ଦିଲ୍ଲୀରୁ ଖୁସି ଖବର, ୨ ମାସ ମଧ୍ୟରେ ଶତ ପ୍ରତିଶତ ବୟସ୍କଙ୍କୁ କରୋନା ଟିକା…

ନୂଆଦିଲ୍ଲୀ,୧୫।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ନେଇ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶରେ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ବର୍ତ୍ତମାନ ପର୍ଯ୍ୟନ୍ତ ଦେଶର ୭୫ କୋଟିରୁ ଅଧିକ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି।

ତେବେ ଦିଲ୍ଲୀରୁ ଟିକାକରଣ ନେଇ ଖୁସି ଖବର ଆସିଛି। ଆସନ୍ତା ଦୁଇ ମାସ ମଧ୍ୟରେ ଦେଶର ଶତ ପ୍ରତିଶତ ବୟସ୍କଙ୍କୁ କରୋନା ଟିକାର ପ୍ରଥମ ଡୋଜ ଦିଆଯିବାର ସମ୍ଭାବନା ରହିଛି। ଟିକାକରଣର ଏହି ଲକ୍ଷ୍ୟ ପୂରଣ କରିବା ପରେ, ଭାରତ ପୃଥିବୀର ଶତ ପ୍ରତିଶତ ଟିକାକରଣ ଦେଶର ମାନ୍ୟତା ହାସଲ କରିପାରିବ ବୋଲି କେନ୍ଦ୍ରୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।

ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁଯାୟୀ ଦେଶର ମୋଟ ବୟସ୍କଙ୍କ ଜନସଂଖ୍ୟା ୯୪ କୋଟି ରହିଛି। ସେଥି ମଧ୍ୟରୁ ୫୭ କୋଟିରୁ ଅଧିକ ଲୋକଙ୍କୁ ଟିକା ଦିଆ ସରିଛି। ସେପ୍ଟେମ୍ବର ଶେଷ ସୁଦ୍ଧା ଏହି ସଂଖ୍ୟା ୬୦ ରୁ ୬୨ କୋଟି ଅତିକ୍ରମ କରିବାର ଆଶା ରହିଛି। ଆସନ୍ତା ଅକ୍ଟୋବର ବେଳକୁ ୮୦ କୋଟିରୁ ଅଧିକ ବୟସ୍କଙ୍କୁ ପ୍ରଥମ ଡୋଜ୍‌ ଦିଆ ଯାଇ ସାରିଥିବ ବୋଲି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ କହିଛନ୍ତି। ନଭେମ୍ବର ବେଳକୁ ଏହା ଶତ ପ୍ରତିଶତରେ ପହଞ୍ଚିବାର ଆଶା ରହିଛି।

ଟିକାର ସୀମିତ ଉତ୍ପାଦନ ହେତୁ ଏହା ସମସ୍ତଙ୍କ ପାଇଁ ଉପଲବ୍ଧ ନ ଥିଲା। କିନ୍ତୁ ଏବେ ଟିକା ଉତ୍ପାଦନ ଦ୍ରୁତ ଗତିରେ ଜାରି ରହିଛି। ରାଜ୍ୟମାନଙ୍କୁ ପର୍ଯ୍ୟାପ୍ତ ପରିମାଣର ଡୋଜ୍‌ ଯୋଗାଇ ଦିଆଯାଉଛି। ଗୁଜୁରାଟରେ ଉତ୍ପାଦନ ଆରମ୍ଭ ହେବା ପରେ ଦେଶରେ କୋଭାକ୍ସିନ ଯୋଗାଣରେ ସୁଧାର ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ T20I: ଡି’ କକ୍‌ଙ୍କ ବିସ୍ଫୋରକ ଇନିଂସ୍; ଭାରତ ଆଗରେ ବିଶାଳ ଲକ୍ଷ୍ୟ

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20Iରେ ଦକ୍ଷିଣ ଆଫ୍ରିକାର ବ୍ୟାଟ୍ସମ୍ୟାନ୍ କ୍ୱିଣ୍ଟନ୍ ଡି’ କକ୍‌ଙ୍କ ବିସ୍ଫୋରକ ବ୍ୟାଟିଂ...

‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍

କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଟାରିଫ୍ ଧମକ ପରେ ଟ୍ରମ୍ପଙ୍କୁ ଫୋନ୍ କଲେ ପ୍ରଧାନମନ୍ତ୍ରୀ ମୋଦି, କହିଲେ ଏସବୁ କଥା

ନୂଆଦିଲ୍ଲୀ,୧୧।୧୨: ଆମେରିକା ମଧ୍ୟରେ ଚାଲିଥିବା ବାଣିଜ୍ୟିକ ତିକ୍ତତା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଟେଲିଫୋନ ଯୋଗେ କଥାବାର୍ତ୍ତା...

ପତ୍ନୀଙ୍କୁ ହତ୍ୟାକରି ମୃତ ଶରୀରକୁ ବ୍ଲେଣ୍ଡରରେ ପୁରାଇ ପ୍ୟୁରି ବନାଇଦେଲେ ସ୍ବାମୀ…, ପୂର୍ବତନ ମିସ୍‌ ସ୍ବିଜରଲ୍ୟାଣ୍ଡଙ୍କ ସ୍ବାମୀ ଅଭିଯୁକ୍ତ

ବେର୍ନ,୧୧।୧୨: ପୂର୍ବତନ ମିସ ସ୍ବିଜରଲ୍ୟାଣ୍ଡ ଫାଇନାଲିଷ୍ଟ କ୍ରିଷ୍ଟିନା ଜୋକ୍ସିମୋଭିକଙ୍କ ସ୍ବାମୀଙ୍କ ବିରୋଧରେ ହତ୍ୟା ଅଭିଯୋଗ ଆସିଛି। ସ୍ବିସ କର୍ତ୍ତୃପକ୍ଷ କହିଛନ୍ତି ଯେ ସନ୍ଦିଗ୍ଧ ବ୍ୟକ୍ତି କ୍ରୋଧରେ...

ଗୋଟିଏ ଦଳରେ ସ୍ଥାନ ପାଇଲେ ବିରାଟ କୋହଲି ଓ ଋଷଭ ପନ୍ତ, ଏପଟେ BCCI ଦେଲା ବଡ ଖବର

ନୂଆଦିଲ୍ଲୀ,୧୧।୧୨: ଆଗାମୀ ବିଜୟ ହଜାରେ ଟ୍ରଫି ପାଇଁ ଦିଲ୍ଲୀର ସମ୍ଭାବ୍ୟ ଦଳରେ ଭାରତର ଦୁଇ ଷ୍ଟାର ଖେଳାଳି ବିରାଟ କୋହଲି ଏବଂ ଋଷଭ ପନ୍ତଙ୍କୁ ସାମିଲ...

ଟସ୍‌ ଜିତିଲା ଭାରତ: ସୂର୍ଯ୍ୟକୁମାରଙ୍କୁ ମିଳିଲା ବଡ଼…

ଚଣ୍ଡିଗଡ,୧୧।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ମ୍ୟାଚ...

ବାଜିଲା ବାଂଲାଦେଶ ନିର୍ବାଚନ ବିଗୁଲ, ଲଢ଼ିପାରିବନି ଶେଖ ହସିନାଙ୍କ ପାର୍ଟି

ନୂଆଦିଲ୍ଲୀ,୧୧ା୧୨: ବାଂଲାଦେଶର ତ୍ରୟୋଦଶ ସଂସଦୀୟ ନିର୍ବାଚନ  ଆସନ୍ତା ଫେବୃଆରୀ 12 ତାରିଖରେ ଅନୁଷ୍ଠିତ ହେବ । ବାଂଲାଦେଶର ମୁଖ୍ୟ ନିର୍ବାଚନ କମିଶନର ଏଏମଏମ ନାସିର ଉଦ୍ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri