସାତଘାଟି, ରିସିଆ, ପୁରୁଣାପାଣି, ଜୋଡ଼ାଚୁଆ, ମୁଖଚତୁରି, କଇମଚତୁରୀ ଅଞ୍ଚଳରେ ୨୫୦ରୁ ଅଧିକ ସଂଖ୍ୟାରେ ଦେଶୀ, ବିଦେଶୀର ପକ୍ଷୀ ଦେଖିବାକୁ ମିଳେ। ଏଠାରେ ସୁରକ୍ଷିତ ପର୍ଯ୍ୟଟନ ଓ ପର୍ଯ୍ୟଟନର ବିକାଶ ଲାଗି ଗୋହିରାଭୋଳଠାରେ ‘ରିସିଆ ପ୍ରକୃତି ନିବାସ’ ଖୋଲାଯାଇଛି। ରାତ୍ର ରହଣି ନିମନ୍ତେ ୯ଟି ତମ୍ବୁଘର ହୋଇଛି। ଏହା ସହ ନେଚର୍ସ କ୍ୟାମ୍ପ କରାଯାଇ ଖାଦ୍ୟ, ପିଇବା ପାଣି ଏବଂ ଶୌଚାଳୟର ବ୍ୟବସ୍ଥା କରାଯାଇଛି। ଅନ୍ୟପକ୍ଷେ ମାଦକଦ୍ରବ୍ୟ ଉପରେ କଟକଣା ରହିଛି।

ବନ୍ୟପ୍ରାଣୀ ପଶି ନ ଆସିବା ପାଇଁ ଚାରିପାଖରେ ଟ୍ରେଞ୍ଚ ଖୋଳାଯାଇଛି। ଏହି ନେଚର୍ସ କ୍ୟାମ୍ପରେ ରହି ରାତ୍ରିଯାପନ କରି ପର୍ଯ୍ୟଟକମାନେ ବୁଲିବା ସମୟରେ ୪ଟି କୃତ୍ରିମ ସଲ୍ଟପିଟ, ୫ଟି ୱାଚ ଟାୱାରରୁ କୁଲଡିହା ଅଭୟାରଣ୍ୟ ପଶୁପକ୍ଷୀଙ୍କୁ ଦେଖିବା ସହ ପ୍ରକୃତିର ମଜା ନେଇପାରିବେ।

ନେଚର୍ସ କ୍ୟାମ୍ପରେ ରାତ୍ରିଯାପନ ପାଇଁ ଅନ୍‌ ଲାଇନରେ ବୁକିଂର ବ୍ୟବସ୍ଥା ରହିଛି। ଏପରିକି ଏହି ବିଷୟରେ ଅଧିକ ଜାଣିବା ପାଇଁ ୱେବ ସାଇଟ ecotourodisha.com ରହିଛି। ପୂର୍ବାହ୍ନ ୯ଟା ୩୦ରୁ ଅପରାହ୍ନ ୧ଟାରେ ପ୍ରବେଶ ସହ ୫ଟା ପର୍ଯ୍ୟନ୍ତ ପରିଭ୍ରମଣର ସୁବିଧା ରଖାଯାଇଛି। ଏଠାରେ ଜଣେ ବ୍ୟକ୍ତି ପାଇଁ ୪୦ଟଙ୍କା, କ୍ୟାମେରା ପାଇଁ ୫୦ଟଙ୍କା, ଚାରିଚକିଆ ଯାନ ପାଇଁ ୧୦୦ ଟଙ୍କା ଓ ନେଚର୍ସ କ୍ୟାମ୍ପରେ ରାତ୍ରିଯାପନ ପାଇଁ ୩ ହଜାର ୮୫୪ ଟଙ୍କା ଧାର୍ଯ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?