ଦିଲ୍ଲୀରୁ ଖୁସି ଖବର, ଅଗଷ୍ଟରେ ପିଲାଙ୍କ ପାଇଁ କରୋନା ଭାକ୍ସିନ୍‌…

ନୂଆଦିଲ୍ଲୀ,୨୭।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ଦେଶରେ ସାର୍ବଜନୀନ ଟିକାକରଣ ଅଭିଯାନ ଜାରି ରହିଛି। ଅପରପକ୍ଷରେ ତୃତୀୟ ଲହରର ଆଶଙ୍କା ନେଇ କୋକୁଆ ଭୟ ସୃଷ୍ଟି ହୋଇଛି। ଏପରିସ୍ଥଳେ ଦିଲ୍ଲୀରୁ ଖୁସି ଖବର ଆସିଛି। ୧୮ ବର୍ଷରୁ କମ୍‌ ବୟସ୍କ ପିଲାଙ୍କ ପାଇଁ କରୋନା ଭାକ୍ସିନ୍‌ ଅଗଷ୍ଟରେ ଆସିବାର ସମ୍ଭାବନା ରହିଛି ବୋଲି କେନ୍ଦ୍ରୀୟ ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ମଙ୍ଗଳବାର ସୂଚନା ଦେଇଛନ୍ତି। ଭାଜପା ସଂସଦୀୟ ଦଳ ବୈଠକରେ ସ୍ବାସ୍ଥ୍ୟମନ୍ତ୍ରୀ ଏଭଳି କହିଛନ୍ତି। ସୂଚନାଯୋଗ୍ୟ, ଜାୟଡସ୍‌ କାଡ଼ିଲା ଭାକ୍ସିନ୍‌ର କ୍ଲିନିକାଲ୍‌ ଟ୍ରାଏଲ୍‌ ଶେଷ ହୋଇଥିବାବେଳେ ଜରୁରୀକାଳୀନ ସ୍ଥିତିରେ ଏହାକୁ ବ୍ୟବହାର କରାଯିବା ନିମନ୍ତେ ମଞ୍ଜୁରୀ ଲାଗି ଅପେକ୍ଷା କରାଯାଇଛି। ଅପରପକ୍ଷରେ ଭାରତ ବାୟୋଟେକ୍‌ ଦ୍ୱାରା ପ୍ରସ୍ତୁତ ହୋଇଥିବା କୋଭାକ୍ସିନ୍‌ର କ୍ଲିନିକାଲ୍‌ ଟ୍ରାଏଲ୍‌ ଅଗଷ୍ଟ-ସେପ୍ଟେମ୍ବରରେ ଶେଷ ହେବାର ଆଶା ରହିଛି। ଏହି ସମୟ ମଧ୍ୟରେ ଫାଇଜର ଭାକ୍ସିନ୍‌କୁ ମଧ୍ୟ ମଞ୍ଜୁରୀ ମିଳିବାର ସମ୍ଭାବନା ରହିଛି ବୋଲି ପୂର୍ବରୁ ଏମ୍ସ୍‌ ପକ୍ଷରୁ କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri